‘ଆଚରଣ ବିଧି ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ’

ବାରିପଦା ଅଫିସ,୨୬।୧- ମୟୂରଭଞ୍ଜ ଜିଲାରେ ମୁକ୍ତ, ଅବାଧ ଓ ନିରପେକ୍ଷ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପରିଚାଳନା ପାଇଁ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ପର୍ଯ୍ୟବେକ୍ଷକଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ବିନୀତ ଭରଦ୍ୱାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲାର କରଞ୍ଜିଆ ସବ୍‌ଡିଭିଜନ ପାଇଁ ଥିବା ପର୍ଯ୍ୟବେକ୍ଷକ ପ୍ରଶାନ୍ତ ରଥ ଓ ବାରିପଦା ପର୍ଯ୍ୟବେକ୍ଷକ ଏସ. କେ. ପଟେଲ ଉପସ୍ଥିତ ରହି ଆଦର୍ଶ ଆଚରଣ ବିଧି, କୋଭିଡ୍‌ ଗାଇଡ ଲାଇନର ଅନୁପାଳନ ତଥା ନିର୍ବାଚନ ପରିଚାଳନା ସମ୍ପର୍କରେ ଅବଗତ କରିଥିଲେ। ଜିଲାରେ ସ୍ବଚ୍ଛ ନିର୍ବାଚନ ପରିଚାଳନା ପାଇଁ ରାଜନୈତିକ ଦଳ, ପ୍ରାର୍ଥୀ ଓ ଜନସାଧାରଣଙ୍କ ସକ୍ରିୟ ସହଯୋଗ କାମନା କରିଛନ୍ତି । ଆଦର୍ଶ ଆଚରଣ ବିଧିକୁ ଉଲ୍ଲଂଘନ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ କହିଛନ୍ତି ।
ମତଦାନ କେନ୍ଦ୍ରରେ ଏଜେଣ୍ଟ ନିଯୁକ୍ତି, ବ୍ଲକ ସ୍ତରରେ ଭୋଟ ଗଣତି ଏବଂ ଏଜେଣ୍ଟ ନିଯୁକ୍ତ ପ୍ରସଙ୍ଗରେ ଭାଜପା ଜିଲା ସଭାପତି(ପୂର୍ବ) କାନ୍ଦରା ସୋରେନ ପ୍ରଶ୍ନୋତ୍ତର ମାଧ୍ୟମରେ ଆଲୋଚନା କରିଥିଲେ। ଦୁଇଟି ଟିକା ନେଇଥିବା ବ୍ୟକ୍ତି ମତଦାନ ଓ ଭୋଟ ଗଣତି କେନ୍ଦ୍ରରେ ଏଜେଣ୍ଟ ଭାବେ ପ୍ରବେଶ କରିବାକୁ ଅନୁମତି ପ୍ରଦାନ କରାଯିବ। ସେଥିନିମନ୍ତେ ଆବଶ୍ୟକ କାଗଜପତ୍ର ଦର୍ଶାଇବା ସହ କୋଭିଡ୍‌ ନିୟମକୁ ଅନୁପାଳନ କରିବାକୁ କୁହାଯାଇଛି। ଜିଲା ଓ ବ୍ଳକସ୍ତରରେ ଷ୍ଟ୍ରଙ୍ଗ ରୁମ ଓ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିବା, କଣ୍ଟ୍ରୋଲ ରୁମ ଓ ଆଦର୍ଶ ଆଚରଣ ବିଧି ଅନୁପାଳନ ଦିଗରେ ତଦାରଖ କରିବା ପାଇଁ ସ୍କ୍ବାଡ୍‌ ଗଠନ କରିବା ଦିଗରେ ବିସ୍ତୃତ ଆଲୋଚନା ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ(ସାଧାରଣ) ରୁଦ୍ର ନାରାୟଣ ମହାନ୍ତି, ପିଡି ଡିଆରଡିଏ ପି.ଅନ୍ବେଷା ରେଡ୍ଡି ଓ ଅତିରିକ୍ତ ଏସ୍‌ପି ସୁରେଶ ଚନ୍ଦ୍ର ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଜିଲା ପଞ୍ଚାୟତ ଅଧିକାରୀ ଭଗବାନ ଗୌଡ଼ା ଓ ସୂଚନା ଲୋକ ସମ୍ପର୍କ ଅଧିକାରୀ ରବୀନ୍ଦ୍ର ନାୟକ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?