Posted inଜାତୀୟ

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହାସହ ସେମାନଙ୍କ ପଦୋନ୍ନତି ମଧ୍ୟ ବନ୍ଦ କରାଯିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ତାଗିଦ କରାଯାଇଛି।
କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଜାରି ଏକ ନିର୍ଦ୍ଦେଶନାମାରେ ଦେଶର ସମସ୍ତ ଆଇଏଏସ୍‌ ଅଫିସରଙ୍କ ପାଇଁ ବାର୍ଷିକ ସ୍ଥାବର ସମ୍ପତ୍ତି ଦାଖଲ (ଆଇପିଆର୍‌) ସମୟସୀମା ଆସନ୍ତା ବର୍ଷ ଜାନୁଆରୀ ୩୧ ଧାର୍ଯ୍ୟ କରାଯାଇଛି। ପର୍ଯ୍ୟାପ୍ତ ଯଥାର୍ଥ କାରଣ ନ ଥାଇ ଏଥିରେ କେହି ବିଫଳ ହେଲେ ସମ୍ପୃକ୍ତ ଅଫିସରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଉଚିତ ସମୟରେ ଆଇପିଆର୍‌ ଫାଇଲିଂକୁ ବାଧ୍ୟତାମୂଳକ କରାଯିବା ସମ୍ପର୍କିତ ନିୟମରେ ସଂଶୋଧନ ଅଣାଯାଇଛି, ଯାହାକି ଅଫିସରମାନଙ୍କ ପରବର୍ତ୍ତୀ ପଦୋନ୍ନତି କ୍ଷେତ୍ରରେ ବିଚାରଯୋଗ୍ୟ ହେବ ବୋଲି ଏହି ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି।
୨୦୧୭ ଜାନୁଆରୀରେ କାର୍ମିକ ଓ ତାଲିମ ବିଭାଗ ଏସ୍‌ପିଏଆର୍‌ଆର୍‌ଓଡବ୍ଲ୍ୟୁ ମଡ୍ୟୁଲ ଜରିଆରେ ଆଇଏଏସ୍‌ ଅଫିସରମାନଙ୍କ ଆଇପିଆର୍‌ ଅନ୍‌ଲାଇନ୍‌ ଫାଇଲିଂ ବ୍ୟବସ୍ଥା କରିଥିଲା। ତେବେ ସେମାନଙ୍କ ସମ୍ପତ୍ତି ବିବରଣୀ ସମ୍ପର୍କିତ ଦସ୍ତାବିଜ ଇଲେକ୍ଟ୍ରୋନିକାଲି କିମ୍ବା ଆନୁଆଲି ଦାଖଲ କରିବା ପାଇଁ ଗତ ୨୩ରେ କେନ୍ଦ୍ର ସରକାରଙ୍କ ସବୁ ସଚିବ ଓ ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବମାନଙ୍କୁ ଚିଠି କରାଯାଇଛି। ୨୦୨୬ ଜାନୁଆରୀ ୩୧ ପରେ ୨୦୨୫ ବର୍ଷର ଆଇପିଆର୍‌ ଅନ୍‌ଲାଇନ୍‌ ମଡ୍ୟୁଲ ସ୍ବତଃ ବନ୍ଦ ହୋଇଯିବ। ତେଣୁ ଏହାକୁ ନିର୍ଦ୍ଧାରିତ ସମୟ ମଧ୍ୟରେ କାର୍ଯ୍ୟକାରୀ କରାଇବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ସମସ୍ତ ସଚିବ ଓ ମୁଖ୍ୟ ଶାସନ ସଚିବଙ୍କୁ ପରାମର୍ଶ ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri