ସକ୍ରିୟ ମାମଲା ଉପର ମୁହାଁ…

ନୂଆଦିଲ୍ଲୀ, ୨୭।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମି ଶହେ ଉପରେ ରହିଛି। ଏହା ୧୮୪ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୨୧୪ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ପୁଣି ବଢ଼ି ୨ ହଜାର ରହିଛି। ଏହା ୨ ହଜାର ୨୨୯ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ହଜାର ୧୪୯ ଥିଲା। ସେହିପରି ୨୪ ଘଣ୍ଟାରେ ୧୦୪ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୫୪ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୭୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୬ ହଜାର ୨୦୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୩ ହଜାର ୨୦୩ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri