ବଦଳି ନିର୍ଦ୍ଦେଶ ମାନୁ ନ ଥିବା ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ

ଭୁବନେଶ୍ୱର, ୨୫।୬ (ଅସମାପିକା ସାହୁ): ରାଜ୍ୟର ବହୁ ଶିକ୍ଷକ ବଦଳି ନିର୍ଦ୍ଦେଶକୁ ମାନୁ ନାହାନ୍ତି। ଏପରିକି ବଦଳି ହୋଇଥିବା ବିଦ୍ୟାଳୟରେ ଯୋଗ ନ ଦେଇ ବିଭିନ୍ନ ଆଳ କରି ଛୁଟିରେ ରହୁଛନ୍ତି। ଫଳରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଏପରି କରୁଥିବା ଶିକ୍ଷକଙ୍କ ବିରୋଧରେ ଏଣିକି କାର୍ଯ୍ୟାନୁଷ୍ଠାନ ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି। ବିଦ୍ୟାଳୟକୁ ଯାଇ ଶିକ୍ଷାଦାନ କରିବାକୁ ସେ ଶିକ୍ଷକମାନଙ୍କୁ ପରାମର୍ଶ ଦେଇଛନ୍ତି। ଗଣମାଧ୍ୟକୁ ସେ ଆହୁରି କହିଛନ୍ତି, ବିଦ୍ୟାଳୟରେ ଉନ୍ନତ ଶୈକ୍ଷିକ ବାତାବରଣ ସୃଷ୍ଟି କରିବା ପାଇଁ କାର୍ଯ୍ୟ କରାଯିବ। ଶିକ୍ଷା ବ୍ୟବସ୍ଥା ସହ ଜଡ଼ିତ ସମସ୍ତ ସରକାରୀ ଯୋଜନାକୁ ତଳ ସ୍ତରରେ ପହଞ୍ଚାଇବାକୁ ସରକାର ପ୍ରତିବଦ୍ଧ। ଏହାସହ ରାଜ୍ୟରେ ଖାଲି ପଡ଼ିଥିବା ଶିକ୍ଷକ ପଦବୀ ଖୁବ୍‌ଶୀଘ୍ର ପୂରଣ କରାଯିବ ବୋଲି ସେ କହିଛନ୍ତି। ପୂର୍ବରୁ ବହୁ ନକଲି ଶିକ୍ଷକ ଧରାପଡ଼ିଛନ୍ତି। ସେମାନଙ୍କ ବିରୋଧରେ ନିଶ୍ଚିତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମଧ୍ୟ ମନ୍ତ୍ରୀ କହିଛନ୍ତି। ସେହିଭଳି ୫-ଟି ସ୍କୁଲରେ ଦୁର୍ନୀତି ହୋଇଥିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ୨ ଦିନ ହେବ ଶୋଇ ପାରି ନାହାଁନ୍ତି ଏହି ଗାୟିକା, କାହିଁକି? କହିଲେ ଏହାର କାରଣ

ନୂଆଦିଲ୍ଲୀ,୮।୩: ରବିବାରି, ୮ ମାର୍ଚ୍ଚରେ, ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ଫାଇନାଲ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଗାୟିକା ଫାଲଗୁନି ପାଠକ ସମାପନ ଉତ୍ସବରେ…

ଅନ୍ତର୍ଜାତୀୟ ମହିଳା ଦିବସରେ ମହିଳାଙ୍କୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଓଡ଼ିଶାର…

ବଲାଙ୍ଗୀର,୮ା୩(ସୁନିଲ କୁମାର ମହାନ୍ତି): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ଅଡିଟୋରିୟମରେ ବଲାଙ୍ଗୀର ଜିଲାସ୍ତରୀୟ ସୁଭଦ୍ରା ଶକ୍ତି ମେଳା ଉଦ୍‌ଘାଟିତ ହୋଇଛି।…

‘ଓ୍ବାର୍ଲଡ କପ ଆମର’, କିଏ ଆଉ କାହିଁକି କହିଲେ ଏମିତି? ଫାଇନାଲ ମ୍ୟାଚ ପୂର୍ବରୁ ଚର୍ଚ୍ଚାରେ ଏହି ବୟାନ

ନୂଆଦିଲ୍ଲୀ,୮।୩: ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ସା ୭ଟାରୁ ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ…

ଅନ୍ତର୍ଜାତୀୟ ମହିଳା ଦିବସରେ ଏକାଠି ହେଲେ ମହିଳା, ନିଜେ ସ୍ବାବଲମ୍ବୀ ହେବା ସହ…

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସାରିଙ୍ଗିଇର୍ପି ଆମ୍ବ ବଗିଚାଠାରେ ରବିବାର ମଧ୍ୟାହ୍ନରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ ନାରୀ ମହାସଂଘର…

ପୁଅର ମୁଣ୍ଡନ ପୂଜା ପାଇଁ ଯାଉଥିଲେ ଘଟିଲା ଭୟଙ୍କର ଦୁର୍ଘଟଣା: ୫ ଜଣଙ୍କ ଅବସ୍ଥା ଗୁରୁତର

ଦିଗପହଣ୍ଡି,୮|୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ପିଲିକାଢ଼ିଅ ଗ୍ରାମ ନିକଟ କେରାଣ୍ଡି ମାଳ ପାହାଡ଼ ବାଙ୍କେଶ୍ୱରୀ ଘାଟି ରାସ୍ତାରେ ରବିବାର…

ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ବେପରୁଆ ନୀତି : ବିଭାଗକୁ ସିଧା ସଳଖ ଦାୟୀ

ଗଞ୍ଜାମ,୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଐତିହାସିକ ଦୋଳ ପୂର୍ଣ୍ଣମୀ ଯାତ୍ରା ସମାପନ ହେବା ପରେ ଆରମ୍ଭ ହୋଇଛି ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରା । ପ୍ରତି ବର୍ଷ ଭଳି…

“ମୁଁ ଚାହୁଁଛି ଫାଇନାଲରେ ଭାରତ ହାରିଯାଉ” ବିସ୍ଫୋରକ ବୟାନ ଦେଲେ…

ନୂଆଦିଲ୍ଲୀ,୮।୩: ଦକ୍ଷିଣ ଆଫ୍ରିକାର କିମ୍ୱଦନ୍ତୀ ଦ୍ରୁତ ବୋଲର ଡେଲ ଷ୍ଟେନ, ଯିଏ ୪୦୦ ରୁ ଅଧିକ ଟେଷ୍ଟ ୱିକେଟ ନେଇଛନ୍ତି, ୨୦୨୬ ଟି-୨୦ ବିଶ୍ୱକପ ଫାଇନାଲ ପୂର୍ୱରୁ…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ କରିନିଅନ୍ତୁ ଚେକ୍‌

ପୁରୀ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା। ପୁରୀ ତାଳବଣିଆ ସଭାସ୍ଥଳରୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri