ଶାସ୍ତ୍ରୀ ନଗର ଦୁର୍ଘଟଣା ମାମଲାରେ କାର୍ଯ୍ୟାନୁଷ୍ଠାନ: କିଲର ଡ୍ରାଇଭର ଗିରଫ

ଭୁବନେଶ୍ୱର,୧୩।୭: ରାଜଧାନୀ ଭୁବନେଶ୍ୱରର ଶାସ୍ତ୍ରୀ ନଗରରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ମାମଲାରେ କମିଶନରେଟ୍ ପୋଲିସ ବଡ଼ ସଫଳତା ପାଇଛି। ଦୁର୍ଘଟଣା ଘଟାଇ ଜଣଙ୍କ ମୃତ୍ୟୁର କାରଣ ହୋଇଥିବା କିଲର କାର୍‌ ଚାଳକ ସୌମ୍ୟ ରଞ୍ଜନ ରଥଙ୍କୁ ପୋଲିସ ଗିରଫ କରିଛି।

 ଏ ନେଇ  ଜୋନ-୧ ଏସିପି ରମେଶ ବିଷୋୟୀ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ, ଅଭିଯୁକ୍ତ ସୌମ୍ୟ ରଞ୍ଜନ ରଥ ଜଣେ ଆଇନ ଛାତ୍ର ଏବଂ ଦୁର୍ଘଟଣା ସମୟରେ ସେ ମଦ୍ୟପାନ କରି କାର୍‌ ଚଳାଉଥିଲେ।

ପୋଲିସ ସୂଚନା ଅନୁସାରେ, ରାସ୍‌ ଡ୍ରାଇଭିଂ ଓ ଡ୍ରଙ୍କନ ଡ୍ରାଇଭ୍‌ ମାମଲାରେ  ତାଙ୍କୁ ଗିରଫ କରାଯାଇଛି । ଏହି ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟମାନେ ମଧ୍ୟ ଆହତ ହୋଇଥିଲେ। ପୋଲିସ ତାଙ୍କୁ ଗିରଫ କରି କୋର୍ଟଚାଲାଣ ପାଇଁ ପ୍ରକ୍ରିୟା ଜାରି ରଖିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁଡାରି ଏନଏସିକୁ ମିଳିଲା ଦୁଇ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀ….

ଗୁଡାରି,୩୧।୮(ପ୍ରମୋଦ କୁମାର ପତି ): ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ କରକମଳରେ…

OSEPAର ବଡ଼ ଘୋଷଣା: ଏହି ଦିନ ହେବ ସମେଟିଭ-୧ ପରୀକ୍ଷା

ଭୁବନେଶ୍ୱର,୩୧।୮: OSEPA ପକ୍ଷରୁ ଛାତ୍ରୀଛାତ୍ରମାନଙ୍କ ପାଇଁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦିଆଯାଇଛି। ସେପ୍ଟେମ୍ବର ଚତୁର୍ଥ ସପ୍ତାହରେ ଛାତ୍ରୀଛାତ୍ରମାନଙ୍କ ସମେଟିଭ ଆସେସମେଣ୍ଟ-୧ ପରୀକ୍ଷା ହେବ ବୋଲି ଘୋଷଣା…

୭୫ ବର୍ଷର ସୁବର୍ଣ୍ଣପୁର ପୌରପାଳିକା: ଏବେ ବି ବିକାଶଠୁ ବହୁ ଦୂରରେ…

ସୋନପୁର,୩୧।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ପୌରପାଳିକା ଓଡ଼ିଶାର ଅନ୍ୟତମ ପୁରାତନ ପୌରପାଳିକା। ୧୯୫୦ ମସିହାରେ ବ୍ରିଟିଶ ଶାସନ ସମୟରେ ସୋନପୁର ରାଜ୍ୟରେ ପୌରପାଳିକା ସ୍ଥାପନ ହୋଇଥିଲା। ସ୍ବାଧୀନତା ପରେ…

ଧାନ ବିକ୍ରି ପଞ୍ଜୀକରଣ ପାଇଁ ପାକ୍ସରେ ଚାଷୀଙ୍କ ଭିଡ଼

ଅମରପାଲି,୩୧ା୮(ପୀତାମ୍ବର ସାହୁ): ଚାଷ ଓ ଚାଷୀଙ୍କ ଜିଲା ସୁବର୍ଣ୍ଣପୁର। ଜିଲାର ଅଧିକାଂଶ ଧାନ ଚାଷ କରନ୍ତି। ଚଳିତ ଖରିଫ ଋତୁରେ ଧାନ ବିକ୍ରି ପାଇଁ ସୁବର୍ଣ୍ଣପୁର ଜିଲା…

ବିଜେଡିର ବଡ଼ ଚେତାବନୀ: MMDR ପ୍ରତ୍ୟାହାର ନ ହେଲେ ଧାରଣା

ଭୁବନେଶ୍ୱର,୩୧।୮:ଖଣି ଏବଂ ଖଣିଜ (ବିକାଶ ଏବଂ ନିୟନ୍ତ୍ରଣ) ସଂଶୋଧନ ଆଇନ, ୨୦୨୬(MMDR) ପ୍ରତ୍ୟାହାର ନ ହେବା ଯାଏ ରାଜଭବନ ଆଗରେ ଧାରଣା ଦିଆଯିବ ବୋଲି ସୋମବାର ଅନୁଷ୍ଠିତ…

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ଏସ୍‌ପି: ଭିତ୍ତିଭୂମି ସମ୍ପର୍କରେ କର୍ତ୍ତୃପକ୍ଷଙ୍କ ସହ….

ଦାରିଙ୍ଗବାଡ଼ି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ସୋମବାର କନ୍ଧମାଳ ଏସ୍‌ପି ରମେନ୍ଦ୍ର ପ୍ରସାଦ ପହଞ୍ଚି ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇଛନ୍ତି। ଏସ୍‌ପିଙ୍କୁ…

୫ ଓ ୬ରେ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ: ପଞ୍ଚାୟତ ନିର୍ବାଚନ ପାଇଁ ହେବ ରୋଡ୍‌ମ୍ୟାପ୍‌

ଭୁବନେଶ୍ବର,୩୧।୮: ସେପ୍ଟେମ୍ବର ୫ ଓ ୬ ତାରିଖରେ ରାଜ୍ୟ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଚଳିତଥର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଢେଙ୍କାନାଳରେ ହେବା ନେଇ…

‘କେସିଙ୍ଗା ସହରକୁ ବିକାଶ କ୍ଷେତ୍ରରେ ରହିଛି ଟ୍ୟାକ୍ସର ଆବଶ୍ୟକତା’

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri