୬ ସିନିୟର ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

ସମ୍ବଲପୁର,୧୫ା୧(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିସୁଟ୍‌ର ଦ୍ୱିତୀୟ ବର୍ଷ ଛାତ୍ର ମାନସ ସିଂଙ୍କୁ ମାଡ଼ ଘଟଣାରେ କର୍ତ୍ତୃପକ୍ଷ ସମ୍ପୃକ୍ତ ୬ଜଣ ସିନିୟର ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଗତ ସେମିଷ୍ଟର ପରୀକ୍ଷାରେ ସେମାନଙ୍କ ଗୋଟିଏ ଲେଖାଏ ଗ୍ରେଡ୍‌ ପଏଣ୍ଟ କଟାଯିବ। ଏହାସହ ଜାନୁୟାରୀ ୩୧ ତାରିଖ ସୁଦ୍ଧା ପ୍ରତ୍ୟେକ ଛାତ୍ର ୧୫ ହଜାର ଟଙ୍କା ଲେଖାଏ ଜରିମାନା ଦେବାକୁ ଅଭିଭାବକଙ୍କୁ ଚିଠି କରାଯାଇଛି।

ଅଭିଯୋଗକାରୀ ଛାତ୍ର ମାନସଙ୍କୁ ମଧ୍ୟ ତାଗିଦ କରାଯାଇଛି। କଲେଜ ଓ ହଷ୍ଟେଲରେ ଶାନ୍ତି ବଜାୟ ରଖିବାକୁ କୁହାଯାଇଛି। ସମସ୍ତ ଛାତ୍ର ୨୦ ଟଙ୍କିଆ ଷ୍ଟାମ୍ପ୍‌ ପେପରରେ ଘୋଷଣାନାମା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ଡିସେମ୍ବର ୧୭ରେ ବୁର୍ଲା ଥାନାରେ ମାନସ ଅଭିଯୋଗ କରିବା ପରେ ପୋଲିସ ୭୪୫/୨୧ରେ ଏକ ମାମଲା ରୁଜୁ କରିଥିଲା। ତାଙ୍କ ଅଭିଯୋଗକ୍ରମେ ସେ କ୍ୟାମ୍ପସ୍‌ ବାହାକୁ ଚା’ ପିଇବା ପାଇଁ ଯାଇଥିଲେ। ସେତେବେଳେ ଉକ୍ତ ଦୋକାନକୁ ୬ ଜଣ ସିନିୟର ଛାତ୍ର ଆସି ମାନସଙ୍କୁ ଗାଳିଗୁଲଜ କରିବା ସହ ସିନିୟର ଛାତ୍ରଙ୍କୁ କିଭଳି ସମ୍ମାନ ଦିଆଯାଏ ଜାଣିନାହୁଁ କହି ମାଡ଼ ମାରିଥିଲେ। ଏ ବିଷୟରେ କାହାକୁ ଜଣାଇଲେ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ପରେ ମାନସ ଥାନାରୁ ଅଭିଯୋଗ ପ୍ରତ୍ୟାହାର କରି କଲେଜ କର୍ତ୍ତୃପକ୍ଷଙ୍କ ପାଖରେ ଅଭିଯୋଗ କରିଥିଲେ। କଲେଜ ପକ୍ଷରୁ ଶୃଙ୍ଖଳା କମିଟି ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri