ବାପ, ପୁଅଙ୍କୁ ଏସିଡ୍‌ ମାଡ଼

ଫୁଲବାଣୀ,୨୮ା୧୨(ରାକେଶ କୁମାର ରାଉତ): ଫୁଲବାଣୀ ସହରରେ ବାପ, ପୁଅଙ୍କୁ ଏସଡ୍‌ ମାଡ଼ ହୋଇଛି। ବାପ, ପୁଅ ଗୁରୁତର ଥିବାବେଳେ ଜଣେ ସାଙ୍ଗ ଆହତ ହୋଇଛନ୍ତି। ସମସ୍ତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଲୋକେ ଆକ୍ରମଣକାରୀଙ୍କୁ ଧରି ନିସ୍ତୁକ ମାଡ଼ ମାରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆକ୍ରମଣକାରୀଙ୍କୁ ମେଡିକାଲରେ ଭର୍ତ୍ତି କରିଛି। ପୂର୍ବ ଶତ୍ରୁତାକୁ ନେଇ ଏଭଳି ଘଟଣା ହୋଇଥିବା ଜଣାପଡିଛି। ଏସିଡ୍‌ ଆକ୍ରମଣରେ ଗୁରୁତର ହୋଇଥିବା ଯୁବକ ହେଲେ ସୁରଜ ମହାନ୍ତି, ବାପା ଚନ୍ଦ୍ର ମହାନ୍ତି ଏବଂ ସାଙ୍ଗ ରାକେଶ ମିଶ୍ର। ଏସିଡ ଫିଙ୍ଗିଥିବା ବ୍ୟକ୍ତି ହେଲେ ପ୍ରମୋଦ ସାହୁ।

ମିଳିଥିବା ସୂଚନା ମୁତାବକ, ସୁରଜ ଏବଂ ସାଙ୍ଗ ରାକେଶ ଶଶୀ ପାନଦୋକାନ ଛକରେ ଠିଆ ହୋଇଥିଲେ। ଏହି ସମୟରେ ପ୍ରମୋଦ ଆସି ସୁରଜଙ୍କୁ କିଛି ପଚାରି ଥିଲେ। ହଠାତ୍‌ ପ୍ରମୋଦ ଏକ ପାତ୍ରରେ ଧରି ଥିବା ଏସିଡ ସୁରଜଙ୍କ ମୁହଁକୁ ଫିଙ୍ଗି ଦେଇଥିଲେ। ପାଖରେ ଥିବା ରାକେଶଙ୍କ ଉପରେ ମଧ୍ୟ ଏସିଡ ଛିଟିକି ପଡିଥିଲା। ସୁରଜଙ୍କ ମୁହଁରେ ଏସିଡ ପଡିବାରୁ ପ୍ରାଣ ବିକଳରେ ଦୌଡ଼ି ଯାଇ ଜଣଙ୍କ ଘରେ ପଶିଯାଇଥିଲେ।

ଏହି ଖବର ଶୁଣି ବାପା ଚନ୍ଦ୍ର ସେଠାକୁ ଆସିବାରୁ ପ୍ରମୋଦ ତାଙ୍କ ଉପରକୁ ମଧ୍ୟ ଏସିଡ ଫୋପାଡ଼ିଥିଲେ। ସ୍ଥାନୀୟ ଲୋକେ ପ୍ରମୋଦଙ୍କୁ କାବୁକରି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ପ୍ରମୋଦଙ୍କୁ ଧରିବା ସହିତ ସମସ୍ତଙ୍କୁ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ବାପା ପୁଅଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ପ୍ରମୋଦ ସେମାନଙ୍କ ଉପରେ ଏସିଡ୍‌ ଫିଙ୍ଗିଥିବା ସନ୍ଦେହ କରାଯାଉଛି। ପ୍ରମୋଦଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ନିକଟରେ ସେ ଜେଲରୁ ଆସିଥିବା ସୂଚନା ମିଳିଛି। ଏସିଡ୍‌ ସେ କେଉଁଠୁ ଆଣିଲେ ତାହାର ତଦନ୍ତ କରାଯାଉଛି ବୋଲି ସଦର ଏସ୍‌ଡିପିଓ ସୁପ୍ରସନ୍ନ ମଲ୍ଲିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri