ସକ୍ରିୟ ମାମଲା ୫୧ ହଜାରରୁ ଅଧିକ…

ନୂଆଦିଲ୍ଲୀ, ୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫୧ ହଜାର ତଳେ ରହିଛି। କେରଳରେ ସତର୍କ ସୂଚନା ଜାରି କରାଯାଇଛି। ଏଠାରେ ଦୈନିକ ସଂକ୍ରମଣ ୧୧ ଶହ ଉପରେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବଢ଼ି ପୁଣି ୫ ହଜାର ଉପରେ ରହିଛି। ଏହା ୫,୩୬୮ ରହିଛି। ଗୋଟିଏ ଦିନ ତଳେ ଏହା ୪,୪୧୬ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨୨ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୫୦ ହଜାର ୫୯୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୫୨ ହଜାର ୩୩୬ ଥିଲା। ସେହିପରି ୨୪ ଘଣ୍ଟାରେ ୭ ହଜାର ୯୪ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୬ ହଜାର ୩୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୫୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୪ ଲକ୍ଷ ୭୨ ହଜାର ୨୪୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୮ ଲକ୍ଷ ୯୩ ହଜାର ୫୯୦ ଜଣ ସୁସ୍ଥ ହୋଇ ସାରିଛନ୍ତି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।

Share