Posted inଜାତୀୟ

ବିବାହିତା ମହିଳାଙ୍କ ଉପରେ ଏସିଡ ମାଡ଼: ମୁହଁର ୬୦ ପ୍ରତିଶତ ପ୍ରଭାବିତ…

ହାଇଦ୍ରାବାଦ,୧୪।୬ : ଆନ୍ଧ୍ରପ୍ରଦେଶରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଅଜ୍ଞାତ ବାଇକ ଆରୋହୀମାନେ ରାଜ୍ୟର ଏଲୁରୁର ଜଣେ ବିବାହିତା ମହିଳାଙ୍କ ଉପରେ ଏସିଡ ଫିଙ୍ଗିଛନ୍ତି। ତାଙ୍କୁ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଏକ ଟିମ ଗଠନ କରାଯାଇଛି ବୋଲି ଏଲୁରୁ ପୋଲିସ କହିଛି।

ବୁଧବାର ଏଲୁରୁ ଏସପି, ଡି ମେରି ପରସନ୍ତୀ କହିଛନ୍ତି ପୀଡିତା ମଙ୍ଗଳବାର ରାତିରେ ଅଫିସରୁ ଘରକୁ ଫେରୁଥିବା ସମୟରେ ଏଭଳି ଘଟିଥିଲା। ସେ ଘର ନିକଟରେ ପହଞ୍ଚିଥିବାବେଳେ କିଛି ବାଇକ ଆରୋହୀ ଆସି ପୀଡିତାଙ୍କ ମୁହଁରେ ଏସିଡ ଫିଙ୍ଗିଥିଲେ। ସେ ଚିତ୍କାର କରି ଘରକୁ ଦୌଡ଼ି ପଳାଇଥିଲେ। ତାଙ୍କର ଅବସ୍ଥା ଦେଖି ସମ୍ପର୍କୀୟମାନେ ତୁରନ୍ତ ତାଙ୍କୁ ଡାକ୍ତରଖାନା ନେଇଥିଲେ।

ସେ ଘଟଣା ସମ୍ପର୍କରେ ପୋଲିସକୁ ସୂଚନା ଦେଇଥିଲେ। ପୀଡିତାଙ୍କ ଡାହାଣ ଆଖିରେ ଏସିଡ ପଡ଼ିଥିଲା। ଏହି କାରଣରୁ ତାଙ୍କୁ ଡାକ୍ତରଙ୍କ ପରାମର୍ଶ କ୍ରମେ ବିଜୟୱାଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

ପୀଡିତାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ସୂଚନା ଦେଇ ବିଜୟୱାଡା ଡାକ୍ତରଖାନାର ଡାକ୍ତର କହିଛନ୍ତି ତାଙ୍କ ବାମ ଆଖି ବର୍ତ୍ତମାନ ବିପଦ ମୁକ୍ତ ରହିଛି। କିନ୍ତୁ ଡାହାଣ ଆଖିରେ ଅସ୍ତ୍ରୋପଚାର କରାଯିବାର ଆବଶ୍ୟକତା ରହିଛି। ଡାହାଣ ଆଖି ୬୦ ପ୍ରତିଶତ ପର୍ଯ୍ୟନ୍ତ କ୍ଷତିଗ୍ରସ୍ତ ହୋଇଛି । ତେବେ ପୀଡିତାଙ୍କ ଅନ୍ୟ ଅଂଶ ସୁରକ୍ଷିତ ଅଛି। ଉନ୍ନତ ଚିକିତ୍ସା ଏବଂ ଶୀଘ୍ର ଆରୋଗ୍ୟ ପାଇଁ ପୋଲିସ ତାଙ୍କୁ ଏକ ସୁପର ସ୍ପେସିଆଲିଟି ହସ୍ପିଟାଲରେ ଭର୍ତ୍ତି କରିବାକୁ ଚାହୁଁଛି।

ଏସପି ପରସନ୍ତୀ କହିଛନ୍ତି ୬ ଟି ପୋଲିସ ଟିମ ଗଠନ କରାଯାଇଛି। ଅଭିଯୁକ୍ତଙ୍କୁ ଖୋଜା ଚାଲିଛି। ପୀଡିତା କିମ୍ବା ତାଙ୍କ ପରିବାର କାହାକୁ ସନ୍ଦେହ କରନ୍ତି ନାହିଁ। ଟିମ୍‌ ସିସିଟିଭି ଫୁଟେଜ ସ୍କାନ କରୁଛନ୍ତି। ପୀଡିତାଙ୍କ ଅଭିଯୋଗ ଉପରେ ପୋଲିସ ଦିଶା ଆକ୍ଟ, ଆଇପିସି ଧାରା ୩୦୭, ୩୨୬(ଏ) ଏବଂ ଆଇପିସିର ୩୪ ଅନୁଯାୟୀ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri