ଦଶହରା ଚାନ୍ଦା ଆଦାୟ, ଜୁଆଖେଳ ଉପରେ ହେବ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର ଅଫିସ,୨୫ା୧୦: ଜିଲାରେ ସୋମବାରଠାରୁ ପାର୍ବଣ ଆରମ୍ଭ । ସେଥିପାଇଁ ବିଭିନ୍ନ ଶକ୍ତିପୀଠ, ମନ୍ଦିରରେ ପୂଜାର୍ଚ୍ଚନା ଅନୁଷ୍ଠିତ ହେବ। ଦଶହରାରେ ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଅପରାଧୀମାନଙ୍କୁ ସାବଡ଼ କରିବା ପାଇଁ ପୋଲିସ ଏକ ବ୍ଲ୍ୟୁପ୍ରିଣ୍ଟ ପ୍ରସ୍ତୁତ କରିଛି। ବିଶେଷକରି ଜିଲାରେ ପୂଜା ସମୟରେ ଦଶହରା ମାମୁଲି, ଚାନ୍ଦା ନାଁରେ ଲୋକଙ୍କ ଠାରୁ ଜୋରଜବରଦସ୍ତ ବଟି ଆଦାୟ କରାଯାଇଥାଏ। ଏହା ବେଆଇନ ଅଟେ। ଯେଉଁ ବ୍ୟକ୍ତି ଏଭଳି କାର୍ଯ୍ୟରେ ଲିପ୍ତ ରହୁଥିବା ନେଇ ସୂଚନା ଆସିବ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।

ଏଭଳି କୌଣସି ଖବର ପାଇଲେ ତୁରନ୍ତ ଡାଏଲ୍‌-୧୦୦/୧୧୨କୁ ଖବର କରିବା ସହିତ ଥାନାକୁ ଜଣାନ୍ତୁ। କୌଣସି ଅସାମାଜିକଙ୍କୁ ଭୟଭୀତ କରନ୍ତୁ ନାହିଁ। ନିର୍ଭୟ ହୋଇ ପୋଲିସକୁ ଖବର କରନ୍ତୁ। ସେହିପରି ପରମ୍ପରା ନାଁରେ ଚାଲିିଥିବା ଜୁଆଖେଳକୁ ମଧ୍ୟ ପ୍ରଶ୍ରୟ ଦିଆଯିବ ନାହିଁ। ଜୁଆଖେଳ ସମ୍ପର୍କରେ କୌଣସି ସୂଚନା ପାଇଲେ ତୁରନ୍ତ ପୋଲିସକୁ ସୂଚନା ଦିଅନ୍ତୁ। ପ୍ରତ୍ୟେକ ଥାନା ପୋଲିସ ପକ୍ଷରୁ ସହରର ପ୍ରବେଶ ପଥରେ ବ୍ଲକିଂ କରାଯାଉଛି। ସନ୍ଦେହଜନକ ଭାବେ ସହର ଭିତରକୁ ଆସୁଥିବା ଓ ବାହାରକୁ ଯାଉଥିବା ସମସ୍ତ ଯାନବାହନକୁ କଡାକଡି ଯାଞ୍ଚ କରାଯାଉଛି। ସେହିପରି ସମସ୍ତ ଜନସାଧାରଣ ଟ୍ରାଫିକ ନିୟମ ପାଳନ କରିବା ସହ ପୋଲିସକୁ ସହଯୋଗ କରିବାକୁ ଏସପି ପରାମର୍ଶ ଦେଇଛନ୍ତି।

ବିଶେଷକରି ସହରର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ପୂଜା ମଣ୍ଡପ କମିଟିମାନେ ପୂଜା ପେଣ୍ଡାଲରେ ସିସିଟିଭି ଲଗାଇବା ସହ ଭକ୍ତଙ୍କ ସୁରକ୍ଷା ପ୍ରତି ଅଧିକ ଧ୍ୟାନ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ପୂଜା ପେଣ୍ଡାଲ ନିକଟରେ ଯେପରି ପାର୍କିଂ ଓ ଟ୍ରାଫିକ ସମସ୍ୟା ସୃଷ୍ଟି ନ ହେବ ସେଥିପ୍ରତି ଦୃଷ୍ଟି ଦେବାକୁ ପୂଜା କମିଟିକୁ ନିର୍ଦ୍ଦେଶ ରହିଛି। ପାର୍ବଣ ସମୟରେ ଜନସାଧାରଣ ସତର୍କ ରହିବା ସହିତ ଆବଶ୍ୟକସ୍ଥଳେ ପୋଲିସର ସହାୟତା ନେଇପାରିବେ ବୋଲି ଏସ୍‌ପି ଏସପି ଡ. ଶ୍ରବଣା ବିବେକ ଏମ. କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri