ପାଟ୍ରୋଲିଂ ଇନ୍‌ଚାର୍ଜଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

କେନ୍ଦୁଝର,୩ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ସକାଳେ ଘଟଗାଁ ଥାନା ବାଲିଯୋଡ଼ି ଗ୍ରାମ ନିକଟରେ ଏନ୍‌ଏନ୍‌ ୨୦ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୮ ଜଣଙ୍କ ମୃତ୍ୟୁ ଘଟଣାରେ ମୋଟରଯାନ ବିଭାଗ ପକ୍ଷରୁ ଏତଲା ପରେ ଘଟଗାଁ ଥାନା ପୋଲିସ ଏନ୍‌ଏଚ୍‌ଏଆଇର ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବିରୋଧରେ ମାମଲା ରୁଜୁ କରିଛି। ଏହି ଘଟଣାରେ ପାଟ୍ରୋଲିଂ ପାଇଁ ଏନ୍‌ଏଚ୍‌ଆଇ ସହିତ ଚୁକ୍ତି କରିଥିବା ଘରୋଇ ସଂସ୍ଥାର ଇନ୍‌ଚାର୍ଜ ସମେତ ଦୁଇ ଜଣଙ୍କୁ ଡକାଇ ପଚରାଉଚରା କରିଥିଲା। ଏହି ଘଟଣାରେ ଏନ୍‌ଏଚ୍‌ଏଆଇ ବିଭାଗର ସୁରକ୍ଷାରେ ଖିଲାପ ଯୋଗୁ ଦୁର୍ଘଟଣା ଘଟିଥିବା ନେଇ ଅଭିଯୋଗ ହୋଇଥିଲା। ଥାନା ପକ୍ଷରୁ ପାଟ୍ରୋଲିଂ ଇନ୍‌ଚାର୍ଜଙ୍କୁ ନୋଟିସ କରାଯାଇ ତଦନ୍ତ ଅଧିକାରୀଙ୍କ ନିକଟରେ ହାଜର ହୋଇ ତଦନ୍ତରେ ସହଯୋଗ କରିବାକୁ କୁହାଯାଇଛି। ଖିଲାପ କଲେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଘଟଗାଁ ଏସ୍‌ଡିପିଓ ସୁଦର୍ଶନ ଗାଙ୍ଗାଇ କହିଛନ୍ତି।
ଏନ୍‌ଏଚ୍‌ରେ ବ୍ରେକ୍‌ ଡାଉନ ବା ଦୁର୍ଘଟଣା ଗାଡ଼ିକୁ ସାଇଡ୍‌ କରିବା ଦାୟିତ୍ୱ ଏନ୍‌ଏଚ୍‌ଏଆଇର ଦାୟିତ୍ୱ। ଏଣୁ ଏହି କାମ କରିବାକୁ ଏନ୍‌ଏଚ୍‌ଏଆଇ ଏକ ଘରୋଇ ସଂସ୍ଥା ସହିତ ଚୁକ୍ତି କରିଛି। ତେବେ ଉପଯୁକ୍ତ ତଦାରଖ ଅଭାବରୁ ନିୟମିତ ପାଟ୍ରୋଲିଂ ହେଉ ନ ଥିବାରୁ ଦୁର୍ଘଟଣା ଘଟୁଥିବା ଅଭିଯୋଗ ହେଉଛି। ଉକ୍ତ ଦିନ ଏକ କୋଇଲା ବୋଝେଇ ଟ୍ରକ୍‌ ରାସ୍ତାରେ ବ୍ରେକ୍‌ଡାଉନ ଥିଲା। ପଛପଟୁ ଯାତ୍ରୀବାହୀ ଯାନ ଗଞ୍ଜାମରୁ ଘଟଗାଁ ଆସୁଥିବା ବେଳେ ପଛରୁ ପିଟି ଦେଇଥିଲା। ଫଳରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଆହତ ହୋଇଥିଲେ। ଏହି ଘଟଣାରେ ଆତ୍ମସମର୍ପଣ କରିଥିବା ଭ୍ୟାନ୍‌ ଚାଳକଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସେହିପରି ଏନ୍‌ଏଚ୍‌ଆଇ ବିଭାଗ ମୁଖ୍ୟଙ୍କ ବିରୋଧରେ କେସ୍‌ କରି ପୋଲିସ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ଆଜି ଚିତ୍ରା ନକ୍ଷତ୍ରରେ ଶୁକ୍ରଙ୍କ ପ୍ରବେଶ: ଏହି ୫ ରାଶିଙ୍କ ଉପରେ ଧନବର୍ଷା, ହେବେ ମାଲାମାଲ୍‌

ଜ୍ୟୋତିଷଶାସ୍ତ୍ର ଅନୁସାରେ, ଐଶ୍ୱର୍ଯ୍ୟ, ସୁଖ-ସୁବିଧା ଓ ଧନର କାରକ ଭାବେ ପରିଚିତ ଶୁକ୍ର ଗ୍ରହ ମଙ୍ଗଳଙ୍କ ନକ୍ଷତ୍ର ଚିତ୍ରାରେ ପ୍ରବେଶ କରିଛନ୍ତି। ଜ୍ୟୋତିଷବିଦଙ୍କ ମତରେ, ଶୁକ୍ରଙ୍କ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri