Posted inଜାତୀୟ

୩ ମାସରେ ୭୮୮ ମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ…

ଲକ୍ଷ୍ନୌ, ୭।୬ : ଉତ୍ତରପ୍ରଦେଶରେ ନୂତନ ସରକାର ଗଠନ ହେବା ପରଠାରୁ ଗ୍ୟାଙ୍ଗଷ୍ଟର ଅଧିନିୟମ ଅନୁଯାୟୀ ଗତ ୩ ମାସରେ ମୋଟ ୭୮୮ ମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଦ୍ୱିତୀୟ ପାଳିରେ ମାଫିଆଙ୍କ ବିରୋଧରେ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ତିନି ମାସ ମଧ୍ୟରେ ମାଫିଆଙ୍କ ନିକଟରୁ ୬୦୦ କୋଟିରୁ ଅଧିକ ମୂଲ୍ୟର ବେଆଇନ ସମ୍ପତ୍ତି ମଧ୍ୟ ଜବତ କରାଯାଇଛି। ଏଥିମଧ୍ୟରୁ ଗ୍ୟାଙ୍ଗଷ୍ଟର ଅଧିନିୟମ ଅନୁଯାୟୀ ୬୨ବଡ ଅପରାଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି।

ଏସମ୍ପର୍କରେ ରାଜ୍ୟ ପୋଲିସ ଆଇନ ଏବଂ ଅର୍ଡର ଅତିରିକ୍ତ ମହାନିର୍ଦ୍ଦେଶକ ପ୍ରଶାନ୍ତ କୁମାର କହିଛନ୍ତି ଯେ ସରକାରଙ୍କ ଉଦ୍ଦେଶ୍ୟ ଅନୁଯାୟୀ ମାଫିଆ ଏବଂ ଗ୍ୟାଙ୍ଗଷ୍ଟର ଅଭିଯୁକ୍ତଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ମାର୍ଚ୍ଚ ଠାରୁ ସରକାରୀ ସ୍ତରରେ ୫୦  ଏବଂ ପୋଲିସ ମୁଖ୍ୟାଳୟ ସ୍ତରରେ ୧୨ ବଡ ମାଫିଆଙ୍କୁ ଚିହ୍ନଟ କରାଯାଇଛି। ବ୍ୟବସ୍ଥିତ ଢଙ୍ଗରେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି।

ସେ କହିଛନ୍ତି ଯେ ମାର୍ଚ୍ଚରୁ ମେ ପର୍ଯ୍ୟନ୍ତ ମୋଟ ୭୮୮ କୁଖ୍ୟାତ ଅପରାଧୀଙ୍କର ୬୬୧ କୋଟିରୁ ଅଧିକ ମୂଲ୍ୟର ସମ୍ପତ୍ତି ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଏହାକୁ ଗ୍ୟାଙ୍ଗଷ୍ଟର ଅଧିନିୟମ ଅନୁଯାୟୀ ସଂଲଗ୍ନ ହୋଇଛନ୍ତି। ଏଥିରେ ମିରଟ ଜୋନ୍‌ରେ ସର୍ବାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପ୍ରଶାନ୍ତ କହିଛନ୍ତି ଯେ ୩୦ ଖଣି ମାଫିଆ,୨୨୮ ମଦ ମାଫିଆ, ୧୬୮ ଗୋରୁ ମାଫିଆ, ୩୪୭ ଜମି ମାଫିଆ, ୧୮ ଶିକ୍ଷା ମାଫିଆ ଏବଂ ୩୫୯ ଅନ୍ୟ ପ୍ରକାର ମାଫିଆଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ଉପରେ ତଦନ୍ତ ଜାରି ରହିଛି। ସେମାନଙ୍କର ସମ୍ପତ୍ତିର ତଦାରଖ କରାଯାଉଛି। ଖୁବ ଶୀଘ୍ର ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri