ଭୁବନେଶ୍ୱର,୪ା୧୧(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଣୀତ ଜୀବେ ନିଷ୍ଠୁରତା ନିରୋଧ(କୁକୁର ପ୍ରଜନନ ଏବଂ ବିପଣନ) ଅଧିନିୟମ ୨୦୧୭ ଏବଂ ଜୀବେ ନିଷ୍ଠୁରତା ନିରୋଧ(ପୋଷା ଜୀବଜନ୍ତୁ ଦୋକାନ) ଅଧିନିୟମ ୨୦୧୮କୁ ରାଜ୍ୟରେ ପ୍ରଚଳନ କରାଯାଇଛି। ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ପକ୍ଷରୁ ଜାରି କରାଯାଇଥିବା ଅଧିସୂଚନା ଜରିଆରେ ସମଗ୍ର ରାଜ୍ୟରେ ତତ୍କାଳ ପ୍ରଚଳନ କରାଯାଇଛି। ଏହି ଦୁଇ ଅଧିନିୟମ ଅନୁଯାୟୀ ରାଜ୍ୟର ସମସ୍ତ କୁକୁର ପ୍ରଜନନ ଓ ବିପଣନ ଏବଂ ପୋଷା ଜୀବଜନ୍ତୁ ଦୋକାନ/ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ଅଧିସୂଚନା ପ୍ରକାଶ ପାଇବାର ୬୦ଦିନ ମଧ୍ୟରେ ରାଜ୍ୟ ପଶୁକଲ୍ୟାଣ ପରିଷଦଙ୍କ ଦ୍ୱାରା ପଞ୍ଜୀକୃତ ହେବା ବାଧ୍ୟତାମୂଳକ ବୋଲି କୁହାଯାଇଥିଲା। ତେବେ ପରବର୍ତ୍ତୀ ସମୟରେ ଏହି ସମୟସୀମାକୁ ଆଉ ୬୦ ଦିନ ବୃଦ୍ଧି କରାଯାଇ ୨୦୨୦ ନଭେମ୍ବର ୧୬ ତାରିଖ ସୁଦ୍ଧା ସମସ୍ତ କୁକୁର ପ୍ରଜନନ ଓ ବିପଣନ ଏବଂ ପୋଷା ଜୀବଜନ୍ତୁ ଦୋକାନ/ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକୁ ପଞ୍ଜୀକୃତ ହେବାକୁ କୁହାଯାଇଛି। ଏହି ସମୟ ମଧ୍ୟରେ ଯେଉଁ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ନାମ ପଞ୍ଜୀକରଣ ନ କରି ବ୍ୟବସାୟ ଚଳାନ୍ତି, ସମ୍ପୃକ୍ତ ପ୍ରତିଷ୍ଠାନ ବିରୋଧରେ ଆଇନ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ପଞ୍ଜୀକରଣ ପାଇଁ ଏହି ପ୍ରତିଷ୍ଠାନଗୁଡ଼ିକ ସମ୍ପୃକ୍ତ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ(ସିଡିଭିଓ)ଙ୍କ ମାଧ୍ୟମରେ ଆବେଦନ କରିପାରିବେ। ଆବେଦନ ଫର୍ମ ଏବଂ ପଞ୍ଜୀକରଣ ସମ୍ବନ୍ଧୀୟ ସମସ୍ତ ସୂଚନା ସମ୍ପୃକ୍ତ ଜିଲା ମୁଖ୍ୟ ପ୍ରାଣୀଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ଏବଂ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶାଳୟର ଓ୍ବେବ୍ସାଇଟ୍ www.odishaahvs.nic.inରେ ଉପଲବ୍ଧ ଅଛି।
ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…
ରାଜ୍ୟସଭା କ୍ରସ୍ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ
ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…
ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ
କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…
ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର
ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…
ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…
ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…
ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…
ପୁଣି ଦୁର୍ଘଟଣା ଘଟାଇଲା ଆମବସ୍: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ
ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…
ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…
ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…
Archives

