Posted inଜାତୀୟ

ସକ୍ରିୟ ମାମଲା ୬୧ ହଜାର ଟପିଲା…

ନୂଆଦିଲ୍ଲୀ, ୧୮।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ବୃଦ୍ଧି ହୋଇଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୬୧ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାରରୁ କମ୍‌ ରହିଛି। ଗତ ୨୪ ଘଣ୍ଟାରେ ଏହା ୭,୬୨୯ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୯,୧୦୮ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୭ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨୪ ଥିଲା। ଏହି ସମୟରେ ସକ୍ରିୟ ମାମଲା ୬୧ ହଜାର ଟପି ଏହା ୬୧ ହଜାର ୨୩୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୬୦ ହଜାର ୩୧୩ ଥିଲା। ସେହିପରି ୨୪ ଘଣ୍ଟାରେ ୬,୭୦୨ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୬,୩୧୩ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୧୫୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୮ ଲକ୍ଷ ୩୪ ହଜାର ୮୫୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୨ ଲକ୍ଷ ୪୨ ହଜାର ୪୭୪ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ୩.୦ କ୍ୟାବିନେଟରେ ହୋଇପାରେ ବଡ଼ ଅଦଳବଦଳ! ପ୍ରଥମ ଥର ପାଇଁ ମନ୍ତ୍ରୀ ହୋଇପାରନ୍ତି…

ଭାଜପାର ନୂଆ ଟିମ୍ ପ୍ରସ୍ତୁତ ହେବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେନ୍ଦ୍ରୀୟ କ୍ୟାବିନେଟରେ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଛି । ସୂତ୍ର ଅନୁସାରେ…

ଡାକ୍ତରୀ ମିଶନ ପାଇଁ ଆସିବେ ‘ସାଇବର୍ଗ କକ୍‌ରୋଚ୍‌’

ସିଡ୍‌ନୀ,୨୮।୮(ରଏଟର୍ସ): ଭୂକମ୍ପ କିମ୍ବା ବଡ଼ଧରଣର ବିପର୍ଯ୍ୟୟ ସମୟରେ କୋଠାବାଡ଼ି ଓ ଧ୍ୱଂସାବଶେଷ ତଳେ ଚାପି ହୋଇ ରହିଥିବା ଆହତ ଲୋକଙ୍କ ପାଖରେ ଜରୁରୀ ଔଷଧ ପହଞ୍ଚାଇବା ପାଇଁ…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

ବେଲଗାମ୍‌ ଟ୍ରାଫିକ ବ୍ୟବସ୍ଥା, ନାକେଦମ୍‌ ସହରବାସୀ: ସ୍ପିଡ୍‌ ବାଇକର୍‌ଙ୍କ ଯୋଗୁ ଦୁର୍ଘଟଣା ଭୟ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ବେଲଗାମ୍‌ ହୋଇପଡ଼ିଛି। ସହରସ୍ଥିତ ଯେଉଁ ରାସ୍ତା ଓ ଛକକୁ ଦେଖିଲେ ଏହି ସମସ୍ୟା ରହିଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ…

ଚାଇନାର ‘ମେଡୋଗ ଡ୍ୟାମ୍‌’ ଭାରତ ପାଇଁ ‘ଓ୍ବାଟର ବମ୍

ନୂଆଦିଲ୍ଲୀ,୨୮ା୮: ତିବ୍ବତରେ ପ୍ରବଳ ଭୂସ୍ଖଳନ ଓ ଗ୍ଲେସିଅର୍‌ ଫାଟିବା ଯୋଗୁ ନେପାଳରେ ୨୭୦ରୁ ଉର୍ଦ୍ଧ୍ୱ ଲୋକଙ୍କ ଜୀବନ ଯିବା ସହ ହଜାରେରୁ ଅଧିକ ନିଖୋଜ ହେବା ଘଟଣା…

ନେପାଳ ବନ୍ୟାର ରହସ୍ୟ ଉପରୁ ହଟିଲା ପରଦା, ଭୂକମ୍ପ ନୁହେଁ ଏହି କାରଣ….

କାଠମାଣ୍ଡୁ,୨୮।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଥମେ ଏହାର କାରଣ ଭୂକମ୍ପ ବୋଲି ଆଶଙ୍କା କରାଯାଇଥିଲା। କିନ୍ତୁ ଉପଲବ୍ଧ ବୈଜ୍ଞାନିକ ତଥ୍ୟ ଅନୁସାରେ, ବନ୍ୟାର ତତ୍କାଳୀନ କାରଣ…

ବର୍ଷାରେ ଧସିଲା ପିଡବ୍ଲ୍ୟୁଡି ରାସ୍ତା: ନିମ୍ନମାନର କାମ, ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ

ଭବାନୀପାଟଣା,୨8ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି) ବିଭାଗ ରାସ୍ତା କାମରେ ବିଭିନ୍ନ ସମୟରେ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଥିଲେ ମଧ୍ୟ ଏଥିପ୍ରତି ଜିଲା ପ୍ରଶାସନ…

ଘୂର୍ଣ୍ଣିବଳୟ ସକ୍ରିୟ, ୨୯ରେ ଲଘୁଚାପ: ଏହିସବୁ ଜିଲାରେ ବିଜୁଳି-ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୮ା୮(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏବେ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୯ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri