ଧାନ ଅମଳ ପୂର୍ବରୁ ସକ୍ରିୟ ଦଲାଲ: ଗାଁରେ ମାରୁଛନ୍ତି ଚକର

ବେହେରା,୨୧ା୧୧(ଭୂପେଶ ତିୱାରୀ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଞ୍ଚଳରେ ମଣ୍ଡି ଆରମ୍ଭ ପୂର୍ବରୁ ଛତିଶଗଡ଼କୁ ଧାନ ଚୋରାଚାଲାଣ ହେଉଥିବା ଅଭିଯୋଗ ହୋଇଛି। ବର୍ତ୍ତମାନ ଅଞ୍ଚଳରେ ଧାନ ଅମଳ ପ୍ରକ୍ରିୟା ଆରମ୍ଭ ହୋଇଛି। ଜମିରେ ପ୍ରାୟ ୫୦ ପ୍ରତିଶତ ଧାନ ପାଚି ସାରିଥିବା ବେଳେ ଚାଷୀମାନେ ଧାନ କାଟିବା ଆରମ୍ଭ କରିଛନ୍ତି। ତେବେ ଏହାକୁ ଆଖିଆଗରେ ରଖି ଅଞ୍ଚଳରେ ଦଲାଲ ସକ୍ରିୟ ହୋଇପଡ଼ିଲେଣି।

ସେମାନେ ଗାଁ ଗାଁ ବୁଲି ସିଧାସଳଖ ଚାଷୀଙ୍କ ନିକଟରେ ପହଞ୍ଚି ଯାଉଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ସ୍ଥାନୀୟ ଅଞ୍ଚଳର ବାସିନ୍ଦା ହୋଇଥିବା ବେଳେ ଛତିଶଗଡ଼ର ଧାନ ବେପାରୀଙ୍କ ପାଇଁ କାମ କରୁଥିବା ଆଲୋଚନା ହେଉଛି। ଚାଷୀଙ୍କ କହିବାନୁସାରେ ଦଲାଲମାନେ ସେମାନଙ୍କ ପାଖରେ ପହଞ୍ଚି ଧାନ କୁଇଣ୍ଟାଲ ୧୪୦୦ରୁ ୧୮୦୦ ଟଙ୍କା ଦେବାକୁ କହୁଛନ୍ତି। ନୂଆ ସରକାର ଚାଷୀ ପ୍ରତି ଅଧିକ ଗୁରୁତ୍ୱ ଦେଉଥିବା ସତ୍ତ୍ବେ ଛତିଶଗଡ଼ର ବେପାରୀ ଓ ଦଲାଲ କିଭଳି ଗାଁରେ ବୁଲୁଛନ୍ତି ସେ ନେଇ ଚାଷୀମାନେ ପ୍ରଶ୍ନ ଉଠାଇଛନ୍ତି। ଏପରି କି ଅନେକ ସ୍ଥାନରେ ଧାନ ନେବାକୁ ଆସିଥିବା ଛତିଶଗଡ଼ର ଚାରିଚକିଆ ଗାଡ଼ି ବୁଲୁଥିବା ଚାଷୀମାନେ ଅଭିଯୋଗ କରିଛନ୍ତି।

ପ୍ରଶାସନ ବେଳ ଥାଉ ପଦକ୍ଷେପ ନ ନେଲେ ଆଗକୁ ଚାଷୀ ଅଭାବୀ ବିକ୍ରିର ସମ୍ମୁଖୀନ ହେବା ଆଶଙ୍କା ପ୍ରକାଶ ପାଇଛି। ବିଶେଷକରି ଧର୍ମଗଡ଼ ଓ କୋକସରା ବ୍ଲକ୍‌ର ଦଣ୍ଡପାଟ ଅଞ୍ଚଳରେ ଏହି ଚୋରାଚାଲାଣ ବହୁଳ ମାତ୍ରାରେ ହୋଇଥାଏ। ତେଣୁ ଛତିଶଗଡ଼ ସୀମାନ୍ତ ଧଅଁରପୁର, ପାଇକପଡ଼ା, ବେହେରାଗୁଡ଼ା, ହାତୀପଖାନ, କଦଳୀମୁଣ୍ଡା, ସେମେଲା, ପର୍ଲା ରାସ୍ତାରେ ଚେକ୍‌ ଗେଟ୍‌ ସ୍ଥାପନ କରି ପୋଲିସ ଓ ପ୍ରଶାସନିକ ଅଧିକାରୀ ନିୟୋଜିତ କରାଯିବାକୁ ସାଧାରଣରେ ଦାବି ହୋଇଛି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri