ଢେଙ୍କାନାଳ ଅଫିସ, ୨୬।୬
ଢେଙ୍କାନାଳ ସହର ଗଣେଶ ବଜାର ନିକଟ ଫରେଷ୍ଟ କଲୋନୀ ବୋମା ବିସ୍ଫୋରଣ ଘଟଣାରେ ଥାନାରେ ମାମଲା (ନଂ.୨୭୨/୨୦) ରୁଜୁ ହେବା ପରେ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଘଟଣାରେ ଗୁରୁତର ହୋଇଥିବା ହାତୀ ସ୍କ୍ବାଡ୍ କର୍ମଚାରୀ ସୁଜିତ କୁମାର ସାମଲ (୪୦)ଙ୍କ ଆଖି ଏବଂ ଡାହାଣ ହାତ ପାପୁଲିରେ ଗଭୀର କ୍ଷତ ସୃଷ୍ଟି ହୋଇଥିବାବେଳେ ସେ ଏବେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ତଦନ୍ତ ରିପୋର୍ଟ ମିଳିବା ପରେ ବନ ବିଭାଗ ପକ୍ଷରୁ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଗୁରୁବାର ଜିଲା ବନଖଣ୍ଡ ଅଧିକାରୀ ବିମଳ ପ୍ରସନ୍ନ ଆଚାର୍ଯ୍ୟ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ବୁଧବାର ପୂର୍ବାହ୍ନରେ ହାତୀ ଘଉଡ଼ାଇବାକୁ ରଖାଯାଇଥିବା ବୋମା ବିସ୍ଫୋରଣରେ ଫରେଷ୍ଟ କଲୋନୀର ଏକ କ୍ୱାର୍ଟର୍ସ ଆଜବେଷ୍ଟସ୍ ଉଡ଼ିଯିବା ସହ କଂକ୍ରିଟ୍ ପିଲର ଭୁଶୁଡ଼ି ଯାଇଥିଲା। ବୋମା ବିସ୍ଫୋରଣରେ ଗୁରୁତର ହୋଇଥିବା ସୁଜିତଙ୍କୁ କଟକ ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାବେଳେ ରାତିରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଏ ସଂକ୍ରାନ୍ତରେ ଡିଏଫ୍ଓ କୁହନ୍ତି, ଜିଲାରେ ୨୭୮ ହାତୀ ସ୍କ୍ବାଡ୍ ସଦସ୍ୟ ଅଛନ୍ତି। ଇପିଏଫ ଏବଂ ଇଏସ୍ଆଇ ମିଶାଇ ଜଣକୁ ମାସିକ ୧୨,୦୫୧ ଟଙ୍କା ପ୍ରଦାନ କରାଯାଉଛି। ହାତୀ ଘଉଡ଼ାଇବାରେ ସୁଜିତ ଜଣେ ଦକ୍ଷ କର୍ମଚାରୀ। ବନ କର୍ମଚାରୀମାନେ ତାଙ୍କ ଚିକିତ୍ସା ଲାଗି ସହାୟତାର ହାତ ବଢ଼ାଇଛନ୍ତି। ସେହିପରି ହାତୀ ସ୍କ୍ବାଡ୍ କର୍ମଚାରୀଙ୍କୁ ଅଧିକାରୀମାନେ ବ୍ୟକ୍ତିଗତ କାର୍ଯ୍ୟରେ ଲଗାଉଥିବା ଅଭିଯୋଗ ସମ୍ପର୍କରେ ସେ କହିଛନ୍ତି ଯେ, ଏ ନେଇ ତାଙ୍କ ନିକଟରେ କୌଣସି ଅଭିଯୋଗ ହୋଇନାହିଁ। ଯଦି ଏଭଳି କିଛି ହେଉଥାଏ ତେବେ ତାହା ନିନ୍ଦନୀୟ। ଦୁର୍ଘଟଣା ସମ୍ପର୍କରେ ପିସିସିଏଫ୍ ସାଧାରଣ ପ୍ରଶାସନ, ପିସିସିଏଫ୍ ବନ୍ୟପ୍ରାଣୀ, ଅନୁଗୋଳସ୍ଥିତ ଆରସିସିଏଫ୍ଙ୍କୁ ଅବଗତ କରାଯାଇଥିବା ଡିଏଫ୍ଓ ସୂଚନା ଦେଇଛନ୍ତି।
ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…
ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…
ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…
ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…
୨୨ ବସ୍ତା ଚାଉଳ ସହ ଜିପ୍ ଜବତ, ଡ୍ରାଇଭର ଅଟକ
କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ ଜିପ୍ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…
ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା
କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…
ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…
ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…
ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….
ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…
ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ
ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…
ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ
ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…
Archives

