ସକ୍ରିୟ ମାମଲା କମୁଛି,ଦୈନିକ ସଂକ୍ରମଣ ବଢୁଛି…

ନୂଆଦିଲ୍ଲୀ, ୨୬।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁଯାୟ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୧୦ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ଶହେ ଉପରେ ରହିଛି। ଏହା ୧୩୧ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୦୨ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧ ହଜାର ୯୦୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ହଜାର ୯୨୨ ଥିଲା। ସେହିପରି ୨୪ ଘଣ୍ଟାରେ ୧୪୭ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୧୧ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୩୮ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୨ ହଜାର ୩୩୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୯ ହଜାର ୬୫୪ ଜଣ ସୁସ୍ଥ ହୋଇ ସାରିଛନ୍ତି।
ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ତେବେ ଭାରତରେ ସଂକ୍ରମଣ ହେବାର କୌଣସି ଆଶଙ୍କା ନ ଥିବା ବିଶେଷଜ୍ଞ ମତପୋଷଣ କରିଛନ୍ତି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଫେଇ ଅଭିଯାନରେ ସାମିଲ ହେଲେ ଅଧିକ୍ଷକ: କର୍ମଚାରୀଙ୍କୁ ଦେଲେ ସ୍ବଚ୍ଛତା ବାର୍ତ୍ତା

କେସିଙ୍ଗା, ୧।୧୦ (ତୁମେଶ୍ୱର ସାହୁ): ଆଗାମୀ ଗାନ୍ଧୀ ଜୟନ୍ତୀ ଏବଂ ଅକ୍ଟୋବର ୧ ତାରିଖର ସ୍ବତନ୍ତ୍ର ସ୍ବଚ୍ଛତା ଶ୍ରମଦାନ ଅବସରରେ କଳାହାଣ୍ଡି ଜିଲାର କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ…

୫୫ ବର୍ଷର ଦିନିକିଆ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି: ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମିଶିକି କଲେ ବିଶ୍ୱରେକର୍ଡ

ଗୁଆହାଟୀ,୧।୧୦:ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଗୁଆହାଟୀର ବାରସାପାରା କ୍ରିକେଟ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ କ୍ରିକେଟ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛି। ୧୯୭୧ରୁ ଆରମ୍ଭ…

ଆଉ ଏକ ମାଇଲଷ୍ଟୋନ ହାସଲ କଲେ ବୈଭବ ସୂର୍ଯ୍ୟବଂଶୀ: ବିଶ୍ୱର ସବୁଠୁ କନିଷ୍ଠ କ୍ରିକେଟର୍‌ ଭାବେ କଲେ…

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ତଥା ‘ୱଣ୍ଡରକିଡ’ ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ବଡ଼ ସଫଳତା। ମାତ୍ର ୧୫ ବର୍ଷ ବୟସରେ…

୦,୦,୦,୦,୦,୦… ଭାରତ ବିପକ୍ଷରେ ଶ୍ରୀଲଙ୍କାର ଲଜ୍ଜାଜନକ ରେକର୍ଡ, ଅଧା ଖେଳାଳି….

ନୂଆଦିଲ୍ଲୀ,୧।୧୦ : ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍‌ର ଦ୍ୱିତୀୟ ସେମିଫାଇନାଲରେ ଶ୍ରୀଲଙ୍କାକୁ ଏକତରଫା ଭାବେ ହରାଇ ଫାଇନାଲରେ ପହଞ୍ଚିଛି ଭାରତ । ଭାରତୀୟ ଦଳ ଶ୍ରୀଲଙ୍କାକୁ…

କେମିତି କରିବେ ସଞ୍ଚୟ ଆଉ କେମିତି ବଢ଼ିବ ଧନ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ…

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିର ସମୟରେ ବି ଅତ୍ୟନ୍ତ ଲୋକପ୍ରିୟ। ବିଶେଷକରି ଯୁବବର୍ଗଙ୍କ ପାଇଁ ଏହାକୁ ଜାଣିବା ଏବଂ ଜୀବନରେ ଆପଣାଇବା ଅତ୍ୟନ୍ତ ଆବଶ୍ୟକ। ମୌର୍ଯ୍ୟ ସାମ୍ରାଜ୍ୟର…

ଶ୍ରୀଲଙ୍କାକୁ ହରାଇ ଫାଇନାଲରେ ଭାରତ, ସ୍ବର୍ଣ୍ଣ ପଦକ ପାଇଁ ପାକିସ୍ତାନ ସହ ଲଢ଼ିବ…

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍ ଇଭେଣ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ହୋଇଛି । ଗୁରୁବାର ଦ୍ୱିତୀୟ ସେମିଫାଇନାଲରେ ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଭାରତ…

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?