ଯୋଜନାର ଅଗ୍ରଗତି ସମ୍ପର୍କିତ ପଦକ୍ଷେପ ନେଇହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୧୯ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଡାଟା ଏବଂ ଆନାଲିଟିକ୍ସ-ପରିଚାଳିତ ପ୍ଲାଟ୍‌ଫର୍ମ ରାଜ୍ୟ ଡାସ୍‌ବୋର୍ଡ ଲୋକାର୍ପିତ ହୋଇଛି। ଲୋକଙ୍କ ସୁବିଧା ପାଇଁ ତଥ୍ୟ ଭିତ୍ତିରେ ସରକାରୀ ଯୋଜନାଗୁଡ଼ିକର ତଦାରଖ ଏବଂ ଉତ୍ତମ ପରିଚାଳନା ଦିଗରେ ଏହା ବିଶେଷ ସହାୟକ ହେବ। ରାଜ୍ୟ ଡାସ୍‌ବୋର୍ଡରେ ୩ଟି ପ୍ରମୁଖ ବର୍ଗ ରହିଛି। ସେଗୁଡିକ ହେଉଛି ମୁଖ୍ୟମନ୍ତ୍ରୀ ଡାସ୍‌ବୋର୍ଡ, ବିଭାଗ ଡାସ୍‌ବୋର୍ଡ ଏବଂ ପ୍ରଶାସନିକ ପଦକ୍ଷେପ ତଦାରଖ ପୋର୍ଟାଲ। ଏହି ବ୍ୟବସ୍ଥା ଦ୍ୱାରା ୫-ଟି ଭିତ୍ତିରେ ବିଭିନ୍ନ ପ୍ରଶାସନିକ ବିଭାଗର କାର୍ଯ୍ୟଦକ୍ଷତା ମୂଲ୍ୟାୟନ ହେବ।
ଏହି ଡାସ୍‌ବୋର୍ଡର ପ୍ରମୁଖ ବୈଶିଷ୍ଟ୍ୟ ହେଉଛି କେପିଆଇଏସ୍‌ (କି ପର୍ଫମାନ୍ସ ଇଣ୍ଡିକେଟର୍ସ) ପ୍ରଦର୍ଶନ ମୂଲ୍ୟାଙ୍କନ ବ୍ୟବସ୍ଥା ଏବଂ କାର୍ଯ୍ୟର ଅଗ୍ରଗତି ଦର୍ଶାଉଥିବା ଏକ ଭିଜୁଆଲ ଡିସ୍‌ପ୍ଲେ, ଯାହା ସମୟୋଚିତ ପଦକ୍ଷେପ ନେବାରେ ବେଶ୍‌ ସହାୟକ ହେବ। ବର୍ତ୍ତମାନ ଏଥିରେ ୩୦ଟି ଭିନ୍ନ ଭିନ୍ନ ଡାସ୍‌ବୋର୍ଡ ମାଧ୍ୟମରେ ୧୬ ବିଭାଗ ଯୋଡ଼ିହୋଇଛି। ପରବର୍ତ୍ତୀ ସମୟରେ ଅଧିକ ବିଭାଗକୁ ଏଥିରେ ଅନ୍ତର୍ଭୁକ୍ତ କରିବାକୁ ଯୋଜନା ରଖାଯାଇଛି। ବିଭାଗଗୁଡ଼ିକର କାର୍ଯ୍ୟଦକ୍ଷତା ଏବଂ ସେମାନଙ୍କ ଦ୍ୱାରା ପରିଚାଳିତ ଯୋଜନାଗୁଡ଼ିକର ମୂଲ୍ୟାୟନ କରିବା ପାଇଁ ଏଥିରେ ଭିଜୁଆଲାଇଜେସନ୍‌ ଏବଂ ଆଡଭାନ୍ସଡ ଆନାଲିଟିକ୍ସର ବ୍ୟବହାର କରାଯାଇଛି। ମୁଖ୍ୟମନ୍ତ୍ରୀ ଡାସ୍‌ବୋର୍ଡରେ ଲୋକଙ୍କ ସୁବିଧା ପାଇଁ ସମସ୍ତ ତଥ୍ୟ ଉପଲବ୍ଧ ରହିଛି। https://cmdashboard.odisha.gov.in/ ଲିଙ୍କ୍‌ ମାଧ୍ୟମରେ ସାଧାରଣ ଲୋକ ଏହି ଡାସ୍‌ବୋର୍ଡର ବ୍ୟବହାର କରିପାରିବେ। ଜନ ଭାଗୀଦାରି ଦ୍ୱାରା ବିଭାଗଗୁଡ଼ିକର ଉତ୍ତରଦାୟିତ୍ୱ ବଢିବା ସହ ଲୋକଙ୍କୁ ଉତ୍ତମ ସେବା ପ୍ରଦାନ ବ୍ୟବସ୍ଥାରେ ଆହୁରି ସ୍ବଚ୍ଛତା ଆସିବ। ଏହାଦ୍ୱାରା ପ୍ରଶାସନିକ ଅଧିକାରୀଙ୍କୁ ବିଭିନ୍ନ ଯୋଜନା ଏବଂ କାର୍ଯ୍ୟକ୍ରମ ସମ୍ବନ୍ଧୀୟ ତଥ୍ୟ ନେଇ ପୁଙ୍ଖାନୁପୁଙ୍ଖ ସୂଚନା ମିଳିପାରିବ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ଟେକ୍ନୋଲୋଜି ଆମ ଶାସନ ମଡେଲର ଆଧାରବିନ୍ଦୁ ପାଲଟିଛି। ଶାସନ ବ୍ୟବସ୍ଥାକୁ ଆହୁରି ପ୍ରଭାବୀ କରିବା ସହ ଜନସେବାରେ ଆହୁରି ସ୍ବଚ୍ଛତା ଆଣିବାକୁ ଆମେ ଶ୍ରେଷ୍ଠ ଟେକ୍ନୋଲୋଜିର ନିରନ୍ତର ବ୍ୟବହାର ଜାରି ରଖିବୁ। ସରକାରୀ ଯୋଜନାଗୁଡ଼ିକ ତଦାରଖ ବ୍ୟତୀତ ଏହି ଡାସ୍‌ବୋର୍ଡ ଦ୍ୱାରା ଯୋଜନାଗୁଡ଼ିକର ଅଗ୍ରଗତି ନେଇ ଅଧିକାରୀମାନେ ପଦକ୍ଷେପ ନେଇପାରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?