ନିଜସ୍ବ ପାର୍କିଂ ବ୍ୟବସ୍ଥା ନ କଲେ କାର୍ଯ୍ୟାନୁଷ୍ଠାନ

ସମ୍ବଲପୁର,୮ା୧୦(ବ୍ୟୁରୋ): ସମ୍ବଲପୁର-ରାଉରକେଲା ବିଜୁ ଏକ୍ସପ୍ରେସ ୱେ କଡରେ ଅନେକ ଶିଳ୍ପାନୁଷ୍ଠାନ ଗଢିଉଠିଛି। ଏହି କମ୍ପାନୀ ସମ୍ମୁଖ ରାସ୍ତା ଉପରେ ପ୍ରତିଦିନ ହଜାର ସଂଖ୍ୟାରେ ଟ୍ରକ ଛିଡା ହୋଇ ରହୁଛି। ଏହାକୁ ନେଇ ରାଜ୍ୟ ପ୍ରଦୂଷଣ ବୋର୍ଡ ସମ୍ବଲପୁର ଆଞ୍ଚଳିକ ଶାଖା ପକ୍ଷରୁ ଉକ୍ତ କମ୍ପାନୀମାନଙ୍କୁ ନୋଟିସ କରି ତାଗିଦ କରାଯାଇଛି। ପ୍ରତ୍ୟେକ କମ୍ପାନୀ ନିଜସ୍ବ ପାର୍କିଂ ବ୍ୟବସ୍ଥା କରନ୍ତୁ ନ ହେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନୋଟିସ୍‌ରେ ଉଲ୍ଲେଖ କରାଯାଇଛି।
ଗାଡିଗୁଡିକ ରାସ୍ତା ଉପରେ ଛିଡା ହୋଇ ରହୁଥିବାରୁ ଅନ୍ୟ ଯାନବାହନ ଓ ଯାତ୍ରୀମାନଙ୍କ ଯାତାୟାତରେ ସମସ୍ୟା ସୃଷ୍ଟି ହେଉଛି। ଏଥିଯୋଗୁ ପ୍ରଦୂଷଣ ମଧ୍ୟ ସୃଷ୍ଟି ହେଉଛି। ତେଣୁ ଶୀଘ୍ର ପାର୍କିଂ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଠେଲକୋଲିସ୍ଥିତ ଜେଏସ୍‌ଡବ୍ଳ୍ୟୁ ଭୂଷଣ ପାୱାର ଆଣ୍ଡ ଷ୍ଟିଲ, ଗୁରୁପାଲିସ୍ଥିତ ବିରାଜ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ, ଲପଙ୍ଗାସ୍ଥିତ ଆଦିତ୍ୟ ଆଲୁମିନା, ପଣ୍ଡଲୋଇସ୍ଥିତ ଶ୍ୟାମ ମେଟାଲିକ୍ସ ଆଣ୍ଡ ଏନର୍ଜି, ବମାଲୋଇସ୍ଥିତ ଆରିୟନ ଇଷ୍ପାତ ଆଣ୍ଡ ପାୱାର ପ୍ରାଇଭେଟ ଲିମିଟେଡ, ଲପଙ୍ଗାରେ ମା’ ସମଲେଶ୍ୱରୀ ଇଣ୍ଟଷ୍ଟ୍ରି ପ୍ରାଇଭେଟ ଲିମିଟେଡ ରହିଛି। ଚିଠି ନମ୍ବର ୩୫୭୪/୨୨ରେ ଏହସବୁ କମ୍ପାନୀକୁ ନୋଟିସ କରାଯାଇଛି। ଏହାର ନକଲ ଜିଲାପାଳ ସମ୍ବଲପୁର, ପୂର୍ତ୍ତ ବିଭାଗ ଓ ରାସ୍ତା ନିର୍ମାଣକାରୀ ସଂସ୍ଥାକୁ ଦିଆଯାଇଛି। ସୂଚନାଯୋଗ୍ୟ, ସେପ୍ଟେମ୍ବର ୨୭ରେ ଏହି ରାସ୍ତା ପ୍ରାୟ ୪ ଘଣ୍ଟା ଧରି ବନ୍ଦ ହୋଇ ରହିଥିଲା। ଏଥିଯୋଗୁ ଅନ୍ୟଯାତ୍ରୀ ଓ ହଜାର ସଂଖ୍ୟାରେ ଗାଡି ଅଟକି ରହିଥିଲା। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ଥାନୀୟ ପୋଲିସ ଟ୍ରାଫିକ୍‌ ସମସ୍ୟାକୁ ନେଇ ନାକେଦମ ହୋଇପଡିଥିଲା। ୪୦ ଗୋଟି ଟ୍ରକ୍‌ଠାରୁ ଜରିମାନା ମଧ୍ୟ ଆଦାୟ କରିଥିଲା ପୋଲିସ। ସମସ୍ୟାର ସମ୍ମୁଖୀନ ହୋଇଥିବା ଯାତ୍ରୀମାନେ ଅଭିଯୋଗ କରିଥିଲେ ଯେ, ଶିଳ୍ପାଞ୍ଚଳ ରେଙ୍ଗାଲିରେ ପ୍ରତିଦିନ ହଜାର ହଜାର ଟ୍ରକ୍‌ ଯିବାଆସିବା କରୁଛି। ଏହାକୁ ନେଇ ପ୍ରତିଦିନ ଯାତାୟାତରେ ସମସ୍ୟା ସୃଷ୍ଟି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri