Posted inଜାତୀୟ

ସକ୍ରିୟ ମାମଲା ୨୮ ହଜାର ତଳେ…

ନୂଆଦିଲ୍ଲୀ, ୭।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୨୮ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୩ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଏହା ୨,୩୭୪ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୨,୯୫୮ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୪ ଥିଲା। ଏହି ସମୟରେ ସକ୍ରିୟ ମାମଲା ୨୭ ହଜାର ୨୧୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩୦ ହଜାର ୪୧ ଥିଲା। ସେହିପରି ୨୪ ଘଣ୍ଟାରେ ୫,୧୮୮ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୬,୧୩୫ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୬୮୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୬୯ ହଜାର ୬୩୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୧୦ ହଜାର ୭୩୮ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri