Posted inଜାତୀୟ

ସକ୍ରିୟ ମାମଲା-ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ, ୧।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୫୦ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୫ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଏହା ୪,୨୭୬ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୫,୮୬୫ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୮ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୬ ଥିଲା। ଏହି ସମୟରେ ସକ୍ରିୟ ମାମଲା ୪୭ ହଜାର ୨୪୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪୯ ହଜାର ୧୫ ଥିଲା। ସେହିପରି ୨୪ ଘଣ୍ଟାରେ ୬,୦୩୭ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୮,୧୪୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୫୪୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୪୯ ହଜାର ୬୭୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୩ ଲକ୍ଷ ୭୦ ହଜାର ୮୭୮ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri