ମଣ୍ଡିରେ ଚାଷୀ ଠକେଇର ଶିକାର ହେଲେ ହେବ କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୩ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଦୁଲିପଲ୍ଲୀ ମଣ୍ଡିରେ ଶୁକ୍ରବାର ଧାନକିଣା ଶୁଭାରମ୍ଭ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ କହିଥିଲେ ଯେ, ଆମ ସରକାର ଚାଷୀଙ୍କୁ ଯାହା କଥା ଦେଇଥିଲେ, ତାହା ରଖିଛନ୍ତି। ଚଳିତବର୍ଷ ଚାଷୀଙ୍କୁ ଧାନ କୁଇଣ୍ଟାଲ ପିଛା ଏମ୍‌ଏସ୍‌ପି ଓ ଇନପୁଟ ସହାୟତା ମିଶି ୩୧୦୦ ଟଙ୍କା ମିଳିବ।

ନିର୍ଦ୍ଧାରିତ ଦିନରେ ଚାଷୀ ଧାନ ଧରି ମଣ୍ଡିକୁ ଆସିବେ ଓ ମିଲର୍ସମାନେ ଧାନ ଉଠାଇବେ। ଧାନ ବିକ୍ରି ସମୟରେ ଚାଷୀ ଯଦି କୌଣସି ଅସୁବିଧାର ସମ୍ମୁଖୀନ ହୁଅନ୍ତି, ତେବେ ମଣ୍ଡି ନୋଡାଲ ଅଫିସର ଓ ବିଭାଗୀୟ ଅଧିକାରୀଙ୍କୁ ଜଣାନ୍ତୁ। ଯଦି କୌଣସି ଚାଷୀ ଠକେଇର ଶିକାର ହୁଅନ୍ତି ତେବେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବିଧାୟକ ନାୟକ କହିଥିଲେ।

ଅଦିନିଆ ବର୍ଷାରେ କ୍ଷତି ହୋଇଥିବା ଫସଲର ଆକଳନ କରାଯାଇ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ। ସମସ୍ତ ପଞ୍ଜୀକୃତ ଚାଷୀଙ୍କଠୁ ସରକାରୀ ଦରରେ ଧାନକିଣା ଯିବା ସହ ଟଙ୍କା ପ୍ରଦାନ କରାଯିବ ବୋଲି ଉପଜିଲାପାଳ ଅନିଲ କୁମାର ସେଠୀ କହିଥିଲେ।

ମଣ୍ଡି ଉଦଘାଟନୀ କାର୍ଯ୍ୟକ୍ରମରେ ଅତିରିକ୍ତ ଉପଜିଲାପାଳ ବିଶ୍ବରଞ୍ଜନ କର, ଭଞ୍ଜନଗର ତହସିଲଦାର ଉମାଶଙ୍କର ବେହେରା, ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ୍‌ ମହାନ୍ତି, ଭାରପ୍ରାପ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପୂର୍ଣ୍ଣଚନ୍ଦ୍ର ପାଢ଼ୀ, ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ ସୁମନ୍ତ ସାହୁ, ଯୋଗାଣ ଅଧିକାରିଣୀ, ମିଶନଶକ୍ତି ବିପିସି, ମା ବାପାଙ୍ଗୀ ଏସଏଚଜି ସଭାପତି ସାଇବାଣି ବିଷୋୟୀ, ସମ୍ପାଦକ ଝୁନୁ ବିଷୋୟୀଙ୍କ ସମେତ ପଞ୍ଚାୟତ ପ୍ରତିନିଧି, ମିଲର୍ସ, ଚାଷୀ, ପ୍ୟାକ୍ସ ସମ୍ପାଦକ ଓ ଆର୍‌ଏମସି କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri