ଖରିଫ ଧାନ ସଂଗ୍ରହରେ ଖିଲାପ କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୯। ୧୦(ବ୍ୟୁରୋ): ରାଜ୍ୟରେ ଗତ ୨୦୧୯-୨୦ ଖରିଫ ବିପଣନ ଋତୁରେ ରେକର୍ଡ ପରିମାଣର ୭୦ ଲକ୍ଷ ୫୬ ହଜାର ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ହୋଇଛି। କୋଭିଡ୍‌ ସ୍ଥିତିରେ ଚଳିତ ଖରିଫ ଋତୁରେ ଓଡ଼ିଶାର କୃଷକମାନେ ଅକ୍ଳାନ୍ତ ପରିଶ୍ରମ ସହ ଧାନ ଚାଷ କରି ଖାଦ୍ୟ ନିରାପତ୍ତାକୁ ସୁନିଶ୍ଚିତ କରିପାରିଛନ୍ତି। ଅଧିକରୁ ଅଧିକ ଚାଷୀ ଯେପରି ସର୍ବନିମ୍ନ ସହାୟକ ମୂଲ୍ୟରେ ଧାନ ବିକ୍ରି କରିପାରିବେ ସେଥିଲାଗି ଧାନ ସଂଗ୍ରହ କାର୍ଯ୍ୟକୁ ସୁଚାରୁ ରୂପେ କରିବା ପାଇଁ ଜିଲାପାଳ ଓ ବିଭାଗୀୟ କ୍ଷେତ୍ର ଅଧିକାରୀଙ୍କୁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିର୍ଦ୍ଦେଶ ଦେଇଛନ୍ତି। ବୁଧବାର ଖରିଫ ଧାନ ସଂଗ୍ରହକୁ ନେଇ ମନ୍ତ୍ରୀ ସ୍ବାଇଁ ଭିଡ଼ିଓ କନ୍‌ଫରେନ୍ସ ମାଧ୍ୟମରେ ସମୀକ୍ଷା କରିବାବେଳେ ଜିଲାପାଳମାନଙ୍କୁ ଏହା କହିଛନ୍ତି। ଚଳିତ ଖରିଫ୍‌ ଧାନ ସଂଗ୍ରହ ନିମନ୍ତେ ୧୪.୯୭ ଲକ୍ଷ ଚାଷୀ ନାମ ପଞ୍ଜୀକରଣ କରିଛନ୍ତି। ଧାନସଂଗ୍ରହ କାର୍ଯ୍ୟକୁ ସ୍ବଚ୍ଛ ଓ ନିର୍ଭୁଲ କରିବା ଲାଗି ୫‘ଟି’ କାର୍ଯ୍ୟକ୍ରମ ଅନ୍ତର୍ଗତ ପି-ପାସ୍‌ ଓ ଚାଷୀଙ୍କୁ ଆଗୁଆ ଟୋକନ ପ୍ରଦାନ କରାଯାଇଛି। କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କଠାରୁ ଧାନ ସଂଗ୍ରହ କରି ସେମାନଙ୍କୁ ସର୍ବନିମ୍ନ ସହାୟକ ମୂଲ୍ୟ ପ୍ରଦାନ କରିବାକୁ ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ଏଥିସହିତ ଧାନସଂଗ୍ରହ କେନ୍ଦ୍ରରୁ ମିଲରମାନଙ୍କ ଦ୍ୱାରା ସେହିଦିନ ଧାନ ଉଠାଣ, ଧାନ କିଣିବାର ୨୪ରୁ ୪୮ ଘଣ୍ଟା ମଧ୍ୟରେ ଚାଷୀମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ପ୍ରାପ୍ୟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଧାନସଂଗ୍ରହ କାର୍ଯ୍ୟରେ କୌଣସି ଖିଲାପ ଦୃଷ୍ଟିକୁ ଆସିଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଥିଲେ।
ନଭେମ୍ବର ପହିଲାରୁ ଧାନସଂଗ୍ରହ କାର୍ଯ୍ୟ ଆରମ୍ଭ ହେବାକୁ ଥିବାରୁ ସମସ୍ତ ପୂର୍ବପ୍ରସ୍ତୁତି ସାରିବା ପାଇଁ ବିଭାଗୀୟ ସଚିବ ବୀର ବିକ୍ରମ ଯାଦବ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଯେଉଁ ଜିଲାଗୁଡ଼ିକରେ ଶୀଘ୍ର ଧାନ ଅମଳ ହେଉଛି ସେଠାରେ ନଭେମ୍ବର ୧ରୁ ୧୫ ମଧ୍ୟରେ ଧାନ ସଂଗ୍ରହ କାର୍ଯ୍ୟ ଆରମ୍ଭ ହେବ। ବିଳମ୍ବରେ ଅମଳ ହୋଇଥିବା ଜିଲାରେ ନଭେମ୍ବର ୧୬ରୁ ନଭେମ୍ବର ୩୦ ମଧ୍ୟରେ ଧାନସଂଗ୍ରହ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ ଧାନ ଅମଳର ପ୍ରକୃତ ସ୍ଥିତାବସ୍ଥାକୁ ଅନୁଧ୍ୟାନ କରି ସଂପୃକ୍ତ ଜିଲାର ଜିଲା ଧାନ ସଂଗ୍ରହ କମିଟି ଧାନ ସଂଗ୍ରହର ନିର୍ଦ୍ଦିଷ୍ଟ ତାରିଖ ସ୍ଥିର କରିବେ। ଧାନସଂଗ୍ରହ ନିମନ୍ତେ ଚାଷୀ ତାଲିକା ଚୂଡ଼ାନ୍ତ କରିବା, ନୂତନ କିମ୍ବା ପରିବର୍ତ୍ତନ କରିଥିବା ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟ, ଅଣଭୂଲେଖ ଜମି ଏବଂ ଜଳସେଚିତ ଜମି ଆଦିର ତଥ୍ୟ ସମ୍ପର୍କରେ ନିର୍ଭୁଲ ଯାଞ୍ଚ ଉପରେ ଗୁରୁତ୍ୱ ଦେବା ସହ ଆଧାର ସଂଯୋଗୀକରଣ ଏବଂ ଇଣ୍ଟରନେଟ୍‌ ଆଦି ଅନ୍ୟାନ୍ୟ ଭିତ୍ତିଭୂମି କାର୍ଯ୍ୟ ଶେଷ କରିବା ପାଇଁ ସଚିବ ନିର୍ଦ୍ଦେଶ ଦେଇଥିଲେ। କୋଭିଡ୍‌-୧୯ର ସମସ୍ତ ମାର୍ଗଦର୍ଶିକା ପାଳନ ସହିତ ମଣ୍ଡିଗୁଡ଼ିକର ସାନିଟାଇଜେଶନ୍‌, ମାସ୍କ ପରିଧାନ ଏବଂ ସାମାଜିକ ଦୂରତ୍ୱ ଆଦିକୁ କଡ଼ାକଡ଼ି ଭାବେ ପାଳନ କରିବାକୁ କୁହାଯାଥିଲା। ଚାଷୀଙ୍କ ଅବଗତି ନିମନ୍ତେ ଧାନସଂଗ୍ରହର ସମସ୍ତ ନିୟମାବଳୀ, ଧାନର ଏଫ୍‌ଏକ୍ୟୁ ମାନ ଏବଂ ଧାନସଂଗ୍ରହ କେନ୍ଦ୍ର ଓ ତାରିଖ ଆଦି ସମ୍ପର୍କରେ ବ୍ୟାପକ ପ୍ରଚାର ଓ ଜନସଚେତନତା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଧାନସଂଗ୍ରହ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ବିଭାଗୀୟ ଅଧିକାରୀମାନେ ନିୟମିତ ମଣ୍ଡି ପରିଦର୍ଶନ କରିବେ। ଏଥିସହିତ ଜିଲା ଓ ସବ୍‌ଡିଭିଜନ୍‌ ସ୍ତରରେ ଟାସ୍କ ଫୋର୍ସ ଗଠନ କରି ଉପୁଜୁଥିବା ସମସ୍ୟାର ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri