Posted inଜାତୀୟ

ମହିଳାଙ୍କ ଉପରେ ଏସିଡ ଆକ୍ରମଣ: ଦେଶର ଏହି ସହରରେ ସର୍ବାଧିକ…

ନୂଆଦିଲ୍ଲୀ,୧୧।୧୨ : ମହିଳାମାନଙ୍କ ଉପରେ ଏସିଡ ଆକ୍ରମଣର ଅଧିକାଂଶ ଘଟଣା ବେଙ୍ଗାଲୁରୁରେ ଘଟିଛି। ନ୍ୟାଶନାଲ କ୍ରାଇମ ରେକର୍ଡ ବ୍ୟୁରୋ (ଏନସିଆରବି) ଦ୍ୱାରା ପ୍ରକାଶିତ ରିପୋର୍ଟରୁ ଜଣାପଡିଛି ଗତ ବର୍ଷ ଦେଶରେ ମହିଳାଙ୍କ ଉପରେ ଏସିଡ ଆକ୍ରମଣର ସର୍ବାଧିକ ମାମଲା ପଞ୍ଜିକୃତ ହୋଇଥିଲା।

ରିପୋର୍ଟ ଅନୁଯାୟୀ, ଏନସିଆରବି ତଥ୍ୟରେ ତାଲିକାଭୁକ୍ତ ୧୯ ମହାନଗର ମଧ୍ୟରୁ ବେଙ୍ଗାଲୁରୁରେ ଗତ ବର୍ଷ ୮ ଜଣ ମହିଳା ଏସିଡ ଆକ୍ରମଣର ଶିକାର ହୋଇଥିଲେ। ଏହି ତାଲିକାରେ ଦ୍ୱିତୀୟ ସ୍ଥାନରେ ଦେଶର ଜାତୀୟ ରାଜଧାନୀ ଦିଲ୍ଲୀ ଅଛି, ଯେଉଁଠାରେ ୨୦୨୨ ମସିହାରେ ଏପରି ୭ଟି ମାମଲା ଘଟିଥିଲା। ଏହା ପରେ ଅହମଦାବାଦ ତୃତୀୟ ସ୍ଥାନରେ ରହିଛି ଯେଉଁଠାରେ ଏହିପରି ୫ଟି ମାମଲା ପଞ୍ଜିକୃତ ହୋଇଥିଲା। ଗତ ବର୍ଷ ବେଙ୍ଗାଲୁରୁରେ ଛାତି ଥରାଇ ଦେଇଥିବା ଏକ ପ୍ରମୁଖ ଏସିଡ ଆକ୍ରମଣ ମାମଲା ହେଉଛି ୨୪ ବର୍ଷ ବୟସ୍କା ଏମକମ ଛାତ୍ରୀଙ୍କ ଉପରେ ହୋଇଥିବା ଆକ୍ରମଣ। ଏପ୍ରିଲ ୨୮ ରେ ଛାତ୍ରୀ ଜଣକ ନିଜ ଅଫିସକୁ ଯିବାବେଳେ ତାଙ୍କୁ ଆକ୍ରମଣ କରାଯାଇଥିଲା। ପୋଲିସର ସୂଚନାନୁସାରେ ଅଭିଯୁକ୍ତ ଉକ୍ତ ଯୁବତୀଙ୍କୁ ବିବାହ ପ୍ରସ୍ତାବ ଦେଇଥିଲେ, ତେବେ ଯୁବତୀ ଜଣକ ଏହାକୁ ପ୍ରତ୍ୟାଖ୍ୟାନ କରିଥିଲେ। ପ୍ରତିଶୋଧ ନେବା ଉଦ୍ଦେଶ୍ୟରେ ଅଭିଯୁକ୍ତ ଜଣକ ତାଙ୍କୁ ବହୁ ବର୍ଷ ଧରି ତାଙ୍କ ପିଛା କରୁଥିଲେ। ପରେ ଅଭିଯୁକ୍ତଙ୍କୁ ତିରୁବନନାମାଲାଇ ଆଶ୍ରମରୁ ମେ ମାସରେ ଧରାଯାଇ୍‌ଥିଲା। ସେ ଜଣେ ସାଧୁଙ୍କ ବେଶରେ ଲୁଚି ରହିଥିଲେ।

ଅନ୍ୟ ମହାନଗର ମଧ୍ୟରେ କୋଲକାତାରେ ଏଭଳି ୨ଟି ମାମଲା ପଞ୍ଜିକୃତ ହୋଇଥିବାବେଳେ, ଗାଜିଆବାଦରେ ୨, କାନପୁରରେ ୨, ଚେନ୍ନାଥରେ ୧, ଇନ୍ଦୋରରେ ୧, ମୁମ୍ବାଇରେ ୧ ଏବଂ ନାଗପୁରରେ ୧ ମାମଲା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

୨୦୨୭ ନିର୍ବାଚନ ପାଇଁ ଭାଜପାର ମାଷ୍ଟରପ୍ଲାନ୍‌: ବିରୋଧୀ ମହଲରେ ହଟଚମଟ

ନୂଆଦିଲ୍ଲୀ, ୧୮।୮: ଭାଜପା ଉତ୍ତର ପ୍ରଦେଶରେ ସଂଗଠନର ଦାୟିତ୍ୱ ବରିଷ୍ଠ ନେତା ବିନୋଦ ତାୱଡେଙ୍କୁ ଦେଇଛି। ତାଙ୍କୁ ଉତ୍ତର ପ୍ରଦେଶର ପ୍ରଭାରୀ ନିଯୁକ୍ତ କରାଯାଇଛି। ଏଥିରୁ ସଙ୍କେତ…

ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି…

୧୦୦ ବର୍ଷ ମଧ୍ୟରେ ପ୍ରଥମ: ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ ସ୍ଥଗିତ

ନୂଆଦିଲ୍ଲୀ,୧୮।୮: କୋରମ ଅଭାବରୁ ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ (AGM) ସ୍ଥଗିତ ରଖାଯାଇଛି। ବୈଠକ ପାଇଁ ଆବଶ୍ୟକ ସଂଖ୍ୟକ ସଦସ୍ୟ ଉପସ୍ଥିତ ନଥିଲେ, ଯାହା ଫଳରେ…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର…

‘ମଦ ପିଇ ସ୍କୁଲ ଆସୁଥିଲେ ପ୍ରଧାନଶିକ୍ଷକ’, ଅଭିଜିତ ଦୀପକେଙ୍କ ଚେତାବନୀ ପରେ…

ନୂଆଦିଲ୍ଲୀ, ୧୮।୮: କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ‘ସ୍କୁଲ ଠିକ କର’ ଅଭିଯାନ ଚଳାଉଛି। ଏହି ମଧ୍ୟରେ ମହାରାଷ୍ଟ୍ରର ହିଙ୍ଗୋଲି ଜିଲାର ଏକ ସ୍କୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri