ସକ୍ରିୟ ମାମଲା ୧୨ ହଜାର ତଳେ …

ନୂଆଦିଲ୍ଲୀ, ୭।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମିବାରେ ଲାଗିଛି। ଦୈନିକ ସଂକ୍ରମଣ ହଜାରେ ୩୩ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୩ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୧୨ ହଜାର ତଳେ ରହିଛି। ଏହା ୧୧ ହଜାର ୬୩୯ ରହିଛି।

ସେହିପରି ୨୪ ଘଣ୍ଟାରେ ୧ ହଜାର ୨୨୨ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୧ ହଜାର ୫୩୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୩୧ ହଜାର ୯୫୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୪ ଲକ୍ଷ ୯୮ ହଜାର ୭୮୯ ଜଣ ସୁସ୍ଥ ହୋଇ ସାରିଛନ୍ତି। ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୫ କୋଟି ୨୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୩୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୯ କୋଟି ୮୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୩୬୧ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଦିଲ୍ଲୀରେ ୧୨୬ ଜଣ, ମହାରାଷ୍ଟ୍ରରେ ୧୦୮ ଜଣ ଏବଂ ମିଜୋରାମ୍‌ରେ ୧୦୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତୈଳ ସଙ୍କଟ ଦେଖାଦେଲେ କେତେ ଦିନ ପର୍ଯ୍ୟନ୍ତ ରହିପାରିବ ଭାରତ? ଜାଣନ୍ତୁ ଦେଶରେ କେତେ ତେଲ ଗଚ୍ଛିତ ଅଛି

ନୂଆଦିଲ୍ଲୀ,୧୦।୨: ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ ସୋମବାର (୯ ଫେବୃଆରୀ, ୨୦୨୬) ରାଜ୍ୟ ସଭାରେ ସୂଚନା ଦେଇଛନ୍ତି ଯେ ଭାରତରେ ୭୪ ଦିନ ପାଇଁ ତୈଳ…

ନିଜ ଦଳର ମନ୍ତ୍ରୀଙ୍କୁ ଘେରିଲେ ମୈଥିଳୀ ଠାକୁର: ଗୃହରେ ସମସ୍ତେ ଆଶ୍ଚର୍ଯ୍ୟ

ପାଟନା,୧୦।୧: ବିହାର ବିଧାନସଭାର ବଜେଟ ଅଧିବେଶନରେ ସରକାରୀ ହସ୍ପିଟାଲଗୁଡ଼ିକର ଶୋଚନୀୟ ଅବସ୍ଥା ପୁଣି ଥରେ ଆଲୋଚନାର କେନ୍ଦ୍ରବିନ୍ଦୁ ପାଲଟିଛି। ଏଥର ଯୁବ ବିଧାୟକ ଏବଂ ପ୍ରସିଦ୍ଧ ଲୋକ…

‘ୟେ ଦୋସ୍ତି ହମ୍‌ ନେହିଁ ତୋଡେଙ୍ଗେ’, ଭାରତକୁ ନେଇ ରୁଷିଆର ବଡ଼ ବୟାନ, ପାକିସ୍ତାନ ଶୁଣିଲେ…

ନୂଆଦିଲ୍ଲୀ,୧୦।୨: “ୟେ ଦୋସ୍ତି ହମ୍‌ ନେହିଁ ତୋଡେଙ୍ଗେ” ଶୋଲେର ଜୟ ଏବଂ ବୀରୁଙ୍କ ବନ୍ଧୁତା ଉପରେ ଆଧାରିତ ଏହି ଗୀତଟି ରୁଷିଆ ଏବଂ ଭାରତ ପାଇଁ ଉପଯୁକ୍ତ।…

ପାକିସ୍ତାନର ନାହିଁ ଦମ୍‌! ପୂର୍ବରୁ ଭାରତ କରି ସାରିଛି ମ୍ୟାଚ ବୟକଟ

ନୂଆଦିଲ୍ଲୀ,୧୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ICC T20 ବିଶ୍ୱକପ ମ୍ୟାଚ ନେଇ ବିବାଦର ଅନ୍ତ ଘଟିଛି। ICC ବୈଠକ ପରେ ସୋମବାର PCB ଏବଂ ପାକିସ୍ତାନ…

ଘରର ଛାତ ଉପରେ ରଖନ୍ତୁନି ଏପରି ଜିନିଷ: ହୋଇପାରେ ବଡ଼ କ୍ଷତି

ବାସ୍ତୁଶାସ୍ତ୍ର ଅନୁଯାୟୀ ଘରର ଛାତ ଉପରେ କିଛି ଜିନିଷ ରଖିବା ବର୍ଜିତ। କାହିଁକି ନା ଏହାଦ୍ୱାରା ବାସ୍ତୁଦୋଷ ଲାଗିଥାଏ। ବାସ୍ତୁଶାସ୍ତ୍ର ଅନୁଯାୟୀ ଅନାବଶ୍ୟକ ସାମଗ୍ରୀ ରଖିବା ଦ୍ୱାରା…

ନୂତନ ଏନ୍‌ଏସି ପାଇଁ ୧୩ ୱାର୍ଡ ପରିକଳ୍ପନା: ଅନୁପସ୍ଥିତ ରହିଲେ ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ

ଲୋଇସିଂହା,୧୦।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ରବିବାର ନବଗଠିତ ଲୋଇସିଂହା ଏନ୍‌ଏସି ସୀମା ନିର୍ଦ୍ଧରଣ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଶାସନ ପକ୍ଷରୁ…

ବିଜୁ ଏକ୍ସପ୍ରେସ୍‌ ୱେ ମରଣଯନ୍ତା: ପ୍ରତିଦିନ ଦୁର୍ଘଟଣା

ନୂଆପଡ଼ା,୧୦ା୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଲାଇଫ୍‌ଲାଇନ କୁହାଯାଉଥିବା ବିଜୁ ଏକ୍ସପ୍ରେସ୍‌ ଫୋର ୱେ ଏବେ ମରଣଯନ୍ତା ପାଲଟିଛି। ଏଥିଯୋଗୁ ପ୍ରତିଦିନ ଛୋଟବଡ଼ ଦୁର୍ଘଟଣା ଘଟି ନିରୀହ…

Video: ଶ୍ରୀଲଙ୍କାରେ ପାକିସ୍ତାନ ଟିମ୍‌କୁ ଏମିତି କରାଗଲା ସ୍ବାଗତ! ଭାଇରାଲ ଭିଡ଼ିଓକୁ ନେଇ ମଜା ଉଡାଉଛନ୍ତି ୟୁଜର

ନୂଆଦିଲ୍ଲୀ,୧୦।୨: ICC T20 ବିଶ୍ୱକପ 2026 ଆରମ୍ଭ ହୋଇସାରିଛି, ଏବଂ ପାକିସ୍ତାନ ଦଳ ଶ୍ରୀଲଙ୍କାରେ ତାର ସମସ୍ତ ମ୍ୟାଚ ଖେଳୁଛି। ତଥାପି, କ୍ରିକେଟ ଅପେକ୍ଷା ଅଧିକ ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri