୧୪ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୂନ ସହନଶୀତଳା ଆଭିମୁଖ୍ୟ ପୋଷଣ କରି ଆସିଛନ୍ତି। ତଦନୁଯାୟୀ ମଙ୍ଗଳବାର ରାଜ୍ୟ ସରକାର ଆଉ ୧୪ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏଥିରୁ ୪ ଜଣଙ୍କୁ ଚାକିରିରୁ ବିଦା କରାଯାଇଥିବା ବେଳେ ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର ଏବଂ ଅନ୍ୟ ୬ ଜଣଙ୍କ ପେନ୍‌ସନ ସ୍ଥାୟୀ ଭାବେ ସ୍ଥଗିତ କରାଯାଇଛି। ୫-ଟି ଓ ମୋ ସରକାର ଉପକ୍ରମ ଜରିଆରେ ମିଳିଥିବା ମତାମତ ଆଧାରରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।
କଟକ ପିଏଚ୍‌ଡି ଡିଭିଜନର ସୁପରିଣ୍ଟେଣ୍ଡିଂ ଇଞ୍ଜିନିୟର ନବକିଶୋର ସାମଲଙ୍କ ନାମରେ ଟେଣ୍ଡର ଓ ଚୁକ୍ତି ପରିଚାଳନା ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ ଥିଲା। ତାଙ୍କୁ ପୂର୍ବରୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିଲା। ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।
କୋରାପୁଟ ଲମତାପୁଟ ବ୍ଲକର ପୂର୍ବତନ ସିଡିପିଓ ସ୍ବର୍ଣ୍ଣଭା ଦାସଙ୍କୁ ଲାଞ୍ଚ ଅଭିଯୋଗରେ ଚାକିରିରୁ ବହିଷ୍କାର କରାଯାଇଛି। ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ପୂର୍ବତନ ବିଡିଓ ଦାମୋଦର ମହାଲିକ ଏକ ଲାଞ୍ଚ ଗ୍ରହଣ ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ତାଙ୍କୁ ଚାକିରିରୁ ବିଦା କରାଯାଇଛି। ନୟାଗଡ଼ ଖଣ୍ଡପଡ଼ା ତହସିଲର ପୂର୍ବତନ ତହସିଲଦାର ପଞ୍ଚାନନ ବାରିକ ଲାଞ୍ଚ ଗ୍ରହଣ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି। ଢେଙ୍କାନାଳ ଆଇୟୁସିଏଡବ୍ଲ୍ୟୁର ପୂର୍ବତନ ଡିଏସ୍‌ପି ମଳୟ କିଶୋର ନାୟକଙ୍କ ନାମରେ ଲାଞ୍ଚ ଗ୍ରହଣ ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲା ଥିଲା। ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଗଜପତି ଜିଲା ମୋହନା ବ୍ଲକ ପୂର୍ବତନ ସପ୍ଲାଇ ଇନ୍ସପେକ୍ଟର ପ୍ରକାଶ ଚନ୍ଦ୍ର ପାତ୍ର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତାଙ୍କ ପେନ୍‌ସନ ସରକାର ବନ୍ଦ କରିଛନ୍ତି। କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଜୁନିୟର ଇଞ୍ଜିନିୟର ମନୋଜ କୁମାର ବେଉରା ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହେବାରୁ ତାଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି।
ସୁନ୍ଦରଗଡ଼ ମ୍ୟୁନିସିପାଲିଟିର ଆସିଷ୍ଟାଣ୍ଟ ଇଞ୍ଜିନିୟର ଜୟନ୍ତ ନାରାୟଣ ପଣ୍ଡାଙ୍କୁ ଅପାରଗତା କାରଣରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଢେଙ୍କାନାଳ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଡିଭିଜନର ପୂର୍ବତନ ଆସିଷ୍ଟାଣ୍ଟ ଇଞ୍ଜିନିୟର ପ୍ରସନ୍ନ କୁମାର ପାଣି ଅର୍ଥ ଆତ୍ମସାତ୍‌ ଅଭିଯୋଗରେ ଦୋଷୀସାବ୍ୟସ୍ତ ହୋଇଥିବାରୁ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଟିକୁ ସ୍ଥଗିତ ରଖାଯାଇଛି। କୋରାପୁଟ ନନ୍ଦପୁର ବ୍ଲକ ଦାୟିତ୍ୱରେ ଥିବା ପୂର୍ବତନ କନିଷ୍ଠ ଯନ୍ତ୍ରୀ ଦୁଷ୍ମନ୍ତ ନାୟକ ସରକାରୀ ଅର୍ଥ ଆତ୍ମସାତ୍‌ ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବେଳେ ଭୁବନେଶ୍ବର ଓବିସିସିର ପୂର୍ବତନ ସିନିୟର ମ୍ୟାନେଜର(ଟେଣ୍ଡର) ସୋମନାଥ ପଣ୍ଡା ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଭୁବନେଶ୍ବର ଆଇଆରସି ଭିଲେଜ ମେଣ୍ଟେନାନ୍ସ ସେକ୍ସନର ପୂର୍ବତନ ଜୁନିୟର ଇଞ୍ଜିନିୟର କୁଞ୍ଜବିହାରୀ ମହାପାତ୍ରଙ୍କ ନାମରେ ଅର୍ଥ ଆତ୍ମସାତ୍‌ ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲା ଥିଲା। ସେଥିରେ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅସାଧୁତା କାରଣରୁ ସେମାନଙ୍କ ପେନ୍‌ସନକୁ ବନ୍ଦ ରଖାଯାଇଛି।
ତାଳଚେର ମ୍ୟୁନିସିପାଲିଟିର ପୂର୍ବତନ ଟ୍ୟାକ୍ସ କଲେକ୍ଟର କ୍ଷୀରୋଦ ଚନ୍ଦ୍ର ରାଉତଙ୍କୁ ଅପାରଗତା କାରଣରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ସୁନ୍ଦରଗଡ଼ ବଡଗାଁ ରେଞ୍ଜର ଦିଲୀପ କୁମାର ଦିଗଲ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦୋଷୀସାବ୍ୟସ୍ତ ହୋଇଛନ୍ତି। ତାଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ପୂର୍ବରୁ ୧୭୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri