ଦୈତାରୀ ଥାନା ଅଞ୍ଚଳରେ ମାଓ ଚଳପ୍ରଚଳକୁ ମିଥ୍ୟା ସୂଚନା ଦେଇଥିବା ବନ କର୍ମଚାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠନ

କେନ୍ଦୁଝର,୧୫।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦୈତାରୀ ଥାନା ଅଞ୍ଚଳରେ ମାଓ କାର୍ଯ୍ୟକଳାପକୁ ନେଇ ମିଥ୍ୟା ପ୍ରଚାରକୁ ନେଇ କେନ୍ଦୁଝର ପୋଲିସ ତଦନ୍ତ ଆରମ୍ଭ କରିଛି। ଏନେଇ ଆଜି ଏସପି ଅଫିସରେ ଏକ ପ୍ରେସମିଟ କରି ଅତିରିକ୍ତ ଏସପି ମନୋଜ ରାଉତ ସୂଚନା ଦେଇଛନ୍ତି। ୧୫ ଦିନ ତଳେ ମାଓବାଦୀ ମାନେ ଦୈତାରୀ ଅଞ୍ଚଳରେ ଘୁରି ବୁଲୁଥିବା ସୂଚନା ମିଳିଥିଲା। ଏହାକୁ ଆଧାର କରି ପୋଲିସ ବିଭାଗ ପକ୍ଷରୁ ତଦନ୍ତ କରାଯାଇଥିଲା। ଏନେଇ ଏକ ସତନ୍ତ୍ର ଟିମ, ବିଶେଷଜ୍ଞ ଟିମ, ଅଭିଜ୍ଞ ୟୁନିଟ, ଗୋଇନ୍ଦା ବିଭାଗ ଟିମଙ୍କୁ ମୁତୟନ କରାଯାଇ ଘଟଣାର ତଦନ୍ତ ଆରମ୍ଭ କରାଯାଇଥିଲା। ଏହାର ତଦନ୍ତ ବିଭିନ୍ନ ଦିଗରୁ କରାଯାଇଥିଲା। ସ୍ଥାନୀୟ ସନ୍ଦେହ ପୂର୍ଣ୍ଣ ଲୋକଙ୍କ ମୋବାଇଲ ଯାଞ୍ଚ କରାଯାଇଥିଲା।

ଦୈତାରୀ ଅଞ୍ଚଳରେ ଥିବା ୫୫ ଟ୍ରାପ କ୍ୟାମେରାରେ ଯାଞ୍ଚ କରାଯାଇଥିଲା। କୌଣସି ସନ୍ଦିଗ୍ଧ ମାଓବାଦୀ ଚଳପ୍ରଚଳ ନେଇ କୌଣସି ଫୋଟ ନ ଥିବା ଜଣା ପଡ଼ିଥିଲା। କେବଳ ବନ କର୍ମଚାରୀ ଓ ସାଧାରଣ ଲୋକଙ୍କ ଚଳପ୍ରଚଳ ରେକର୍ଡ ହୋଇଥିବା ପୋଲିସ ସୂଚନା ଦେଇଛି। ଉକ୍ତ ସମୟରେ ଏହାକୁ ନେଇ ସ୍ଥାନୀୟ ଲୋକମାନଙ୍କ ମତାମତ ନିଆଯାଇଥିଲା। ଯେଉଁଠିରେ ସେଭଳି କୌଣସି ସୂଚନା ଯାଞ୍ଚ ଟିମକୁ ମିଳି ନ ଥିଲା। ଏଥିରେ କେତେକ ବନ ବିଭାଗ କର୍ମଚାରୀ ସଂପୃକ୍ତ ଥିବା ଜଣା ପଡ଼ିଥିଲା। ସେମାନେ ଭୁଲ ସୂଚନା ସ୍ଥାନୀୟ ଅଞ୍ଚଳରେ ପ୍ରଚାର କରିଛନ୍ତି। ଏଣୁ ଉକ୍ତ ଅଂଚଳରେ ଲୋକେ ଭୟ ଓ ଆତଙ୍କିତ ବାତା ବରଣ ମଧ୍ୟରେ ରହିଥିଲେ। କେତେକ ବନ କର୍ମଚାରୀ ଜଙ୍ଗଲ ରେ ବୁଲୁଥିବା ଶିକାରୀ ଙ୍କୁ ନେଇ ବିନା ଯାଞ୍ଚ ରେ ଭୁଲ ସୂଚନା ଦେବା, ପୋଲିସ କୁ ସୂଚନା ଦେଇ ସଠିକ ଯାଞ୍ଚ ନ କରିବା ଫଳରେ ଏଭଳି ଗୁଜବ ବ୍ୟାପିଥିଲା ବୋଲି ପୋଲିସ ସୂଚନା ଦେଇଛନ୍ତି। ଫଳରେ ଏହାର ପ୍ରଚାର ହେବାରୁ ଲୋକ ଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଥିଲା। ସମସ୍ତ ତଥ୍ୟ ମିଳିବା ପରେ ଏନେଇ ଦଇତାରୀ ଥାନା କେସ ନମୱର୍‌ ୩୧/୨୦୨୫ ତା ୧୫/୪/୨୦୨୫ ରେ ଏକ ମାମଲା ରୁଜୁ କରାଯାଇ ଏହାର ତଦନ୍ତ ଆରମ୍ଭ କରିଛି। ତଦନ୍ତ ବେଳେ ବହୁ ପ୍ରମାଣ ମିଳିଛି। ଏଣୁ ଏଭଳି ମିଥ୍ୟା ସୂଚନା ଦେଇଥିବା ବିରୁଦ୍ଧରେ ଏକମାମଲା ରୁଜୁ କରି ତଦନ୍ତ ଜାରି ରହିଛି ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri