ସକ୍ରିୟ ମାମଲା ୫୧ ହଜାରରୁ ଅଧିକ…

ନୂଆଦିଲ୍ଲୀ, ୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫୧ ହଜାର ତଳେ ରହିଛି। କେରଳରେ ସତର୍କ ସୂଚନା ଜାରି କରାଯାଇଛି। ଏଠାରେ ଦୈନିକ ସଂକ୍ରମଣ ୧୧ ଶହ ଉପରେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବଢ଼ି ପୁଣି ୫ ହଜାର ଉପରେ ରହିଛି। ଏହା ୫,୩୬୮ ରହିଛି। ଗୋଟିଏ ଦିନ ତଳେ ଏହା ୪,୪୧୬ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨୨ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୫୦ ହଜାର ୫୯୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୫୨ ହଜାର ୩୩୬ ଥିଲା। ସେହିପରି ୨୪ ଘଣ୍ଟାରେ ୭ ହଜାର ୯୪ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୬ ହଜାର ୩୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୫୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୪ ଲକ୍ଷ ୭୨ ହଜାର ୨୪୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୮ ଲକ୍ଷ ୯୩ ହଜାର ୫୯୦ ଜଣ ସୁସ୍ଥ ହୋଇ ସାରିଛନ୍ତି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri