ଏଣିକି କାର୍ଯ୍ୟରେ ଅବହେଳା କଲେ ନିଆଯିବ କାର୍ଯ୍ୟନୁଷ୍ଠାନ: ଖସିପାରିବେନି ଅଭିଯୁକ୍ତ

ଭଞ୍ଜନଗର,୨୪।୬(ବାବୁଲା ପ୍ରଧାନ)-ବ୍ରହ୍ମପୁର ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ (ଆର୍‌ସିସିଏଫ) ବିଶ୍ୱନାଥ ନିଲାନମ୍ବର୍‌ମ ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଏବଂ ଘୁମୁସର ଦକ୍ଷିଣ ବନଖଣ୍ଡ ଗସ୍ତରେ ଆସି ଦୁଇ ବନଖଣ୍ଡରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଉପରେ ସମୀକ୍ଷା କରିଥିଲେ। ଏହି ସମୟରେ ସେ ବିଭାଗୀୟ କର୍ମଚାରୀଙ୍କୁ ଉନ୍ନୟନ କାର୍ଯ୍ୟ ତ୍ୱରାନ୍ବିତ କରିବା ପାଇଁ ପରାମର୍ଶ ଦେଇଥିଲେ। ଏହି ସମୟରେ ଘୁମୁସର ଉତ୍ତର ବନଖଣ୍ଡ ଅଧିକାରୀ ହିମାଂଶୁ ଶେଖର ମହାନ୍ତି, ଘୁମୁସର ଦକ୍ଷିଣ ବନଖଣ୍ଡ ଅଧିକାରୀଣୀ ବିପାଶା ପାରୁଲ, ଏସିଏଫ ପ୍ରଦୀପ କୁମାର ବେହେରା, ରଶ୍ମି ରଞ୍ଜନ ସ୍ବାଇଁ, ବିବେକ କୁମାର ଦାସ, ରେଞ୍ଜର ବିମ୍ବାଧର ସାହୁ, ପୃଥିବୀରାଜ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

ସେହିଭଳି ଗତ ଶନିବାର ଘୁମୁସର ଉତ୍ତର ବନଖଣ୍ଡ ଲାଲସିଂ ନର୍ସରୀ ପରିସରରେ ମୂଟ କୋର୍ଟ ଉପରେ ଏକ ତାଲିମ ଶିବିର ହୋଇଥିଲା। ଏହାକୁ ବ୍ରହ୍ମପୁର ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ (ଆର୍‌ସିସିଏଫ) ବିଶନାଥ ନିଲାନମ୍ବର୍‌ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ ବର୍ତ୍ତମାନ ଜଙ୍ଗଲ ଓ ବନ୍ୟପ୍ରାଣୀ ମାମଲା ସଂଖ୍ୟା ବଢୁଛି। କିନ୍ତୁ ଅଭିଯୁକ୍ତ ଦଣ୍ଡିତ ହାର କମିଯାଇଛି। ଅଭିଯୁକ୍ତମାନେ କିଭଳି ଅଧିକରୁ ଅଧିକ ଦଣ୍ଡିତ ହୋଇପାରିବେ ସେଥିପ୍ରତି କର୍ମଚାରୀମାନେ ଦୃଷ୍ଟି ଦେବାକୁ ହେବ। ଏଥିପାଇଁ କର୍ମଚାରୀ ମାନେ କୋର୍ଟରେ ସାକ୍ଷୀ ପ୍ରଦାନ ସମୟରେ ସ୍ବତନ୍ତ୍ର ଦୃଷ୍ଟି ଦେବାକୁ
ଆର୍‌ସିସିଏଫ ନିର୍ଦ୍ଦେଶ ଦେଇଥିଲେ।

ଏଥିସହ ଜଙ୍ଗଲ ସୁରକ୍ଷା ପ୍ରତି ମଧ୍ୟ ଧ୍ୟାନ ଦେବାକୁ କହିଥିଲେ। କୌଣସି କର୍ମଚାରୀ ଯଦି କାର୍ଯ୍ୟରେ ଅବହେଳା କରନ୍ତି ତେବେ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଆର୍‌ସିସିଏଫ ପରୋକ୍ଷରେ କହିଥିଲେ। ଏହି ଅବସରରେ ଡି ଏଫ ଓ ହିମାଂଶୁ ଶେଖର ମହାନ୍ତି ଯୋଗଦେଇ ଜଙ୍ଗଲ ଓ ବନ୍ୟପ୍ରାଣୀ ଆଇନ ଉପରେ କର୍ମଚାରୀଙ୍କ ଦକ୍ଷତା ବୃଦ୍ଧି କିଭଳି ହେବ ସେନେଇ କହିଥିଲେ। ଘୁମୁସର ଦକ୍ଷିଣ ବନଖଣ୍ଡ ଅଧିକାରୀଣୀ ବିପାଶା ପାରୁଲ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।

ଝାରସୁଗୁଡ଼ା ବନଖଣ୍ଡର ଆଇନ ପରାମର୍ଶଦାତା ସ୍ରିଷ୍ଟୀ ପ୍ରଧାନ ଏବଂ ସୁପ୍ରିମକୋର୍ଟର ଆଇନଜୀବି ଦେବଦତ୍ତ କାନୁନଗୋ ତାଲିମଦାତା ଭାବେ ଯୋଗଦେଇ କେସ ରେକର୍ଡ ପ୍ରସ୍ତୁତି, ଉପଯୁକ୍ତ ପ୍ରମାଣ ଏକାଠି କରି କିଭଳି କୋର୍ଟ ରେ ଉପସ୍ଥାପନ କରାଯିବ, ନାବାଳକ ଆଇନ,ଅଭିଯୁକ୍ତମାନେ କିଭଳି ଦଣ୍ଡିତ ହୋଇପାରିବେ ସେନେଇ କର୍ମଚାରୀଙ୍କୁ ତାଲିମ ଦେଇଥିଲେ । ଶିବିରରେ ଘୁମୁସର ଉତ୍ତର ବନଖଣ୍ଡର ସମସ୍ତ ରେଞ୍ଜର, ବନପାଳ ତାଲିମ ପ୍ରଦାନ କରାଯାଇଥିଲା ।

ଏଥିସହ ସୋରଡା ଏସିଏଫ ନିହାର ରଞ୍ଜନ ମଲ୍ଲିକ, ଆସିକା ରେଞ୍ଜର ପ୍ରମୋଦ କୁମାର ପଣ୍ଡା,ପୋଲସରା ରେଞ୍ଜର ଅନିଲ ପଣ୍ଡା, ବଡଗଡ଼ ରେଞ୍ଜର ଅଞ୍ଜନ ନାୟକ, ବୁଗୁଡ଼ା ରେଞ୍ଜର ପ୍ରଦୀପ କୁମାର ମିଶ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri