ଦୀଘାରେ ଜଗନ୍ନାଥ ମନ୍ଦିର ଉଦ୍‌ଘାଟନୀ ଦିନ ରୋଷ କାର୍ଯ୍ୟରେ ସାମିଲ ହେଲେ କାର୍ଯ୍ୟାନୁଷ୍ଠାନ

ପୁରୀ,୨୪।୪: ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ଦିଘାରେ ନିର୍ମାଣ ହୋଇଥିବା ଜଗନ୍ନାଥ ମନ୍ଦିର ଆସନ୍ତା 30 ତାରିଖ ଅକ୍ଷୟ ତୃତୀୟାରେ ଉଦଘାଟନ ହେବ। ଏହି କାର୍ଯ୍ୟକ୍ରମରେ ପୁରୀ ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ପକ୍ଷରୁ ଅବଢ଼ା ଓ ଶୁଖିଲା ମହାପ୍ରସାଦ ପ୍ରସ୍ତୁତକାରୀଙ୍କ ଏକ ନିର୍ଦ୍ଦେଶ ଜାରି ହୋଇଛି।

ଏହି ଉଦ୍‌ଘାଟନୀ ଦିନ ରୋଷ କାର୍ଯ୍ୟରେ ସାମିଲ ହେବାକୁ ମନା କରାଯାଇଛି। ସାମିଲ ହେଲେ ସମ୍ପୃକ୍ତ ସୁପକାର ସଭ୍ୟଙ୍କୁ ନିଯୋଗରୁ ବାସନ୍ଦ କରାଯିବ। ଅର୍ଥାତ ଶ୍ରୀମନ୍ଦିର ରୋଷ କାର୍ଯ୍ୟରୁ ତାଙ୍କୁ ସବୁଦିନ ପାଇଁ ବାରଣ କରାଯିବ। ସୁଆର ମହାସୁଆର ନିଯୋଗ ସମ୍ପାଦକଙ୍କ ଦସ୍ତଖତରେ ସୂଚନା ଜାରି କରାଯାଇଛି।

ନିଉ ଦୀଘା ରେଳଷ୍ଟେସନ ନିକଟରେ ୨୦ ଏକର ଜାଗାରେ ୨ ଶହ ୫୦ କୋଟି ଟଙ୍କା ବ୍ୟୟରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଅନୁକରଣରେ ନୂତନ ଅନ୍ୟ ଏକ ଜଗନ୍ନାଥ ମନ୍ଦିର ନିର୍ମାଣ ଶେଷ ହୋଇଛି l ଆସନ୍ତା ପବିତ୍ର ଅକ୍ଷୟ ତୃତୀୟାରେ ଏହି ନୂତନ ଜଗନ୍ନାଥ ମନ୍ଦିରରେ ଭଗବାନ ବଳଭଦ୍ର, ମା’ ସୁଭଦ୍ରା ଓ ଶ୍ରୀଜଗନ୍ନଥଙ୍କ ପ୍ରାଣ ପ୍ରତିଷ୍ଠା ଲାଗି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭ ଉଦଘାଟନ କରିବେ ବୋଲି ସରକାରୀ ଭାବେ ଘୋଷଣା କରାଯାଇଛି l

ମମତା ବାନାର୍ଜୀ ଡିସେମ୍ବର ୨୦, ୨୦୧ ୮ ମସିହାରେ ଦୀଘାରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଭଳି ଏଠାରେ ନୂତନ ଜଗନ୍ନାଥ ମନ୍ଦିର ନିର୍ମାଣ ହେବ ବୋଲି ଉଚ୍ଚ ପ୍ରଶାସନିକ ବୈଠକରେ ଘୋଷଣା କରିଥିଲେ l ୨୦୨୨ ମସିହାରେ ପ୍ରଥମେ ଜଗନ୍ନାଥ ମନ୍ଦିର ନିର୍ମାଣ ନିମନ୍ତେ ବଙ୍ଗ ସରକାର ୨ ଶହ କୋଟି ଟଙ୍କା ଅର୍ଥ ମଞ୍ଜୁର କରି ଖୁବଶୀଘ୍ର ମନ୍ଦିର ନିର୍ମାଣ କରିବାକୁ ନିର୍ଦେଶ ଦେଇଥିଲେ l ୬୫ ଫୁଟ ଉଚ୍ଚର ଏହି ଭବ୍ୟ ମନ୍ଦିର ନିର୍ମାଣ ନିମନ୍ତେ ହିଡ଼କୋ ସଂସ୍ଥା ହାତକୁ ନେଇଥିବାବେଳେ ରାଜସ୍ଥାନର ନାମୀ ମାର୍ବଲ ପଥରରେ ଶ୍ରୀଜଗନ୍ନାଥ ମନ୍ଦିର ସହ ଆଠଟି ମନ୍ଦିର ନିର୍ମିତ ହୋଇଛି l ମେଘନାଦ ପ୍ରାଚେରୀ ଭଳି ପ୍ରଥମ ମନ୍ଦିରରେ ପ୍ରଭୁ ବଳଭଦ୍ର, ମା’ ସୁଭଦ୍ରା ଓ ଭଗବାନ ଶ୍ରୀ ଜଗନ୍ନାଥ ପଥରରେ ମୂର୍ତ୍ତି ରହିଥିବାବେଳେ ମନ୍ଦିରର ୪ ଦ୍ୱାର ସହ ୨ ୟ ମନ୍ଦିରରେ ମା’ ଲକ୍ଷ୍ମୀଙ୍କ ମନ୍ଦିର, ସମ୍ମୁଖ ଭାଗରେ ଗରୁଡ଼ ସ୍ତମ୍ଭ, ରୋଷେଇଶାଳ, ବିଶ୍ରାମଗାର ଓ ଅତିଥିଶାଳା ରହିଛି l ମନ୍ଦିର ପ୍ରାଚେରୀ ଦୀଘା – ବର୍ଡ଼ର ରାସ୍ତା ଦକ୍ଷିଣ ପଟରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ ଲାଗି ଅନ୍ୟ ଏକ ନୂତନ ପାର୍କ ନିର୍ମାଣ କରାଯାଇଛିl

ଜଗନ୍ନାଥ ମନ୍ଦିର ପରିଚାଳନା ନିମନ୍ତେ ମୁଖ୍ୟ ସଚିବଙ୍କ ସହ ଜିଲା ମାଜିଷ୍ଟ୍ରେଟ, ଏସପି, ଇସ୍କନର ମୁଖ୍ୟ ସହ ୨ ୨ ଜଣିଆ କମିଟି ଗଠନ କରାଯାଇଥିବାବେଳେ ଇସ୍କନ ମନ୍ଦିରର ସମସ୍ତ ପରିଚାଳନା କରିବେ ବୋଲି ସରକାରୀ ଭାବେ ଘୋଷଣା କରାଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri