Posted inରାଜ୍ୟ

୧୬ ସୁଦ୍ଧା ପଞ୍ଜୀକରଣ ନ କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୪ା୧୧(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଣୀତ ଜୀବେ ନିଷ୍ଠୁରତା ନିରୋଧ(କୁକୁର ପ୍ରଜନନ ଏବଂ ବିପଣନ) ଅଧିନିୟମ ୨୦୧୭ ଏବଂ ଜୀବେ ନିଷ୍ଠୁରତା ନିରୋଧ(ପୋଷା ଜୀବଜନ୍ତୁ ଦୋକାନ) ଅଧିନିୟମ ୨୦୧୮କୁ ରାଜ୍ୟରେ ପ୍ରଚଳନ କରାଯାଇଛି। ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ପକ୍ଷରୁ ଜାରି କରାଯାଇଥିବା ଅଧିସୂଚନା ଜରିଆରେ ସମଗ୍ର ରାଜ୍ୟରେ ତତ୍‌କାଳ ପ୍ରଚଳନ କରାଯାଇଛି। ଏହି ଦୁଇ ଅଧିନିୟମ ଅନୁଯାୟୀ ରାଜ୍ୟର ସମସ୍ତ କୁକୁର ପ୍ରଜନନ ଓ ବିପଣନ ଏବଂ ପୋଷା ଜୀବଜନ୍ତୁ ଦୋକାନ/ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ଅଧିସୂଚନା ପ୍ରକାଶ ପାଇବାର ୬୦ଦିନ ମଧ୍ୟରେ ରାଜ୍ୟ ପଶୁକଲ୍ୟାଣ ପରିଷଦଙ୍କ ଦ୍ୱାରା ପଞ୍ଜୀକୃତ ହେବା ବାଧ୍ୟତାମୂଳକ ବୋଲି କୁହାଯାଇଥିଲା। ତେବେ ପରବର୍ତ୍ତୀ ସମୟରେ ଏହି ସମୟସୀମାକୁ ଆଉ ୬୦ ଦିନ ବୃଦ୍ଧି କରାଯାଇ ୨୦୨୦ ନଭେମ୍ବର ୧୬ ତାରିଖ ସୁଦ୍ଧା ସମସ୍ତ କୁକୁର ପ୍ରଜନନ ଓ ବିପଣନ ଏବଂ ପୋଷା ଜୀବଜନ୍ତୁ ଦୋକାନ/ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକୁ ପଞ୍ଜୀକୃତ ହେବାକୁ କୁହାଯାଇଛି। ଏହି ସମୟ ମଧ୍ୟରେ ଯେଉଁ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ନାମ ପଞ୍ଜୀକରଣ ନ କରି ବ୍ୟବସାୟ ଚଳାନ୍ତି, ସମ୍ପୃକ୍ତ ପ୍ରତିଷ୍ଠାନ ବିରୋଧରେ ଆଇନ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ପଞ୍ଜୀକରଣ ପାଇଁ ଏହି ପ୍ରତିଷ୍ଠାନଗୁଡ଼ିକ ସମ୍ପୃକ୍ତ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ(ସିଡିଭିଓ)ଙ୍କ ମାଧ୍ୟମରେ ଆବେଦନ କରିପାରିବେ। ଆବେଦନ ଫର୍ମ ଏବଂ ପଞ୍ଜୀକରଣ ସମ୍ବନ୍ଧୀୟ ସମସ୍ତ ସୂଚନା ସମ୍ପୃକ୍ତ ଜିଲା ମୁଖ୍ୟ ପ୍ରାଣୀଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ଏବଂ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶାଳୟର ଓ୍ବେବ୍‌ସାଇଟ୍‌ www.odishaahvs.nic.inରେ ଉପଲବ୍ଧ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri