ସକ୍ରିୟ ମାମଲା ଲକ୍ଷେ ୪୬ ହଜାରରୁ ଅଧିକ…

ନୂଆଦିଲ୍ଲୀ, ୨୮।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଫଳରେ ପୁଣି ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଗୋଟିଏ ଦିନ ତଳେ କମିଥିବାବେଳେ ଗତ ୨୪ ଘଣ୍ଟାରେ ପୁଣି ବଢ଼ିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ଲକ୍ଷେ ୪୬ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨୦ ହଜାର ୫୫୭ ରହିଛି। ଗୋଟିଏ ଦିନତଳେ ଏହା ୧୮ ହଜାର ୩୧୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୫୭ ଥିଲା। ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୪୬ ହଜାର ୩୨୨ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧୯ ହଜାର ୨୧୬ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନତଳେ ଏହା ୨୦ ହଜାର ୭୪୨ ଥିଲା।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୬ ହଜାର୨୧୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୯ ଲକ୍ଷ ୫୯ ହଜାର ୩୨୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୨ ଲକ୍ଷ ୮୬ ହଜାର ୭୮୭ ଜଣ ସୁସ୍ଥ ହୋଇ ସାରିଛନ୍ତି। ମହାରାଷ୍ଟ୍ର, କେରଳ, ତାମିଲନାଡୁ, କର୍ନାଟକ, ଦିଲ୍ଲୀ, ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଆଦି ରାଜ୍ୟରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୨,୧୩୮ ଜଣ, ପଶ୍ଚିମବଙ୍ଗରେ ୧,୨୭୩, ତାମିଲନାଡୁରେ ୧,୮୦୩ ଜଣ, ପଞ୍ଜାବରେ ୫୮୪ ଜଣ କେରଳରେ ୨,୧୩୦ ଜଣ, କର୍ନାଟକରେ ୧,୬୨୪ ଜଣ, ଓଡ଼ିଶାରେ ୧,୦୩୦ ଜଣ, ଗୁଜରାଟରେ ୯୭୯, ଆସାମରେ ୬୮୬ ଜଣ, ତେଲେଙ୍ଗାନାରେ ୮୫୨, ହିମାଚଳପ୍ରଦେଶରେ ୯୧୬ ଜଣ, ଛତିଶଗଡ଼ରେ ୪୯୧ ଜଣ, ଦିଲ୍ଲୀରେ ୭୮୧ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ହରିୟାଣାରେ ୫୭୯ ଜଣ, ଆନ୍ଧ୍ରପ୍ରଦେଶରେ ୩୫୫ ଜଣ, ଉତ୍ତରପ୍ରଦେଶରେ ୪୯୧ ଜଣ, ତ୍ରିପୁରାରେ ୪୦୪ ଜଣ, ଜମ୍ମୁ-କଶ୍ମୀରରେ ୬୯୨ ଜଣ, ବିହାରରେ ୨୬୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଅପରପକ୍ଷରେ ରାଜସ୍ଥାନରେ ୨୬୮ ଜଣ, ମଧ୍ୟପ୍ରଦେଶରେ ୨୪୮ ଜଣ, ଉତ୍ତରାଖଣ୍ଡରେ ୨୮୪ ଜଣ, ଝାଡ଼ଖଣ୍ଡରେ ୧୫୬ ଜଣ, ପୁଡୁଚେରୀରେ ୧୪୧ ଜଣ, ମିଜୋରାମରେ ୧୪୫ ଜଣ, ଚଣ୍ଡିଗଡ଼ରେ ୧୧୭ ଜଣ, ସିକିମ୍‌ରେ ୧୮୫ ଜଣ, ଆସାମରେ ୭୯୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୨୦୩ କୋଟି ୨୦ଲକ୍ଷରୁ ଅଧିକରେ ପହଞ୍ଚିଛି। ସେଥିମଧ୍ୟରେ ୯୧ କୋଟି ୯୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୫ କୋଟି ୩୦ ଲକ୍ଷ ଦ୍ୱିତୀୟ ଡୋଜ୍‌ ଥିଲା। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏନ୍‌ଏଚ୍‌ଏଆଇର ବଡ଼ ଘୋଷଣା: ଏପ୍ରିଲ ୧ରୁ ବଢ଼ିବ…

ନୂଆଦିଲ୍ଲୀ,୩୦ା୩: ଏପ୍ରିଲ ୧ରୁ ଫାସ୍‌ଟାଗ୍‌ ବାର୍ଷିକ ଦେୟ ବଢ଼ିବ ବୋଲି ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଆରମ୍ଭ ହୋଇଥିବା ଏହି…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri