୪ ହଜାର ତଳେ ସକ୍ରିୟ ମାମଲା, ଦୈନିକ ସଂକ୍ରମଣ ୧୭୩…

ନୂଆଦିଲ୍ଲୀ, ୧୧।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪ ହଜାର ତଳେ ରହିଛି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ଶହ ତଳେ ରହିଛି। ଏହା ୧୭୩ ରହିଛି। ଗୋଟିଏ ଦିନ ତଳେ ଏହା ୨୧୦ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୩ ହଜାର ୯୧୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪ ହଜାର ୪୭ ଥିଲା। ସେହିପରି ୨୪ ଘଣ୍ଟାରେ ୩୦୩ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୬୫୮ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୪ ହଜାର ୮୨୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୦ ହଜାର ୨୫୧ ଜଣ ସୁସ୍ଥ ହୋଇ ସାରିଛନ୍ତି।

Share