ସକ୍ରିୟ ମାମଲା ଲକ୍ଷେ ୨୦ ହଜାର ମୁହାଁ…

ନୂଆଦିଲ୍ଲୀ, ୭।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୮ ହଜାର ୯୩୦ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩୫ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୧୯ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଏହା ୧ ଲକ୍ଷ ୧୯ ହଜାର ୪୫୭ରେ ପହଞ୍ଚିଛି। ଏଭଳି ଜାରି ରହିଲେ ଚଳିତ ସପ୍ତାହରେ ଏହା ଲକ୍ଷେ ୫୦ ହଜାର ଛୁଇଁବାର ଆଶଙ୍କା ରହିଛି। ସେହିପରି ୨୪ ଘଣ୍ଟାରେ ୧୪ ହଜାର ୬୫୦ ଜଣ ସୁସ୍ଥ ହୋଇଛନ୍ତି।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୫ ହଜାର ୩୦୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୫ ଲକ୍ଷ ୬୬ ହଜାର ୭୩୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୯ ଲକ୍ଷ ୨୧ ହଜାର ୯୭୭ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୩,୧୪୨ ଜଣ, କେରଳରେ ୪,୧୧୩ ଜଣ, ଦିଲ୍ଲୀରେ ୬୦୦ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ତାମିଲନାଡୁରେ ୨,୭୪୩ଜଣ, ହରିୟାଣାରେ ୪୧୫ ଜଣ, କର୍ନାଟକରେ ୧,୧୨୭ ଜଣ, ପଶ୍ଚିମବଙ୍ଗରେ ୨,୩୫୨, ଉତ୍ତରପ୍ରଦେଶରେ ୩୪୩ ଜଣ, ତେଲେଙ୍ଗାନାରେ ୫୬୩, ଗୁଜରାଟରେ ୬୬୫, ରାଜସ୍ଥାନରେ ୧୬୪ ଜଣ, ବିହାରରେ ୩୦୯ ଜଣ, ପଞ୍ଜାବରେ ୧୮୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଅପରପକ୍ଷରେ ଆନ୍ଧ୍ରପ୍ରଦେଶରେ ୩୦୮ ଜଣ, ଓଡ଼ିଶାରେ ୪୨୮ ଜଣ, ମଧ୍ୟପ୍ରଦେଶରେ ୧୧୭ ଜଣ, ହିମାଚଳପ୍ରଦେଶରେ ୧୪୪ ଜଣ, ଆସାମରେ ୧୯୬ ଜଣ, ଗୋଆରେ ୧୪୮ ଜଣ, ପୁଡୁଚେରୀରେ ୧୬୮ ଜଣ, ଜମ୍ମୁ-କଶ୍ମୀରରେ ୧୧୩ ଜଣ, ଛତିଶଗଡ଼ରେ ୨୨୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୮ କୋଟି ୩୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୮୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୪ କୋଟି ୬୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ, ବାଜି ମାରିଲେ ଛାତ୍ରୀ

ରାଞ୍ଚି,୧୯ା୪: ଝାଡ଼ଖଣ୍ଡ ବୋର୍ଡ ଦଶମ ଫଳାଫଳ ପ୍ରକାଶ ପାଇଛି। ମୋଟ ୯୦.୩୯ ପ୍ରତିଶତ ଛାତ୍ରୀଛାତ୍ର ଏହି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏଥିରେ ଝିଅମାନେ ପୁଅମାନଙ୍କୁ ପଛରେ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଭାଇସ ଆଡମିରାଲ ଦୀନେଶ ତ୍ରିପାଠୀ ହେବେ ପରବର୍ତ୍ତି ନୌସେନା ମୁଖ୍ୟ

ନୂଆଦିଲ୍ଲୀ,୧୯।୪: କେନ୍ଦ୍ର ସରକାର ଉପ-ଆଡମିରାଲ ଦୀନେଶ ତ୍ରିପାଠୀଙ୍କୁ ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ସେ ଏପ୍ରିଲ ୩୦ରେ ତାଙ୍କର ନୂତନ ପଦ ଗ୍ରହଣ...

ଲୋକ ସଭା ନିର୍ବାଚନ: ଭୋଟ ବର୍ଜନ କରି ଅନଶନରେ ବସିଲେ ଗ୍ରମାବାସୀ

ନୋଏଡା,୧୯।୪: ଉତ୍ତର ପ୍ରଦେଶରେ ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟର ୮ଟି ଆସନରେ ମତଦାନ ଚାଲିଛି। ଶୁକ୍ରବାର ୮୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ।...

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ...

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌...

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ...

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri