Posted inଜାତୀୟ

ଶୋଇଥିବା ଅବସ୍ଥାରେ ତିନି ଭଉଣୀଙ୍କ ଉପରେ ଏସିଡ୍ ମାଡ: ଜଣେ ଗୁରୁତର

ଗୌଂଡା ,୧୩ ।୧୦: ଉତ୍ତର ପ୍ରଦେଶର ଆଇନ ବ୍ୟବସ୍ଥାକୁ ନେଇ ବାରମ୍ବାର ବିରୋଧି ଓ ଶାସକ ମଧ୍ୟରେ କଥା କଟାକଟି ଚାଲିଥିବା ବେଳେ ଏଠାରେ କିନ୍ତୁ ଅପରାଧ ଯେମିତି କମିବାର ନାଁ ନେଉନି । ସୋମବାର ଶୋଇଥିବା ଅବସ୍ଥାରେ ୩ ଭଉଣୀଙ୍କ ଉପରେ ଏସିଡ ମାଡ ଘଟଣା ଏବେ ପୁଣି ଚର୍ଚ୍ଚାକୁ ଆସିଛି । ମିଳିଥିବା ସୂଚନାରୁ ଜଣାପଡିଛି କି, ଉତ୍ତର ପ୍ରଦେଶ ଗୌଂଡା ଜିଲାରେ ସୋମବାର ରାତିରେ ଗୋଟିଏ ପରିବାରର ୩ ଭଉଣୀ ଛାତ ଉପରେ ଶୋଇଥିଲେ । ଏହି ସମୟରେ ଜଣେ ଯୁବକ ଛାତକୁ ଚଢି ବଡ ଭଉଣୀ ଉପରକୁ ଏସିଡ୍ ମାଡ କରିଥିଲେ । ଫଳରେ ପାଖରେ ଥିବା ଅନ୍ୟ ଦୁଇ ଭଉଣୀ ମଧ୍ୟ ଏଥିରେ ଆହତ ହୋଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି । ଆହତ ଭଉଣୀମାନଙ୍କର ଏବେ ହସ୍ପିଟାଲରେ ଚିକିତ୍ସା ଚାଲିଥିବା ବେଳେ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା କୁହାଯାଉଛି । ପରସପୁର ଥାନା ଅଧିନ ପସକା ଗାଁର ବାସିନ୍ଦା ଗୁରଇ ପ୍ରସାଦଙ୍କ ତିନି ଝିଅଙ୍କ ଉପରେ ଏହି ଆକ୍ରମଣ ହୋଇଥିବା ଜଣାପଡିଛି । ପିଲାମାନଙ୍କର ବୟସ ଯଥାକ୍ରମେ ୧୯, ୭ ଓ ୫ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିରେ ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ ମିଳିଲା, ୩ ସାଙ୍ଗଙ୍କ ସହ ବୁଲିବାକୁ ଯାଇ…

ପାରଳାଖେମୁଣ୍ଡି,୬ା୪(ଗିରିଧାରୀ ପରିଚ୍ଛା): ମହେନ୍ଦ୍ରଗିରିରେ ନିଖୋଜ ଥିବା ପର୍ଯ୍ୟଟକଙ୍କ ମୃତଦେହ ସୋମବାର ସକାଳେ ଉଦ୍ଧାର ହୋଇଛି। ଗତକାଲି କାଳବୈଶାଖୀ ପ୍ରଭାବରେ ବିନୋଦ ଚନ୍ଦ୍ର ଜେନା ନାମକ ଜଣେ ବ୍ୟକ୍ତି…

ଗୋଠଛଡ଼ା ଦନ୍ତାର ଉପଦ୍ରବ, ଦୁଇ ଘର ଭାଙ୍ଗି…..

କେନ୍ଦୁଝର,୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ କଟୁପଶି ଗ୍ରାମରେ ଗୋଠଛଡା ଦନ୍ତାର ଉପଦ୍ରବ । ଗୋଠଛଡା ଦନ୍ତା ଆକ୍ରମଣରେ ଦୁଇ ଜଣଙ୍କ ଘର ଭାଙ୍ଗିଛି ।…

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଏହି ବ୍ୟକ୍ତି ବଢାଇଲେ ଏମିତି ସହଯୋଗର ହାତ ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ସାରା ବିଭିନ୍ନ ରାଜ୍ୟର ଲୋକମାନେ ଯୁଦ୍ଧ ଦ୍ୱାରା ପ୍ରଭାବିତ ଇରାନୀ ନାଗରିକମାନଙ୍କୁ ସହାୟତା…

ପରିବେଶ ନିୟମ ଉଲ୍ଲଂଘନ, ସିପିସିବି ନିର୍ଦ୍ଦେଶରେ ରେଙ୍ଗାଲି ଶ୍ୟାମ ମେଟାଲିକ୍ସ ସିଲ୍

ସମ୍ବଲପୁର/ରେଙ୍ଗାଲି,୬୲୪(ପ୍ରମୋଦ ବହିଦାର/ଦେବବ୍ରତ ପଣ୍ଡା): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ପାଣ୍ଡଲୋଇ ସ୍ଥିତ ଶ୍ୟାମ ମେଟାଲିକ୍ସ ଏଣ୍ଡ ଏନର୍ଜି ଲିମିଟେଡ ବିରୋଧରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

ଖାଦ୍ୟ ଯୋଗାଣ ବିଭାଗର ବଡ଼ ଘୋଷଣା, ୫ କେଜି ଗ୍ୟାସ୍ କିଣିବାକୁ ହେଲେ…

ଭୁବନେଶ୍ବର,୬।୪: ରାଜ୍ୟରେ ଗ୍ୟାସ୍ ସଙ୍କଟକୁ ନେଇ ଚିନ୍ତାରେ ରହିଛନ୍ତି ଖାଉଟି । ଏହାରି ଭିତରେ  ୫ କେଜି ଗ୍ୟାସ୍ ବିକ୍ରିକୁ ନେଇ ସ୍ପଷ୍ଟୀକରଣ ଦେଇଛନ୍ତି ଖାଦ୍ୟ ଯୋଗାଣ…

ଦୁଇ ପ୍ରକାର କଥା କହୁଛନ୍ତି ଟ୍ରମ୍ପ, ଗୋଟିଏ ପଟେ ଆକ୍ରମଣର ଚେତାବନୀ, ଅନ୍ୟପଟେ ଚୁକ୍ତି କଥା ବି ଉଠାଇଛନ୍ତି

ଓ୍ବାଶିଂଟନ,୬।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଆକ୍ରମଣ ପାଇଁ ସମୟ ସୀମାକୁ – ହରମୁଜ ପ୍ରଣାଳୀକୁ ପୁନଃ ଖୋଲିବା ସମ୍ପର୍କରେ – ଆହୁରି ୨୪…

ଆମେରିକା-ଇରାନ ମଧ୍ୟରେ ହେବ ୪୫ ଦିନ ଯୁଦ୍ଧ ବିରତି! ଟ୍ରମ୍ପଙ୍କ ଧମକ ପରେ ଆସିଲା ଆଶ୍ଚର୍ଯ୍ୟଜନକ ରିପୋର୍ଟ

ଓ୍ବାଶିଂଟନ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ପାଇଁ ଏକ ସମୟସୀମା ଧାର୍ଯ୍ୟ କରି ଇରାନକୁ ଏକ ଅଲଟିମେଟମ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ତେହରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri