୯୪ ହଜାର ଟପିଲା ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୭।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୭ ହଜାର ୭୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୧ ହଜାର ୭୩୯ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨୧ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨୫ ଥିଲା।

ଏହି ସମୟରେ ସକ୍ରିୟ ମାମଲା ପୁଣି ୯୪ ହଜାର ଟପିଛି। ଏଭଳି ଜାରି ରହିଲେ ଚଳିତ ସପ୍ତାହରେ ଏହା ଲକ୍ଷେ ଟପିବାର ଆଶଙ୍କା ରହିଛି। ଗତ ୨୪ ଘଣ୍ଟାରେ ଏହା ୯୪ ହଜାର ୪୨୦ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୯୨ ହଜାର ୫୭୮ ଥିଲା। ସେହିପରି ୨୪ ଘଣ୍ଟାରେ ୧୫ ହଜାର ୨୦୮ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୦ ହଜାର ୯୧୭ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୫ ହଜାର ୨୦ ଛୁଇଁଛି।

ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୪ ଲକ୍ଷ ୭ ହଜାର ୪୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୭ ଲକ୍ଷ ୮୭ ହଜାର ୬୦୬ ଜଣ ସୁସ୍ଥ ହୋଇ ସାରିଛନ୍ତି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୭ କୋଟି ୧୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୮୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୪ କୋଟି ୨୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।

ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୬,୪୯୩ ଜଣ, କେରଳରେ ୩,୩୭୮ଜଣ, ଦିଲ୍ଲୀରେ ୧,୮୯୧ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ତାମିଲନାଡୁରେ ୧,୪୭୨ ଜଣ, ହରିୟାଣାରେ ୫୪୦ ଜଣ, କର୍ନାଟକରେ ୧୩୩ ଜଣ, ପଶ୍ଚିମବଙ୍ଗରେ ୪୯୩, ଉତ୍ତରପ୍ରଦେଶରେ ୫୭୨ ଜଣ, ତେଲେଙ୍ଗାନାରେ ୪୩୪, ଗୁଜରାଟରେ ୪୨୦, ଗୋଆରେ ୧୧୨ ଜଣ, ରାଜସ୍ଥାନ ୧୬୧ ଜଣ, ବିହାରରେ ୧୪୨ ଜଣ, ଛତିଶଗଡ଼ ୧୧୪, ପଞ୍ଜାବ ୧୬୮ ଜଣ, ଆନ୍ଧ୍ରପ୍ରଦେଶରେ ୧୧୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri