Posted inଜାତୀୟ

ସକ୍ରିୟ ମାମଲା ୩୭ ହଜାର ତଳେ, ଦୈନିକ ସଂକ୍ରମଣ ୪ ହଜାରରୁ କମ…

ନୂଆଦିଲ୍ଲୀ, ୪।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୩୭ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୪ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଏହା ୩,୯୫୫ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୩,୭୧୫ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨୦ ଥିଲା। ଏହି ସମୟରେ ସକ୍ରିୟ ମାମଲା ୩୬ ହଜାର ୨୪୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪୦ ହଜାର ୧୭୭ ଥିଲା। ସେହିପରି ୨୪ ଘଣ୍ଟାରେ ୭,୮୭୩ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୭,୬୯୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୬୦୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୬୦ ହଜାର ୬୭୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୩ ଲକ୍ଷ ୯୨ ହଜାର ୮୨୮ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?