ଓଏସ୍‌ଏମ୍‌ଇ ହଷ୍ଟେଲରେ ରାଗିଂ ଘଟଣାର ହେଲା କାର୍ଯ୍ୟାନୁଷ୍ଠାନ

କେନ୍ଦୁଝର,୨୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସ୍ଥାନୀୟ ଓଡିଶା ଖଣି ଓ ଯାନ୍ତ୍ରିକ ବିଦ୍ୟାଳୟର ଖଣ୍ଡାଧାର ହଷ୍ଟେଲରେ ତୃତୀୟ ବର୍ଷର ଛାତ୍ର ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ରାଗିଂ କରିଥିଲେ। ଏହି ଘଟଣାରେ ବିଦ୍ୟାଳୟ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ା ହଷ୍ଟେଲର ୭୦ ଜଣ ପିଲାଙ୍କୁ ଏକ ହଜାର ଟଙ୍କା ଫାଇନ ସହିତ ଲାଇବ୍ରେରୀରୁ ପୁସ୍ତକ ନେବା ଉପରେ କଟକଣା ଲଗାଯାଇଥିବା ଜଣାପଡିଛି ା ପିଲାଙ୍କୁ ଶୃଙ୍ଖଳିତ ଅଧ୍ୟୟନ ପାଇଁ ବ୍ୟାପକ ସୁବିଧା ବିଦ୍ୟାଳୟ ପକ୍ଷରୁ କରାଯାଉଥିବା ସତ୍ତ୍ୱେ ଏଭଳି ଆଚରଣରୁ ବିରତ ରହିବା ପାଇଁ ସେମାନଙ୍କୁ ତାଗିଦ କରିବା ସହ ସେମାନଙ୍କଠାରୁ ଅଣ୍ଡରଟେକିଂ ଗ୍ରହଣ କରାଯାଇଥିବା ଅଧ୍ୟକ୍ଷ ଜ୍ଞାନ ରାୟ କହିଛନ୍ତି ା ସୂଚନାଯୋଗ୍ୟ, କିଛି ଦିନ ତଳେ ତୃତୀୟ ବର୍ଷର ଛାତ୍ରମାନେ ଦ୍ୱିତୀୟ ବର୍ଷର ଛାତ୍ରମାନଙ୍କୁ ଡକାଇ ବିଭିନ୍ନ ପ୍ରକାରର ପ୍ରଶ୍ନ ପଚରାଉଚରା କରିଥିଲେ ା ଖବରପାଇ ସୁପରିଟେଣ୍ଡେଣ୍ଟ ପହଞ୍ଚିିବାରୁ ସେମାନେ ସତର୍କ ହୋଇଯାଇଥିଲେ ା ଏହାକୁ ଭିତ୍ତିି କରି ଅଧ୍ୟକ୍ଷ କମିଟି ଗଠନ କରି ତଦନ୍ତ ଆଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୦୮୨ ସେଣ୍ଟରରେ ହେବ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୯।୨: ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ରାଜ୍ୟର ୩୦୮୨ ସେଣ୍ଟରରେ ମାଟ୍ରିକ ପରୀକ୍ଷା…

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri