Posted inଜାତୀୟ

ମହିଳା ଖବରଦାତାଙ୍କୁ ଅସଦାଚରଣ କରିଥିବା ଏସିପିଙ୍କୁ ପଦୋନ୍ନତି, ଦେଶରେ ହଇଚଇ!

ନୂଆଦିଲ୍ଲୀ,୬।୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର (ସିିଇସି) ଜ୍ଞାନେଶ କୁମାରଙ୍କ ବହିଷ୍କାର ଦାବିରେ ଗତ ଶନିବାର ନୂଆଦିଲ୍ଲୀରେ ବିକ୍ଷୋଭ ବେଳେ ଖବର ସଂଗ୍ରହ କରିବାକୁ ଯାଇଥିବା ୩ ଜଣ ମହିଳା ଖବରଦାତାଙ୍କୁ ଦିଲ୍ଲୀ ପୋଲିସ ଆସିଷ୍ଟାଣ୍ଟ କମିଶନର (ଏସିପି) ବିବେକ ଭଗତ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଥିଲା। ଅଭିଯୁକ୍ତ ଏସିପିଙ୍କୁ ସୋମବାର ଅତିରିକ୍ତ ଡିସିପି ଭାବେ ପଦୋନ୍ନତି ଦିଆଯାଇଛି। ତାଙ୍କ ସମେତ ଅନ୍ୟ ୧୧ ଜଣ ପୋଲିସ ଅଫିସରଙ୍କୁ ପଦୋନ୍ନତି ମିଳିଛି। ଏହି ପଦୋନ୍ନତି ଏକ ନିୟମିତ ପ୍ରକ୍ରିୟା ଏବଂ ବହୁ ପୂର୍ବରୁ ଏଥିପାଇଁ ଅନୁରୋଧ ପଠାଯାଇଥିଲା ବୋଲି ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି।
ଗତ ୩ ତାରିଖରେ ଯନ୍ତରମନ୍ତରରେ ସିଇସି ବିରୋଧୀ ବିକ୍ଷୋଭ ବେଳେ ଅଭିଯୁକ୍ତ ଏସିପି ୩ ମହିଳା ଖବରଦାତାଙ୍କୁ ଯୌନ ନିର୍ଯାତନା ଦେଇଥିବା ନେଇ ଦିଲ୍ଲୀ ପୋଲିସ ଅଭିଯୋଗ ପାଇବା ପରେ କ୍ରାଇମ୍‌ ବ୍ରାଞ୍ଚ୍‌କୁ ତଦନ୍ତ ଦାୟିତ୍ୱ ଦେଇଥିଲା। ଅଭିଯୋଗ ପରେ ବହୁସଂଖ୍ୟାରେ ସ୍ବାଧୀନ ଖବରଦାତା ପାର୍ଲାମେଣ୍ଟ ଷ୍ଟ୍ରିଟ୍‌ ଥାନା ବାହାରେ ବିକ୍ଷୋଭ କରିବା ସହ ଉକ୍ତ ଅଫିସରଙ୍କ ବିରୋଧରେ ଏତଲା ଦାଏର ପାଇଁ ଦାବି କରିଥିଲେ। ପୋଲିସର ଯୌନ ନିର୍ଯାତନା ପ୍ରତିବାଦରେ ଆପ୍‌ ରବିବାର ଦିଲ୍ଲୀରେ ବିକ୍ଷୋଭ କରିଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ସୁପ୍ରିମକୋର୍ଟ ଇସିଙ୍କୁ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ମୋଦି କ୍ୟାବିନେଟ୍‌ରେ ହେବ ଅଦଳବଦଳ! ଏହି ୨ କେନ୍ଦ୍ରମନ୍ତ୍ରୀଙ୍କ ମନ୍ତ୍ରୀପଦ ଯିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୦:ମୋଦି ସରକାରର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣିଥରେ ବଡ଼ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ୮ ଜଣ…

ୟୁପି ରାଜ୍ୟସଭା ନିର୍ବାଚନ: ୮ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା

ଲକ୍ଷ୍ନୌ,୫।୧୦: ଉତ୍ତର ପ୍ରଦେଶ(ୟୁପି)ରେ ହେବାକୁ ଥିବା ୨୦୨୬ ରାଜ୍ୟସଭା ନିର୍ବାଚନ ପାଇଁ ୮ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାଜପା। ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?