Posted inଜାତୀୟ

ସକ୍ରିୟ ମାମଲା ୨୨ ହଜାରରୁ କମ…

ନୂଆଦିଲ୍ଲୀ, ୧୦।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୨୨ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨୧ ଶହରୁ କମ ରହିଛି। ଗତ ୨୪ ଘଣ୍ଟାରେ ଏହା ୨,୧୦୨ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧,୩୨୭ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୮ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ୨୧ ହଜାର ୪୦୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨୨ ହଜାର ୭୪୨ ଥିଲା। ସେହିପରି ୨୪ ଘଣ୍ଟାରେ ୩,୪୩୦ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୩,୭୫୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୭୨୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୭୪ ହଜାର ୯୦୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୨୧ ହଜାର ୭୮୧ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକାଠି ହେବେ ୩୦ ଦେଶ, ଲଣ୍ଡନରେ ବସିବ ବୈଠକ, ଜାଣନ୍ତୁ ଭାରତ ସାମିଲ ହେବ କି ନାହିଁ…

ଲଣ୍ଡନ,୨୨ା୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସମୁଦ୍ର ପଥ ହର୍ମୁଜ ପ୍ରଣାଳୀକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରବଳ ଉତ୍ତେଜନା ଲାଗି ରହିଛି। ଆମେରିକାର ନୌସେନା ଅବରୋଧ…

ପୁଣି ବିହାରରେ ହେବକି ଖେଳ? ତେଜ ପ୍ରତାପ ଯାଦବ-ପ୍ରଶାନ୍ତ କିଶୋରଙ୍କ ଗୁପ୍ତ ବୈଠକ ପରେ…

ପାଟନା,୨୨ା୪: ଜନଶକ୍ତି ଜନତା ଦଳ ସୁପ୍ରିମୋ ତେଜ ପ୍ରତାପ ଯାଦବ ଏବଂ ଜନ ସୂରଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ମଧ୍ୟରେ ଏକ ଗୁପ୍ତ ବୈଠକର ଏକ ଭିଡିଓ…

‘ଦୟାକରି ସେମାନଙ୍କର କ୍ଷତି କରନ୍ତୁ ନାହିଁ…’ ୮ ମହିଳାଙ୍କ ମୁକ୍ତି ପାଇଁ ଇରାନକୁ ଟ୍ରମ୍ପଙ୍କ ଅପିଲ

ଓ୍ବାଶିଂଟନ,୨୨ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନରେ କଥିତ ଭାବରେ ବନ୍ଦୀ ଥିବା ଆଠ ଜଣ ମହିଳାଙ୍କୁ ମୁକ୍ତ କରିବାକୁ ନିବେଦନ କରିଛନ୍ତି । ଟ୍ରମ୍ପ ସୋସିଆଲ…

ସ୍କୁଲ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରିକଲେ ସରକାର

ନୂଆଦିଲ୍ଲୀ,୨୨ା୪: ପ୍ରବଳ ଗରମକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ସ୍କୁଲଗୁଡ଼ିକ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ପିଲାମାନଙ୍କ ସ୍ବାସ୍ଥ୍ୟକୁ…

ଏକର ପିଛା ୩୦ କୋଟି ଦିଅ: ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଦାବି ରଖିଲେ ଗ୍ରାମବାସୀ

ପାଟଣା,୨୨/୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ହାଇସ୍କୁଲ ପଡିଆରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଗ୍ରାମସଭା ଗ୍ରାମରେ ଅନୁଷ୍ଠିତ ହୋଇଛି।…

ତମାଖୁ ବର୍ଜନ କଲେ ୨୦.୫ ନିୟୁତ ପରିବାରରେ ଆସିପାରେ ଆର୍ଥିକ ସୁଧାର

ନୂଆଦିଲ୍ଲୀ,୨୨ା୪(ପିଟି):ତମାଖୁ ସେବନ ସ୍ବାସ୍ଥ୍ୟ ପ୍ରତି ହାନିକାରକ ହୋଇଥାଏ ବୋଲି ସାଧାରଣରେ ବିଶ୍ୱାସ କରାଯାଏ। ହେଲେ ଏହା ପରିବାରର ଆର୍ଥିକ ସ୍ଥିତିକୁ ମଧ୍ୟ ବିଶେଷ ପ୍ରଭାବିତ କରିଥାଏ। ଏକ…

ଭାରତ କେବେ ବି ମୁଣ୍ଡ ନୁଆଁଇବ ନାହିଁ…ପାକିସ୍ତାନକୁ ଅଲ୍ଟିମେଟମ ଦେଲେ ମୋଦି

ନୂଆଦିଲ୍ଲୀ,୨୨।୪: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରଥମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୀଡିତମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଛନ୍ତି, ସେମାନଙ୍କୁ କେବେ ଭୁଲି ହେବ ନାହିଁ।…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri