ଲୋକଙ୍କ ଅଭିଯୋଗ ଶୁଣ, ଜଳଛତ୍ର ଖୋଲ, କାର୍ଯ୍ୟରେ ଅବହେଳା କଲେ ହେବ କାର୍ଯ୍ୟାନୁଷ୍ଠାନ: ଆକ୍ସନରେ ଉପଜିଲାପାଳ

ଭଞ୍ଜନଗର,୧୩।୩(ବାବୁଲା ପ୍ରଧାନ): ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଗୁରୁବାର ଆଗାମୀ ଗ୍ରୀଷ୍ମପ୍ରବାହ ମୁକାବିଲା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉପଜିଲାପାଳ ଉମାଶଙ୍କର ବେହେରା ବୈଠକରେ ଅଧକ୍ଷତା କରିଥିଲେ। ଏହି ଅବସରରେ ସେ କହିଛନ୍ତି, ଉପଖଣ୍ଡ ସ୍ତରରେ ଯେଉଁ ଜନବସତିରେ ପିଇବା ପାଣିରେ ଅଭାବ ପରିଲଖିତ ହେଉଛି ସେଠି ଯଥାଶୀଘ୍ର ପିଇବା ପାଣି ଯୋଗାଇବା ବ୍ୟବସ୍ଥା ହେଉ। ହ୍ୟାଣ୍ଡ ଟ୍ୟୁବଲ ଆବଶ୍ୟକତା ଅନୁସାରେ ଖୋଳାଯାଉ। ସହରଠୁ ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଜଳଛତ୍ର ଖୋଲାଯାଉ। ଯେଉଁଠି ପାଣି ସୁବିଧା ନାହିଁ ସେଠୀ ଟ୍ୟାଙ୍କର ଯୋଗେ ପାଣି ଯୋଗାଇବା ପାଇଁ ଉପଜିଲାପାଳ ବେହେରା ଉପସ୍ଥିତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉପଖଣ୍ଡ ସ୍ତରରେ ଥିବା ସମସ୍ତ ହ୍ୟାଣ୍ଡ ଟ୍ୟୁବଲ ଗୁଡ଼ିକୁ ଯାଞ୍ଚ କରାଯାଉ। ଯେଉଁଠି ମରାମତି ଆବଶ୍ୟକ ତାହାକୁ ତୁରନ୍ତ କରାଯାଉ। ଭୂତଳ ଜଳସ୍ତର ହ୍ରାସ ଯୋଗୁ କୂଅଗୁଡ଼ିକରେ ପାଣି କମିଯାଇଛି। ତେଣୁ ଯେଉଁଠି ବ୍ଲିଚିଂ ପାଉଡର ଆବଶ୍ୟକ ସେଠି ପାଉଡର ପକାଯାଉ। ପାଣି ସମସ୍ୟା ନେଇ ଜନସାଧାରଣ ଯେଉଁ ଅଭିଯୋଗ ଆଣୁଛନ୍ତି ତାହାର ତୁରନ୍ତ ସମାଧାନ କରାଯାଉ । ଯଦି କୌଣସି କର୍ମଚାରୀ ଜନସାଧାରଣଙ୍କୁ ସେବା ଯୋଗାଇବାରେ ଅବହେଳା କରନ୍ତି ତେବେ ସଂମ୍ପୃକ୍ତ କର୍ମଚାରୀଙ୍କ
ବିରୋଧରେ କାର୍ଯାନୁଷ୍ଠାନ ନିଆଯିବ ବୋଲି ଉପଜିଲାପାଳ ବେହେରା ପରୋକ୍ଷରେ ତାହା କହିଛନ୍ତି। ଉକ୍ତ ସମୀକ୍ଷା ବୈଠକରେ ପାନୀୟଜଳ ଯୋଗାଣ ବିଭାଗର ଅଧ୍ୟକ୍ଷଣ ଯନ୍ତ୍ରୀଙ୍କ ସମେତ ଭଞ୍ଜନଗର, ଆସିକା, ପୋଲସରା, ହିଞ୍ଜିଳିକାଟୁର ସହାୟକ ନିର୍ବାହୀ ଯନ୍ତ୍ରୀ, ଭଞ୍ଜନଗର ଓ ଆସିକା ଜନସ୍ବାସ୍ଥ୍ୟ ବିଭାଗ ସହାୟକ ନିର୍ବାହୀ ଯନ୍ତ୍ରୀ ଏବଂ ବ୍ଲକ ସ୍ତରୀୟ କନିଷ୍ଠ ଯନ୍ତ୍ରୀ ଉପସ୍ଥିତ ଥିଲେ । ଅନ୍ୟପଟେ ଭଞ୍ଜନଗର ଦକ୍ଷୀଣ ଘୁମୁସର ବନଖଣ୍ଡ କାର୍ଯ୍ୟାଳୟ ପକ୍ଷରୁ ଆଜି କାର୍ଯ୍ୟାଳୟ ସମ୍ମୁଖରେ ଜଳ ଛତ୍ର ଖୋଲାଯାଇଛି। ଉପଖଣ୍ଡରେ ପ୍ରାୟ ଜଳ ଛତ୍ର ଖୋଲି ନଥିବା ବେଳେ ଦକ୍ଷୀଣ ଘୁମୁସର ବନଖଣ୍ଡ ଏହି କ୍ଷେତ୍ରରେ ବହୁତ ଆଗୁଆ। ବିଭାଗର ଏହିଭଳି କାର୍ଯ୍ୟକୁ ଲୋକେ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?