ତଦନ୍ତ ରିପୋର୍ଟ ମିଳିବା ପରେ କାର୍ଯ୍ୟାନୁଷ୍ଠାନ: ଡିଏଫ୍‌ଓ

ଢେଙ୍କାନାଳ ଅଫିସ, ୨୬।୬
ଢେଙ୍କାନାଳ ସହର ଗଣେଶ ବଜାର ନିକଟ ଫରେଷ୍ଟ କଲୋନୀ ବୋମା ବିସ୍ଫୋରଣ ଘଟଣାରେ ଥାନାରେ ମାମଲା (ନଂ.୨୭୨/୨୦) ରୁଜୁ ହେବା ପରେ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଘଟଣାରେ ଗୁରୁତର ହୋଇଥିବା ହାତୀ ସ୍କ୍ବାଡ୍‌ କର୍ମଚାରୀ ସୁଜିତ କୁମାର ସାମଲ (୪୦)ଙ୍କ ଆଖି ଏବଂ ଡାହାଣ ହାତ ପାପୁଲିରେ ଗଭୀର କ୍ଷତ ସୃଷ୍ଟି ହୋଇଥିବାବେଳେ ସେ ଏବେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ତଦନ୍ତ ରିପୋର୍ଟ ମିଳିବା ପରେ ବନ ବିଭାଗ ପକ୍ଷରୁ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଗୁରୁବାର ଜିଲା ବନଖଣ୍ଡ ଅଧିକାରୀ ବିମଳ ପ୍ରସନ୍ନ ଆଚାର୍ଯ୍ୟ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ବୁଧବାର ପୂର୍ବାହ୍ନରେ ହାତୀ ଘଉଡ଼ାଇବାକୁ ରଖାଯାଇଥିବା ବୋମା ବିସ୍ଫୋରଣରେ ଫରେଷ୍ଟ କଲୋନୀର ଏକ କ୍ୱାର୍ଟର୍ସ ଆଜବେଷ୍ଟସ୍‌ ଉଡ଼ିଯିବା ସହ କଂକ୍ରିଟ୍‌ ପିଲର ଭୁଶୁଡ଼ି ଯାଇଥିଲା। ବୋମା ବିସ୍ଫୋରଣରେ ଗୁରୁତର ହୋଇଥିବା ସୁଜିତଙ୍କୁ କଟକ ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାବେଳେ ରାତିରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଏ ସଂକ୍ରାନ୍ତରେ ଡିଏଫ୍‌ଓ କୁହନ୍ତି, ଜିଲାରେ ୨୭୮ ହାତୀ ସ୍କ୍ବାଡ୍‌ ସଦସ୍ୟ ଅଛନ୍ତି। ଇପିଏଫ ଏବଂ ଇଏସ୍‌ଆଇ ମିଶାଇ ଜଣକୁ ମାସିକ ୧୨,୦୫୧ ଟଙ୍କା ପ୍ରଦାନ କରାଯାଉଛି। ହାତୀ ଘଉଡ଼ାଇବାରେ ସୁଜିତ ଜଣେ ଦକ୍ଷ କର୍ମଚାରୀ। ବନ କର୍ମଚାରୀମାନେ ତାଙ୍କ ଚିକିତ୍ସା ଲାଗି ସହାୟତାର ହାତ ବଢ଼ାଇଛନ୍ତି। ସେହିପରି ହାତୀ ସ୍କ୍ବାଡ୍‌ କର୍ମଚାରୀଙ୍କୁ ଅଧିକାରୀମାନେ ବ୍ୟକ୍ତିଗତ କାର୍ଯ୍ୟରେ ଲଗାଉଥିବା ଅଭିଯୋଗ ସମ୍ପର୍କରେ ସେ କହିଛନ୍ତି ଯେ, ଏ ନେଇ ତାଙ୍କ ନିକଟରେ କୌଣସି ଅଭିଯୋଗ ହୋଇନାହିଁ। ଯଦି ଏଭଳି କିଛି ହେଉଥାଏ ତେବେ ତାହା ନିନ୍ଦନୀୟ। ଦୁର୍ଘଟଣା ସମ୍ପର୍କରେ ପିସିସିଏଫ୍‌ ସାଧାରଣ ପ୍ରଶାସନ, ପିସିସିଏଫ୍‌ ବନ୍ୟପ୍ରାଣୀ, ଅନୁଗୋଳସ୍ଥିତ ଆରସିସିଏଫ୍‌ଙ୍କୁ ଅବଗତ କରାଯାଇଥିବା ଡିଏଫ୍‌ଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri