ହୋଲିରେ ନିଶା ଖାଇ ଉପଦ୍ରବ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮।୩(ବ୍ୟୁରୋ): ହୋଲିକୁ ଦୃଷ୍ଟିରେ ରଖି ରାଜ୍ୟରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି । ବିଶେଷ କରି ରାଜଧାନୀ ଭୁବନେଶ୍ୱରରେ କମିଶନରେଟ ପୋଲିସ ପକ୍ଷରୁ କଡ଼ା ନଜର ରଖାଯାଇଛି। ହୋଲି ଉତ୍ସବ ନାଁରେ ନିଶା ଖାଇ ଉପଦ୍ରବ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ସହରର ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ ପିକେଟିଂ କରାଯିବ । ଏପରିକି ରାତିରେ ବେଆଇନ ପାର୍ଟି ଉପରେ ନଜର ରଖାଯିବ ।

ହୋଲି ପାଇଁ ନଦୀ ପଠାରେ ଅଘଟଣକୁ ରୋକିବା ପାଇ ପୋଲିସ ଫୋର୍ସ, ଓଡ୍ରାଫ ଓ ଅଗ୍ନିଶମ ବାହିନୀ ମୁତୟନ ହେବେ । ପୁରୀ କେନାଲ, କୁଆଖାଇ, ଦୟା, ବାଳକାଟି କେନାଲ,ବିନ୍ଦୁସାଗର, କେଦାରଗୌରୀ ଓ ଗୁଆଝରରେ ପୋଲିସ କର୍ମଚାରୀ ଉପସ୍ଥିତ ରହିବେ।

ଏପରିକି କ୍ୟାପିଟାଲ ହସ୍ପିଟାଲରେ ମଧ୍ୟ ପୋଲିସ ଫୋର୍ସ ରହିବେ, ଯେଉଁମାନେ ଦୁର୍ଘଟଣା ଘଟି ମେଡିକାଲ ଆସିବେ, ସେମାନଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ସହଯୋଗ କରିବେ ବୋଲି ଭୁବନେଶ୍ୱର ଡିସିପି କହିଛନ୍ତି। ୪ଜଣ ଏଡିସିପିଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ୭ ଏସିପି, ୨୮ ଆଇଆଇସି, ୫୭ଜଣ ଏସ୍‌ଆଇ ଓ ୧୫ ପ୍ଲାଟୁନ ପୋଲିସ ଫୋର୍ସ ବିଭିନ୍ନ ସ୍ଥାନରେ ଉପସ୍ଥିତ ରହି ସୁରକ୍ଷା ବ୍ୟବସ୍ଥାର ତଦାରଖ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?