Posted inଜାତୀୟ

ଅନୁପ୍ରବେଶ ପାଇଁ ଜଗି ରହିଛନ୍ତି ୧୫୦ ଆତଙ୍କବାଦୀ

ଶ୍ରୀନଗର,୨୬ ।୬: ନିୟନ୍ତ୍ରଣ ରେଖାର ଆର ପଟରେ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ହୋଇଥିବା ଭିନ୍ନ ଭିନ୍ନ ଲଞ୍ଚିଂ ପ୍ୟାଡରେ ପାଖାପାଖି ୧୫୦ ଆତଙ୍କବାଦୀ ଜମ୍ମୁ-କଶ୍ମୀରରେ ଅନୁପ୍ରବେଶ କରିବାକୁ ଜଗି ରହିଥିବା ଜଣାପଡିଛି । ଏହାସହ ୫୦୦-୭୦୦ ଆତଙ୍କବାଦୀ ୧୧ ପ୍ରଶିକ୍ଷଣ ଶିବରରେ ପ୍ରଶିକ୍ଷଣ ନେଉଛନ୍ତି । ଶନିବାର ସେନାର ଜଣେ ବରିଷ୍ଠ ଅଧିକାରୀ ଏହି ଦାବି କରିଛନ୍ତି । ସେ କହିଛନ୍ତି ସୁରକ୍ଷାବଳ ଆତଙ୍କବାଦୀମାନେ ଘାଟି ପାରିହୋଇ ଅନୁପ୍ରବେଶ କରୁଥିବା ଉଦ୍ୟମକୁ ସଫଳ ଭାବେ ପଣ୍ଡ କରିଦେଇଛନ୍ତି । ନିଜର ପରିଚୟ ଗୁପ୍ତ ରଖି ସେନାର ଅଧିକାରୀ କହିଛନ୍ତି, ଏଲଓସିର ଆର ପଟରେ ମନସେରା, କୋଟଲି ଓ ମୁଜଫରାବାଦ ସ୍ଥିତ ୧୧ ପ୍ରଶିକ୍ଷଣ ଶିବିରରେ ୫୦୦-୭୦୦ ଲୋକ ଆତଙ୍କବାଦର ପ୍ରଶିକ୍ଷଣ ନେଉଛନ୍ତି ।
ସୂଚନାଯୋଗ୍ୟ, ଚଳିତବର୍ଷ ଯେତେଥର ଆତଙ୍କବାଦୀମାନେ ଏଲଓସିରେ ଅନୁପ୍ରବେଶ କରିବାକୁ ଉଦ୍ୟମ କରିଛନ୍ତି ତାହା ବିଫଳ ହୋଇଛି । ଏବେ କିନ୍ତୁ ଆତଙ୍କବଦୀମାନେ ଅନୁପ୍ରବଶ କରିବାକୁ ନୂଆ ବାଟ ଉପରେ ଧ୍ୟାନ କେନ୍ଦ୍ରୀତ କରୁଥିବା ସେନା ଅଧିକାରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri