୧୪ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ: ୪ ଚାକିରିରୁ ବିଦା,୬ଜଣଙ୍କ ପେନସନ ବନ୍ଦ ଆଉ…

ଭୁବନେଶ୍ୱର,୧ା୧୧(ବ୍ୟୁରୋ): ରାଜ୍ୟ ସରକାର ମଙ୍ଗଳବାର ଆଉ ୧୪ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏଥିରେ ୪ ଜଣଙ୍କୁ ଚାକିରିରୁ ବିଦା କରାଯାଇଥିବା ବେଳେ ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର ଏବଂ ଅନ୍ୟ ୬ ଜଣଙ୍କ ପେନ୍‌ସନ ସ୍ଥାୟୀ ଭାବେ ସ୍ଥଗିତ କରାଯାଇଛି। ୫-ଟି ଓ ମୋ ସରକାର ଉପକ୍ରମ ଜରିଆରେ ମିଳିଥିବା ମତାମତ ଆଧାରରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ପୂର୍ବରୁ ୧୭୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଥିବା ବେଳେ ଏହି ୧୪ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୮୭ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।