ଭିଡିଓ ଭାଇରାଲ ପରେ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର ଅଫିସ,୨୫ା୫: ବୈଦ୍ୟନାଥପୁର ଥାନା ଅଧୀନ କମାପଲି ଭେଣ୍ଡିଂଜୋନ ନିକଟରେ ଗତ ମଙ୍ଗଳବାର ଜଣେ ନାବାଳିକାଙ୍କୁ ରାସ୍ତାରେ ଘୋଷାରି ନିଆଯାଉଥିବା ସୋସିଆଲ ମିଡିଆରେ ଭିଡ଼ିଓ ଭାଇରାଲ ହୋଇଥିଲା। ବ୍ରହ୍ମପୁର ଏସ୍‌ପି ଡ଼. ଶ୍ରବଣା ବିବେକ ଏମ୍‌. ଏ ସମ୍ପର୍କରେ ଜାଣିବା ପରେ ଏନେଇ ଥାନାରେ ଏକ ମାମଲା ରୁଜୁ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ମହିଳାଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ନାବାଳିକାଙ୍କ ଅଭିଯୋଗକ୍ରମେ ପୋଲିସ ସେମାନଙ୍କୁ ଗିରଫ କରି ପରେ ଥାନାରୁ ଜାମିନରେ ଛାଡ଼ିଛି। ଅନ୍ୟପଟେ ସମ୍ପୃକ୍ତ ନାବାଳିକା ଜଣଙ୍କ ଭୁବନେଶ୍ୱର ଅଞ୍ଚଳର ହୋଇଥିବା ବେଳେ ସେଠାରେ ଏନେଇ ନିଖୋଜ ମାମଲା ରୁଜୁ ହୋଇଥିଲା। ନାବାଳିକା ଜଣଙ୍କୁ ବିଚ୍‌ ରାସ୍ତାରେ ଘୋଷାରି ନେବା ଘଟଣା ପରେ ତାଙ୍କୁ ବ୍ରହ୍ମପୁରର ଜଣେ ଯୁବକ ବିବାହ କରିବାକୁ ପ୍ରତିଶ୍ରୁତି ଦେଇ ବ୍ରହ୍ମପୁର ଆଣି ରଖିଥିବା ଜଣାପଡ଼ିଥିଲା। ସମ୍ପୃକ୍ତ ଯୁବକଙ୍କ ମା ଓ ଭଉଣୀ ଏହା ଜାଣିବା ପରେ ତାଙ୍କ ପୁଅ ଓ ନାବାଳିକା ରହୁଥିବା ଘରେ ପହଞ୍ଚିଥିଲେ। ସେଠାରୁ ଉଭୟ ମହିଳା ଘର ଭିତରୁ ନାବାଳିକାଙ୍କୁ ଟାଣି ଆଣି ବିଚ୍‌ ରାସ୍ତାରେ ଘୋଷାରି ନେଉଥିଲେ ବୋଲି ଏସ୍‌ପି ଶ୍ରବଣା ବିବେକ ଏମ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଏସ୍‌କେ ଅଧିନାୟକ ଋତୁରାଜଙ୍କୁ ଜରିମାନା, କାହିଁକି ଜାଣନ୍ତୁ…

ଅହମଦାବାଦ,୨୨ା୫: ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ ଓଭର-ରେଟ୍‌ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କୁ ଜରିମାନା କରାଯାଇଛି। ଗୁଜରାଟ ଟାଇଟାନ୍ସ…

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ…

ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ, ଆଉ ତା‘ପରେ…

ପାରଳାଖେମୁଣ୍ଡି,୨୨ା୫(ଗିରିଧାରୀ ପରିା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ସୀମାନ୍ତ ଆନ୍ଧ୍ର ପ୍ରଦେଶର ପାଟପୁର ଗ୍ରାମ ନିକଟରେ ଶୁକ୍ରବାର ଏକ ଗଛ ପଡ଼ି ଅଟୋ ଚୁର୍‌ମାର୍‌ ହୋଇଯାଇଛି। ହେଲେ…

ପ୍ରକଳ୍ପ ଅଚଳ: ଚୁଆଁ ପାଣି ଭରସାରେ ସାହିବାସୀ

ଖଜୁରିପଡ଼ା,୨୨ା୫ (ବିଦୁର ବେହେରା): କନ୍ଦମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଗୁଦାରୀ ପାୟତ ୪ ନମ୍ବର ୱାର୍ଡ ଅନ୍ତର୍ଗତ ମଲିକ ସାହିରେ ପାନୀୟ ଜଳ ସମସ୍ୟା ଉଟ ରୂପ…

ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍

କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼…

ପାରାଦୀପରେ ମାଟି ତଳ ପାଇପ୍ ଲାଇନ୍‌ରୁ ତେଲ ଲିକ୍, ବିପୁଳ ପରିମାଣର ପେଟ୍ରୋଲ ନଷ୍ଟ

ପାରାଦୀପ,୨୨।୫ (ଶରତ ରାଉତ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳର ୧ ନଂ ଗେଟ୍ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସାଉଥ୍ ଅଏଲ ବର୍ଥ ଜେଟିରୁ ଆଇଓସିଏଲ ଟର୍ମିନାଲ…

ବିଶ୍ୱର ସବୁଠାରୁ ଉତ୍ତପ୍ତ ୧୦୦ ସହର ମଧ୍ୟରେ ଭାରତର ୯୭! ୪୮ ଡିଗ୍ରୀ ଟପିଲାଣି ଓଡ଼ିଶାର ତାପମାତ୍ରା

ନୂଆଦିଲ୍ଲୀ,୨୨।୫: ଭାରତର ଅଧିକାଂଶ ରାଜ୍ୟର ଲୋକମାନେ ପ୍ରବଳ ଗରମ ଯୋଗୁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ଅପରାହ୍ନରେ ପ୍ରକାଶିତ ତଥ୍ୟ ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି; ବିଶ୍ୱର…

ତିଲକ ବର୍ମାଙ୍କ ପରେ, ଏବେ ଏହି ଖେଳାଳିଙ୍କ ମଜା ଉଡାଇଲେ ଅର୍ଶଦୀପ ସିଂହ; ଭିଡିଓ ଭାଇରାଲ ପରେ ତୀବ୍ର ହେଲାଣି ବିବାଦ

ନୂଆଦିଲ୍ଲୀ,୨୨।୫: ଅର୍ଶଦୀପ ସିଂହ ପୁଣି ଥରେ ବିବାଦରେ ଫସିଥିବା ଦେଖାଯାଉଛି। IPL 2026 ରେ ପଞ୍ଜାବ କିଙ୍ଗସ ପାଇଁ ଖେଳୁଥିବା ଏହି ଭାରତୀୟ ଦ୍ରୁତ ବୋଲର ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri