୧୦୦ ବିଶୃଙ୍ଖଳିତ ଭିସୁଟ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ସମ୍ବଲପୁର,୨୮।୪(ପ୍ରମୋଦ ବହିଦାର): ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ବବିଦ୍ୟାଳୟ (ଭିସୁଟ)ର ୧୦୦ ଜଣ ଛାତ୍ରଙ୍କ ହିରୋଧରେ ବିଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି କର୍ତ୍ତୃପକ୍ଷ। ଭିସୁଟ ଶୃଙ୍ଖଳା କମିଟି ଦ୍ବାରା ଛାତ୍ରମାନଙ୍କ ଅସଦାଚରଣ, ନିମ୍ନ ଉପସ୍ଥାନ ଏବଂ ବିଶ୍ବବିଦ୍ୟାଳୟ ନିୟମ ଉଲଂଘନ ଆଦି ବିଭିନ୍ନ ଆଚରଣକୁ ନେଇ ହୋଇଥିବା ଅଭିଯୋଗ ଗୁଡ଼ିକର ବ୍ୟକ୍ତିଗତ ବିଚାର ପୂର୍ବକ ଉପଯୁକ୍ତ ସମୀକ୍ଷା ପରେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦ୍ବାରା ସମ୍ପୃକ୍ତ ଛାତ୍ରଙ୍କୁ ବିଭିନ୍ନ ଦଣ୍ଡରେ ଦଣ୍ଡିତ କରାଯାଇଛି। ସେହିପରି ଦୋଷୀ ଛାତ୍ରଙ୍କୁ ୧ ହଜାରରୁ ୫ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା କରାଯାଇଛି। ଏହାସହ ସମ୍ପୃକ୍ତ ଛାତ୍ରଙ୍କ ଗ୍ରେଡ ହ୍ରାସ ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇ ସମ୍ପୃକ୍ତ ଛାତ୍ରମାନଙ୍କୁ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ତଥା ପଦକ ପାଇଁ ଅନୁଷ୍ଠିତ ହେଉଥିବା ଅନ୍ୟାନ୍ୟ ପ୍ରତିଯୋଗିତା ଓ ପୁରସ୍କାର ବିତରଣ ସମାରୋହ ଭଳି ଶୈକ୍ଷିକ ସ୍ବୀକୃତିରେ ଅଂଶଗ୍ରହଣ ଉପରେ ମଧ୍ୟ କଟକଣା ଲାଗୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri