୪୧ ହଜାର ମୁହାଁ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୧୧।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବଢ଼ି ୮ ହଜାର ଟପିଛି। ଏହା ୮ ହଜାର ୩୨୯ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୦ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ପୁଣି ୪୦ ହଜାର ଟପିଛି। ଏହା ୪୧ ହଜାର ମୁହାଁ ହୋଇ ୪୦ ହଜାର ୩୭୦ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୪ ହଜାର ୨୧୬ ଜଣ ସୁସ୍ଥ ହୋଇଛନ୍ତି।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୭୫୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୨ ଲକ୍ଷ ୧୩ ଜାର ୪୩୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୬ ଲକ୍ଷ ୪୮ ହଜାର ୩୦୮ ଜଣ ସୁସ୍ଥ ହୋଇ ସାରିଛନ୍ତି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୪ କୋଟି ୯୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୭୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୩ କୋଟି ୩୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।

ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୩,୦୮୧ ଜଣ, କେରଳରେ ୨,୪୧୫ ଜଣ, ଦିଲ୍ଲୀରେ ୬୫୫ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି କର୍ନାଟକରେ ୫୨୫ ଜଣ, ହରିୟାଣାରେ ୩୨୭ ଜଣ, ତାମିଲନାଡୁରେ ୨୧୯ ଜଣ, ଉତ୍ତରପ୍ରଦେଶରେ ୨୦୪ ଜଣ, ତେଲେଙ୍ଗାନାରେ ୧୫୫, ଗୁଜରାଟରେ ୧୪୩, ପଶ୍ଚିମବଙ୍ଗରେ ୧୦୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ...

ମୋଦି, ରାହୁଲଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୫ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୋଦି ଏବଂ ରାହୁଲଙ୍କ ଭାଷଣକୁ...

ଅରୁଣାଚଳ-ଚାଇନା ସୀମାରେ ପ୍ରବଳ ବର୍ଷା, ଭୂସ୍ଖଳନରେ ଧୋଇଗଲା ରାଜପଥ

ଇଟାନଗର,୨୫ା୪: ଦେଶର ଅଧିକାଂଶ ଅଞ୍ଚଳରେ ପ୍ରବଳ ଖରାଗରମ ହେଉଥିବା ବେଳେ ଅରୁଣାଚଳ ପ୍ରଦେଶରେ ପ୍ରବଳ ବର୍ଷା ହୋଇଛି। ଚାଇନା ସୀମାନ୍ତ ଅରୁଣାଚଳ ପ୍ରଦେଶରେ ଲଗାତର ବର୍ଷା...

କ୍ରାସ୍‌ ହେଲା ବାୟୁସେନା ବିମାନ: ଉଡିଗଲା ପଙ୍ଖା

ନୂଆଦିଲ୍ଲୀ,୨୫।୪: ରାଜସ୍ଥାନର ଜୈସଲମେର ନିକଟରେ ବିମାନ ଉଡ଼ାଣ ସମୟରେ ଏକ ଭାରତୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟର ବିଷୟ ହେଉଛି ଏହି ଦୁର୍ଘଟଣାରେ ଜୀବନହାନୀ...

ଭୋଟ ଦେଇଥିବା ପ୍ରମାଣ କଲେ ରେଷ୍ଟୁରାଣ୍ଟରେ ମିଳିବ ଡିସକାଉଣ୍ଟ, ଫ୍ରିରେ ମିଳିବ ବିଅର

ନୂଆଦିଲ୍ଲୀ,୨୫।୪: ଆରମ୍ଭ ହୋଇଯାଇଛି ଗଣତନ୍ତ୍ରର ମହାପର୍ବ ନିର୍ବାଚନ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି। ତେବେ...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ପ୍ରଧାନମନ୍ତ୍ରୀ ମୋଦି

ଭୋପାଳ,୨୫।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋରେନାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ...

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri