୧୪ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୂନ ସହନଶୀତଳା ଆଭିମୁଖ୍ୟ ପୋଷଣ କରି ଆସିଛନ୍ତି। ତଦନୁଯାୟୀ ମଙ୍ଗଳବାର ରାଜ୍ୟ ସରକାର ଆଉ ୧୪ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏଥିରୁ ୪ ଜଣଙ୍କୁ ଚାକିରିରୁ ବିଦା କରାଯାଇଥିବା ବେଳେ ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର ଏବଂ ଅନ୍ୟ ୬ ଜଣଙ୍କ ପେନ୍‌ସନ ସ୍ଥାୟୀ ଭାବେ ସ୍ଥଗିତ କରାଯାଇଛି। ୫-ଟି ଓ ମୋ ସରକାର ଉପକ୍ରମ ଜରିଆରେ ମିଳିଥିବା ମତାମତ ଆଧାରରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।
କଟକ ପିଏଚ୍‌ଡି ଡିଭିଜନର ସୁପରିଣ୍ଟେଣ୍ଡିଂ ଇଞ୍ଜିନିୟର ନବକିଶୋର ସାମଲଙ୍କ ନାମରେ ଟେଣ୍ଡର ଓ ଚୁକ୍ତି ପରିଚାଳନା ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ ଥିଲା। ତାଙ୍କୁ ପୂର୍ବରୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିଲା। ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।
କୋରାପୁଟ ଲମତାପୁଟ ବ୍ଲକର ପୂର୍ବତନ ସିଡିପିଓ ସ୍ବର୍ଣ୍ଣଭା ଦାସଙ୍କୁ ଲାଞ୍ଚ ଅଭିଯୋଗରେ ଚାକିରିରୁ ବହିଷ୍କାର କରାଯାଇଛି। ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ପୂର୍ବତନ ବିଡିଓ ଦାମୋଦର ମହାଲିକ ଏକ ଲାଞ୍ଚ ଗ୍ରହଣ ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ତାଙ୍କୁ ଚାକିରିରୁ ବିଦା କରାଯାଇଛି। ନୟାଗଡ଼ ଖଣ୍ଡପଡ଼ା ତହସିଲର ପୂର୍ବତନ ତହସିଲଦାର ପଞ୍ଚାନନ ବାରିକ ଲାଞ୍ଚ ଗ୍ରହଣ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି। ଢେଙ୍କାନାଳ ଆଇୟୁସିଏଡବ୍ଲ୍ୟୁର ପୂର୍ବତନ ଡିଏସ୍‌ପି ମଳୟ କିଶୋର ନାୟକଙ୍କ ନାମରେ ଲାଞ୍ଚ ଗ୍ରହଣ ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲା ଥିଲା। ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଗଜପତି ଜିଲା ମୋହନା ବ୍ଲକ ପୂର୍ବତନ ସପ୍ଲାଇ ଇନ୍ସପେକ୍ଟର ପ୍ରକାଶ ଚନ୍ଦ୍ର ପାତ୍ର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତାଙ୍କ ପେନ୍‌ସନ ସରକାର ବନ୍ଦ କରିଛନ୍ତି। କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଜୁନିୟର ଇଞ୍ଜିନିୟର ମନୋଜ କୁମାର ବେଉରା ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହେବାରୁ ତାଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି।
ସୁନ୍ଦରଗଡ଼ ମ୍ୟୁନିସିପାଲିଟିର ଆସିଷ୍ଟାଣ୍ଟ ଇଞ୍ଜିନିୟର ଜୟନ୍ତ ନାରାୟଣ ପଣ୍ଡାଙ୍କୁ ଅପାରଗତା କାରଣରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଢେଙ୍କାନାଳ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଡିଭିଜନର ପୂର୍ବତନ ଆସିଷ୍ଟାଣ୍ଟ ଇଞ୍ଜିନିୟର ପ୍ରସନ୍ନ କୁମାର ପାଣି ଅର୍ଥ ଆତ୍ମସାତ୍‌ ଅଭିଯୋଗରେ ଦୋଷୀସାବ୍ୟସ୍ତ ହୋଇଥିବାରୁ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଟିକୁ ସ୍ଥଗିତ ରଖାଯାଇଛି। କୋରାପୁଟ ନନ୍ଦପୁର ବ୍ଲକ ଦାୟିତ୍ୱରେ ଥିବା ପୂର୍ବତନ କନିଷ୍ଠ ଯନ୍ତ୍ରୀ ଦୁଷ୍ମନ୍ତ ନାୟକ ସରକାରୀ ଅର୍ଥ ଆତ୍ମସାତ୍‌ ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବେଳେ ଭୁବନେଶ୍ବର ଓବିସିସିର ପୂର୍ବତନ ସିନିୟର ମ୍ୟାନେଜର(ଟେଣ୍ଡର) ସୋମନାଥ ପଣ୍ଡା ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଭୁବନେଶ୍ବର ଆଇଆରସି ଭିଲେଜ ମେଣ୍ଟେନାନ୍ସ ସେକ୍ସନର ପୂର୍ବତନ ଜୁନିୟର ଇଞ୍ଜିନିୟର କୁଞ୍ଜବିହାରୀ ମହାପାତ୍ରଙ୍କ ନାମରେ ଅର୍ଥ ଆତ୍ମସାତ୍‌ ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲା ଥିଲା। ସେଥିରେ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅସାଧୁତା କାରଣରୁ ସେମାନଙ୍କ ପେନ୍‌ସନକୁ ବନ୍ଦ ରଖାଯାଇଛି।
ତାଳଚେର ମ୍ୟୁନିସିପାଲିଟିର ପୂର୍ବତନ ଟ୍ୟାକ୍ସ କଲେକ୍ଟର କ୍ଷୀରୋଦ ଚନ୍ଦ୍ର ରାଉତଙ୍କୁ ଅପାରଗତା କାରଣରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ସୁନ୍ଦରଗଡ଼ ବଡଗାଁ ରେଞ୍ଜର ଦିଲୀପ କୁମାର ଦିଗଲ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦୋଷୀସାବ୍ୟସ୍ତ ହୋଇଛନ୍ତି। ତାଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ପୂର୍ବରୁ ୧୭୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?