Posted inଜାତୀୟ

ସକ୍ରିୟ ମାମଲା ୫ ହଜାର ତଳେ, ଦୈନିକ ସଂକ୍ରମଣ ୪ ଶହ…

ନୂଆଦିଲ୍ଲୀ, ୨୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୫ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୪ ଶହ ରହିଛି। ଗତ ୨୪ ଘଣ୍ଟାରେ ଏହା ୪୦୦ ଛୁଇଁଛି। ଗୋଟିଏ ଦିନତଳେ ଏହା ୪୨୪ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ଥିଲା। ଏହି ସମୟରେ ସକ୍ରିୟ ମାମଲା ୪ ହଜାର ୯୭୨ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୫ ହଜାର ୨୫୯ ଥିଲା। ସେହିପରି ୨୪ ଘଣ୍ଟାରେ ୬୮୫ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୮୭୦ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୮୬୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୮୯ ହଜାର ୭୪୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୫୨ ହଜାର ୯୦୮ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୮ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

ବଢିଲା ଅଭିଜିତ ଦୀପକେଙ୍କ ଅଡୁଆ: ରୁଜୁ ହେଲା ମାମଲା, ଜାଣନ୍ତୁ କାହିଁକିି…

ନୂଆଦିଲ୍ଲୀ,୪।୮: କକରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜିତ ଦୀପକେଙ୍କ ଅଡୁଆ ବଢ଼ୁଥିବା ନଜର ଆସୁଛି। ପଶ୍ଚିମବଙ୍ଗରେ ଆଇନଜୀବୀ ରିଙ୍କି ଚଟାର୍ଜୀ ସିଂହ ସିଲିଗୁଡ଼ି ସାଇବର କ୍ରାଇମ…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

Ramayan ର ୭୮ଟି ଏପିସୋଡ୍‌ରୁ ଦୂରଦର୍ଶନ କମାଇଥିଲା ୩୧,୨୦,୦୦,୦୦୦ କୋଟି ଟଙ୍କା! ଜାଣନ୍ତୁ ଗୋଟିଏ ଦିନର କେତେ ଥିଲା ବଜେଟ୍‌…

ନୂଆଦିଲ୍ଲୀ,୪।୮: ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ମିତ ‘ରାମାୟଣ’ ଆଜି ବି ଲୋକଙ୍କ ହୃଦୟରେ ରାଜ୍ କରୁଛି। ଏପରି ସ୍ଥିତିରେ ଆସନ୍ତୁ ଏହା ସହ ଜଡ଼ିତ କିଛି ଖାସ୍…

LPG ସବସିଡି ଚେକ୍‌ କରିବାକୁ ଯାଇଥିଲେ ବ୍ୟାଙ୍କ, ଖାତାରେ ଏତେ କୋଟି ଦେଖି ଉଡିଗଲା ହୋସ୍‌!

ନୂଆଦିଲ୍ଲୀ,୪।୮: ଯଦି ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହଠାତ୍‌ ୧୦୦ କୋଟି ଟଙ୍କା ଆସିଯାଏ, ତେବେ ବୋଧହୁଏ ଆପଣ ନିଜ ଆଖିକୁ ବିଶ୍ୱାସ କରିପାରିବେ ନାହିଁ। ପଶ୍ଚିମବଙ୍ଗର ଜଣେ…

ଇସ୍ତଫା ଦେଲେ ୨ ବିଧାୟକ: ରାଗିଗଲେ ମୁଖ୍ୟମନ୍ତ୍ରୀ, ସିଧା କହିଦେଲେ…

ନୂଆଦିଲ୍ଲୀ,୪।୮: କର୍ନାଟକରେ ଡିକେ ଶିବକୁମାରଙ୍କ ସରକାରର କ୍ୟାବିନେଟ୍ ସମ୍ପ୍ରସାରଣ ହୋଇଛି। ମୋଟ ୨୦ ଜଣ ମନ୍ତ୍ରୀ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। କଂଗ୍ରେସ ସରକାର କ୍ୟାବିନେଟ୍…

ଉଦୟନିଧି ଷ୍ଟାଲିନଙ୍କ ମାମଲାରେ କୋର୍ଟଙ୍କ କଡ଼ା ନିର୍ଦ୍ଦେଶ! ପଚରାଉଚରା ପରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ନିକଟତର ବନ୍ଧୁ ଏବଂ ଅଭିନେତ୍ରୀ ତ୍ରିଷାଙ୍କ ଉପରେ କଥିତ…

ଚୋରିର ୧୫ ଦିନ ପରେ ଲକ୍ଷ ଲକ୍ଷ ଟଙ୍କାର ଅଳଙ୍କାର ଫେରାଇଦେଲେ ଚୋର; ଚିଠିରେ ଲେଖିଲେ..

ହାଇଦ୍ରାବାଦ୍‌,୪।୮: ଆନ୍ଧ୍ରପ୍ରଦେଶର କାକିନାଡା ଜିଲାରୁ ଏକ ଅତ୍ୟନ୍ତ ଅସାଧାରଣ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚୋରି କରିଥିବା ଚୋରମାନେ ଅପରାଧର ପ୍ରାୟ ୧୫ ଦିନ ପରେ ଅଧିକାଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri